Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ୧୪ତମ ଅଭିଯୋଗ ଶୁଣାଣି, ୮୮ ପ୍ରତିଶତ ଅଭିଯୋଗର ସମାଧାନ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ୧୪ତମ ଅଭିଯୋଗ ଶୁଣାଣି, ୮୮ ପ୍ରତିଶତ ଅଭିଯୋଗର ସମାଧାନ

August 11, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ୧୪ତମ ଅଭିଯୋଗ
ମୁଖ୍ୟମନ୍ତ୍ରୀଙ୍କ ୧୪ତମ ଅଭିଯୋଗ ଶୁଣାଣି, ୮୮ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର‌୍ୟ୍ୟକ୍ରମର ଆଜି ଥିଲା ୧୪ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିୟମିତ ଅଭିଯୋଗ ଶୁଣାଣି ଯୋଗୁ ବିଭିନ୍ନ କାରଣରୁ ସମସ୍ୟାରେ ଥିବା ଲୋକମାନେ ଆଶା ଓ ଭରସା ନେଇ ଆସୁଛନ୍ତି ଏବଂ ସେମାନଙ୍କ ସମସ୍ୟାର ସମାଧାନ ମଧ୍ୟ କରାଯାଉଛି। ଗତ ୧୩ଟି ପାଳିରେ ଗ୍ରହଣ କରାଯାଇଥିବା ୧୨,୨୫୨ଟି ଅଭିଯୋଗ ମଧ୍ୟରୁ ୧୦,୮୦୭ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୮ ପ୍ରତିଶତ ଅଟେ । ବାକି ଅଭିଯୋଗ ଗୁଡ଼ିକ ପ୍ରକ୍ରିୟା ମଧ୍ୟରେ ରହିଛି । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିୟମିତ ପ୍ରୟାସ ଯୋଗୁ ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବୃଦ୍ଧି ପାଇଛି।

ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ପ୍ରଥମେ ଆସି ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ବାହାରେ ଅପେକ୍ଷା କରିଥିବା ଦିବ୍ୟାଙ୍ଗ ଓ ଜଟିଳ ରୋଗରେ ପୀଡିତ ପ୍ରାୟ ୪୦ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଜଣ ଜଣ କରି ଭେଟିଥିଲେ ଏବଂ ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ।

ମୁଖ୍ୟମନ୍ତ୍ରୀ, ସାଧାରଣ ଲୋକଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ଆଜି ଆସିଥିବା ଅଭିଯୋଗକାରୀମାନଙ୍କ ମଧ୍ୟରେ କିଛି ଜଣ ନିଜ ନିଜ ସମସ୍ୟାକୁ ନେଇ ବିଚଳିତ ହେଉଥିବାରୁ, ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଭରସା ଓ ଆଶ୍ୱାସନା ଦେଇ ବୁଝାଇଥିଲେ ଏବଂ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ଭରା କଥାରେ ଚିନ୍ତିତ ଲୋକମାନଙ୍କ ମୁହଁରେ ଆଶାର କିରଣ ଦେଖାଦେଇଥିଲା ଏବଂ ସେମାନେ ଆଶ୍ୱସ୍ତ ହୋଇ ଫେରିଥିଲେ।

ଆଜି ପ୍ରକୋଷ୍ଠ ମଧ୍ୟରେ ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳର ୮ ଜଣ ବରିଷ୍ଠ ମନ୍ତ୍ରୀ ଆଜି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର‌୍ୟ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ।

ରାଜ୍ୟ ସରକାରଙ୍କ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରାଜ୍ୟସ୍ତର ସହିତ ଜିଲ୍ଲାସ୍ତରରେ ମଧ୍ୟ ଅନୁଷ୍ଠିତ ହେଉଛି । ଏହି ଜନ ଅଭିଯୋଗ ଶୁଣାଣି କାର‌୍ୟ୍ୟକ୍ରମ ଜରିଆରେ ଅନେକ ଲୋକଙ୍କର ବର୍ଷ ବର୍ଷ ଧରି ପଡି ରହିଥିବା ସମସ୍ୟାର ସମାଧାନ ହୋଇପାରୁଛି।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର‌୍ୟ୍ୟବଂଶୀ ସୂରଜ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର‌୍ୟ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।

ଅଭିଯୋଗ ପ୍ରକୋଷ୍ଠ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ବଜେଟ ପୂର୍ବରୁ କୃଷି ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ବୈଠକ, ରାଜ୍ୟଗୁଡ଼ିକୁ ଦିଆଗଲା ବଡ ନିର୍ଦ୍ଦେଶ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.