Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ବିଶେଷ ଖବର

ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

July 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୃଷ୍ଟି ହେଲା
ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ OISF ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଥିଲା। ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭। ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଏପ୍ରିଲ ମାସରେ ଗୋଟିଏ ନୂଆ ବାଟାଲିଅନ ସୃଷ୍ଟି କରିଥିଲେ । ଏହାଦ୍ୱାରା ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରୁଥିଲା ଏବଂ ଏହି ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ଥିଲା। ତୃତୀୟ ଓ ଚତୁର୍ଥ ବାଟାଲିଅନ ସୃଷ୍ଟି ହେବା ପରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ ରେ ସମୁଦାୟ ପଦବୀ ସଂଖ୍ୟା ୪୯୨୭ ପଦବୀ ସୃଷ୍ଟି ହେଲା ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ଉତ୍କର୍ଷ ଓଡ଼ିଶା-ମେକ୍‍ ଇନ ଓଡ଼ିଶା ୨୦୨୫ ପରେ ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି ଦୁଇଟି ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।

OISF
Share. Facebook Twitter LinkedIn Email WhatsApp Copy Link

Related Posts

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026
Latest News

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.