Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବିଶେଷ ଖବର

ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 27, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଗଣେଶ ପୂଜା
ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ଏକାଠି ବସି ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଅନୁଗୋଳ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଅଗ୍ରପୂଜ୍ୟ ‘ଶ୍ରୀଗଣେଶ ପୂଜା’ ଅବସରରେ କଣିହାଁ ସ୍ଥିତ ପିଏମ୍ ଶ୍ରୀ ପବିତ୍ର ମୋହନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ଅନେକ ସ୍ଥାନରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ।

ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ପ୍ରଥମେ ତାଳଚେର କଣିହାଁ ଠାରେ ‘ପ୍ରଜାମଣ୍ଡଳ ଭବନ’ ସ୍ଥାପନା ପାଇଁ ଭୂମିପୂଜନ କରିଥିଲେ । ପରେ ପିଏମ୍ ଶ୍ରୀ ପବିତ୍ର ମୋହନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରାୟ ୫ କୋଟି ୮ ଲକ୍ଷ ଟଙ୍କା ବ୍ୟୟର ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ସହ ଏକାଠି ନବନିର୍ମିତ ଭୋଜନାଳୟରେ ବସି ମଧ୍ୟାହ୍ନ ଭୋଜନରେ ପ୍ରସାଦ ସେବନ କରିଥିଲେ ଶ୍ରୀ ପ୍ରଧାନ । ଶେଷରେ କଣିହାଁ ସ୍ଥିତ ଡ଼ିଏମଏଫ ପାଣ୍ଠିରୁ ନିର୍ମିତ ହୋଇଥିବା ଟିକିରା ନଦୀ ବ୍ରିଜର ଉଦଘାଟନ କରିଥିଲେ ।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି, ଓଡ଼ିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିରେ ‘ପ୍ରଜାମଣ୍ଡଳ ଭବନ’ ନିର୍ମାଣ ହେବା ନେଇ ଚାଳଚେରବାସୀଙ୍କ ଆଗ୍ରହ ଥିଲା। ଖୁବ ଶୀଘ୍ର ଏହାର ନିର୍ମାଣ ହେବ । ଆଗାମୀ ଦିନରେ ଏହି ଭବନ ଯୁବପିଢିଙ୍କୁ ପ୍ରଜାମଣ୍ଡଳ ଆନ୍ଦୋଳନ ଇତିହାସର ଗୌରବଗାଥାକୁ ଉଜାଗର କରିବ ।

ସେହିପରି ପିଏମ୍ ଶ୍ରୀ ପବିତ୍ର ମୋହନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷାନୁଷ୍ଠାନର ନୂତନ ଅତିରିକ୍ତ ଶ୍ରେଣୀଗୃହ, ନବନିର୍ମିତ ରୋଷେଇ ଘର ସହିତ ଭୋଜନାଳୟର ଶୁଭାରମ୍ଭ ହୋଇଥିବା ବେଳେ ୧୦୦ ଶଯ୍ୟା ବିଶିଷ୍ଟ ନୂତନ ଛାତ୍ରାବାସ ଓ ବିଜ୍ଞାନ ପ୍ରୟୋଗଶାଳା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଏହି ପ୍ରକଳ୍ପ ପାଇଁ ଅଟକଳ ପରିମାଣ ହେଉଛି ପ୍ରାୟ ୫ କୋଟି ୮ ଲକ୍ଷ ଟଙ୍କା । ଜିନ୍ଦଲ, ଏମସିଏଲ ଏବଂ ଏନଟିପିସିର ସିଏସଆର ପ୍ରକଳ୍ପ ଅନ୍ତର୍ଗତ ଉଦଘାଟିତ ଓ ଶିଳାନ୍ୟାସ ହୋଇଥିବା ବିକାଶମୂଳକ ପ୍ରକଳ୍ପଗୁଡ଼ିକ ଦ୍ୱାରା ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଉପକୃତ ହେବେ ।

ଜାତୀୟ ଶିକ୍ଷା ନୀତି ମାଧ୍ୟମରେ ଗୁଣାତ୍ମକ ଶିକ୍ଷା ସହ ଛାତ୍ରଛାତ୍ରୀଙ୍କୁ ଉପଯୁକ୍ତ ସୁବିଧା ପ୍ରଦାନ କରିବା ଆମର ସର୍ବୋଚ୍ଚ ପ୍ରାଥମିକତାରେ ରହିଛି । ସ୍କୁଲର ଉତ୍ତରୋତ୍ତର ଉନ୍ନତି ସହ ଶ୍ରୀ ପ୍ରଧାନ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ଅପରପକ୍ଷରେ ଉଦଘାଟିତ ‘ଟିକିରା ନଦୀ ବ୍ରିଜ’ ସ୍ଥାନୀୟ ଅଞ୍ଚଳରେ ଯୋଗାଯୋଗ ଭିତ୍ତିଭୂମି, ବାଣିଜ୍ୟ ବ୍ୟବସାୟ, ପର୍ଯ୍ୟଟନ ଏବଂ ଆର୍ଥିକ ଅଭିବୃଦ୍ଧିକୁ ମଜଭୂତ୍ କରିବ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି ।

ଏହି ଗସ୍ତକାଳରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ କଣିହାଁ ଠାରେ ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ପ୍ରତିମୂର୍ତ୍ତି ଓ ତାଳଚେର ପ୍ରଜାମଣ୍ଡଳ ଶହୀଦ ସ୍ମୃତି ସ୍ତମ୍ଭରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀଙ୍କୁ କଣିହାଁର ବିଭିନ୍ନ ସ୍ଥାନରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ଗଣେଶ ପୂଜା ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.