Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମା ତାରିଣୀ ପୀଠରେ ନିର୍ମାଣ ହେବ ଯଜ୍ଞ ମଣ୍ଡପ, କଲ୍ୟାଣ ମଣ୍ଡପ ଏବଂ ବ୍ୟାଖ୍ୟାନ କେନ୍ଦ୍ର
ବିଶେଷ ଖବର

ମା ତାରିଣୀ ପୀଠରେ ନିର୍ମାଣ ହେବ ଯଜ୍ଞ ମଣ୍ଡପ, କଲ୍ୟାଣ ମଣ୍ଡପ ଏବଂ ବ୍ୟାଖ୍ୟାନ କେନ୍ଦ୍ର

August 26, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମା ତାରିଣୀ ପୀଠ
ମା ତାରିଣୀ ପୀଠରେ ନିର୍ମାଣ ହେବ ଯଜ୍ଞ ମଣ୍ଡପ, କଲ୍ୟାଣ ମଣ୍ଡପ ଏବଂ ବ୍ୟାଖ୍ୟାନ କେନ୍ଦ୍ର

ଭୁବନେଶ୍ବର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା ତାରିଣୀଙ୍କ ପୀଠର ସମନ୍ୱିତ ବିକାଶ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଘଟଗାଁ ମା ତାରିଣୀ ମନ୍ଦିର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ୫୯ ଏକର ପରିମିତ ଅଞ୍ଚଳରେ କାର୍ଯ୍ୟକାରୀ କରାଯାଉଛି । ଏଥିପାଇଁ ୨୧୫ କୋଟି ଟଙ୍କା ବିନିଯୋଗ କରାଯିବ ।

ଏହି ବୈଠକରେ ମନ୍ଦିରର ଚତୁଃପାର୍ଶ୍ୱ ଅଞ୍ଚଳର ବିକାଶ ସମ୍ପର୍କରେ ସ୍ଥାନୀୟ ବୁଦ୍ଧିଜୀବୀଙ୍କ ମତାମତ ନିଆଯାଇଥିଲା । ଭକ୍ତ, ଶ୍ରଦ୍ଧାଳୁ ଓ ସ୍ଥାନୀୟ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସମସ୍ତ ଉନ୍ନତିମୂଳକ କାର୍ଯ୍ୟ କରାଯିବ ବୋଲି ବୈଠକରେ ମତପ୍ରକାଶ ପାଇଥିଲା ।

ସୂଚନାଯୋଗ୍ୟ ଯେ, ମନ୍ଦିର ଚତୁଃପାର୍ଶ୍ୱର ଉନ୍ନତି ପାଇଁ ସ୍ଥାନୀୟ ବାସିନ୍ଦାଙ୍କ ମତାମତ ନେବା ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଆଲୋଚନାରୁ ଜଣାପଡ଼ିଛି ଯେ, ମା’ଙ୍କ ମନ୍ଦିରକୁ ହରିଚନ୍ଦନପୁର ପଟୁ, କେନ୍ଦୁଝର ପଟୁ ଏବଂ ପାଣିକୋଇଲି ପଟୁ ତିନୋଟି ରାସ୍ତାର ବିକାଶ କରାଯିବ । ଏହି ତିନୋଟି ରାସ୍ତାରେ ପାର୍କିଂ, ଭୋଗ ଦୋକାନ ଏବଂ ଅନ୍ୟାନ୍ୟ ଯାତ୍ରୀ ସୁବିଧା ମଧ୍ୟ ଉପଲବ୍‍ଧ କରାଯିବ । ସମସ୍ତ ରାସ୍ତାରେ ସୁଦୃଶ୍ୟ ତୋରଣ ନିର୍ମାଣ କରାଯିବ । ମନ୍ଦିର ନିକଟରେ ଏକ ବଡ଼ ଯଜ୍ଞମଣ୍ଡପ ତଥା କଲ୍ୟାଣ ମଣ୍ଡପ ନିର୍ମାଣ କରାଯିବ ।

ମା’ଙ୍କ ମହିମା ଓ ମା’ଙ୍କ ପୀଠ ସ୍ଥାପନର କିମ୍ୱଦନ୍ତୀକୁ ପ୍ରଦର୍ଶିତ କରିବା ପାଇଁ କୋଣାର୍କ ଢାଞ୍ଚାରେ ଏକ ବଡ଼ ବ୍ୟାଖ୍ୟାନ କେନ୍ଦ୍ର (Interpretation Centre) ନିର୍ମାଣ କରାଯିବ ବୋଲି ବୈଠକରୁ ଜଣାପଡ଼ିଛି । ଏଥିସହିତ ମନ୍ଦିର ନିକଟରେ ପ୍ରସ୍ତାବିିତ ଯାତ୍ରୀନିବାସର ଭବିଷ୍ୟତ ସମ୍ପ୍ରସାରଣକୁ ଦୃଷ୍ଟିରେ ରଖି କାର୍ଯ୍ୟ କରିବା ପାଇଁ ବୈଠକରେ ମତପ୍ରକାଶ ପାଇଥିଲା । ମନ୍ଦିର ନିକଟରେ ସୁବ୍ୟବସ୍ଥିତ ଭୋଗ ଏବଂ ଅନ୍ୟାନ୍ୟ ଦୋକାନ ନିର୍ମାଣ ସହିତ ଘଟଗାଁରେ ଥିବା ସରକାରୀ ଡାକବଙ୍ଗଳାର ଉନ୍ନତିକରଣ ଉପରେ ମଧ୍ୟ ଆଲୋଚନା ହୋଇଥିଲା ।

ଆଜି ବୈଠକରେ ସ୍ଥାନୀୟ ବୁଦ୍ଧିଜୀବୀ ଦେଇଥିବା ମତାମତ ଓ ପରାମର୍ଶ ଅନୁଯାୟୀ ପ୍ଲାନରେ ସଂଶୋଧନ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ମାନସ ରଞ୍ଜନ ବାରିକ, ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବଲୱନ୍ତ ସିଂହ, ଏଣ୍ଡାଓମେଣ୍ଟ କମିଶନର, ଓବିସିସିର ସର୍ବୋଚ୍ଚ ଯନ୍ତ୍ରୀ ତଥା ପରିଚାଳନା ନିର୍ଦ୍ଦେଶକ, ବରିଷ୍ଠ ଅଧିକାରୀ ଏବଂ ଘଟଗାଁ ଅଞ୍ଚଳର ବହୁ ବୁଦ୍ଧିଜୀବୀ ଓ ସ୍ଥାନୀୟ ବାସିନ୍ଦା ଉପସ୍ଥିତ ଥିଲେ ।

Read English News: SAIL Supplies Critical Steel for Navy’s INS Udaygiri & INS Himgiri

ଘଟଗାଁ ମା ତାରିଣୀ ମା ତାରିଣୀ ପୀଠ ମା' ତାରିଣୀ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

Union Budget 2026: ଆପଣ କେଉଁଠାରେ ସିଧା ପ୍ରସାରଣ ଦେଖିପାରିବେ ବଜେଟ୍?

February 1, 2026
Latest News

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.