Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ବିଶେଷ ଖବର

ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

August 31, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’
ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ ଚନ୍ଦ୍ରଶେଖରପୁର ଶିଶୁ ବିହାରରେ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଚନ୍ଦ୍ରଶେଖରପୁର ଶିଶୁ ବିହାରରେ ସ୍ଥାନୀୟ ଲୋକଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଶୁଣିଛନ୍ତି।

ସୂଚନାଯୋଗ୍ୟ ଯେ, ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହି ଅଞ୍ଚଳରେ ଦୀର୍ଘ ଆଠ ବର୍ଷ ଧରି ରହିଥିଲେ। ସ୍ଥାନୀୟ ଲୋକ ଓ ପିଲାମାନେ ମୁଖ୍ୟମନ୍ତ୍ରୀଙ୍କୁ ଅତି ପାଖରୁ ପାଇ ଖୁବ୍ ଖୁସି ଓ ଉତ୍ସାହିତ ହୋଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ସ୍ଥାନୀୟ ଲୋକଙ୍କ ସହିତ ‘ମନ୍ କି ବାତ୍’ ଶୁଣିବା ପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି କାର୍ଯ୍ୟକ୍ରମ କୋଟି କୋଟି ଲୋକଙ୍କ ପାଇଁ ଅସରନ୍ତି ପ୍ରେରଣାର ଉତ୍ସ ହୋଇପାରିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ‘ମନ୍ କି ବାତ୍’ ରେ ପ୍ରତ୍ୟେକ ଥର ପରି ସେ ବିଭିନ୍ନ କ୍ଷେତ୍ରର ସାଧାରଣ ଲୋକଙ୍କ ସଫଳତାକୁ ପ୍ରଶଂସା କରି ଲୋକଲୋଚନକୁ ଆଣିଥିଲେ। ଆଜି ପ୍ରଧାନମନ୍ତ୍ରୀ ଓଡିଆ ଝିଅ ରଶ୍ମିତା ସାହୁଙ୍କ ସହିତ କଥା ହୋଇ ତାଙ୍କର ଉଚ୍ଚ ପ୍ରଶଂସା କରିଥିଲେ। ରଶ୍ମିତା ନିକଟରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ କାନୋଇଙ୍ଗ୍ (ଜଳକ୍ରୀଡା) ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଦୁଇଟି ସ୍ୱର୍ଣ୍ଣ ପଦକ ପାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା କାୟାକିଙ୍ଗ୍ ଓ କାନୋଇଙ୍ଗ୍ ଆସୋସିଏସନର ସହଯୋଗରେ ଜଗତପୁରର ସାଇ ସ୍ପୋର୍ଟ୍ସ ଆନୁକୂଲ୍ୟରେ ଓଡିଶାର କ୍ରୀଡା ପ୍ରତିଭାମାନଙ୍କୁ ଉତ୍ତମ ପ୍ରଶିକ୍ଷଣ ଦିଆଯାଉଛି। ରଶ୍ମିତା ମଧ୍ୟ ଜଗତପୁରରେ କାନୋଇଙ୍ଗ୍‌ ପ୍ରଶିକ୍ଷଣ ପାଇଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନେକ ଦିନ ଧରି ଓଡିଶା କାୟାକିଙ୍ଗ୍ ଓ କାନୋଇଙ୍ଗ୍ ଆସୋସିଏସନର ସଭାପତି ଥିଲେ। ବର୍ତ୍ତମାନ ସେ ଏହି ସଂସ୍ଥାର ଚିଫ୍ ପାଟ୍ରନ୍ ଅଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଲୋକଙ୍କୁ ସମ୍ବର୍ଦ୍ଧିତ ମଧ୍ୟ କରିଥିଲେ। ଦୁଇ ଜଣ ବରିଷ୍ଠ ନାଗରିକ ତଥା ସମାଜସେବୀ ରାଜେନ୍ଦ୍ର ବାରିକ ଓ ବି.ବି. ମିଶ୍ର ଏବଂ ଶିଶୁ ବିହାର ଯୋଗ କେନ୍ଦ୍ରର ପ୍ରମୁଖ ବିଶ୍ୱନାଥ ନାୟକ, ଭାରତୀ ପ୍ରଧାନ ଓ ଏଲ୍.ଡି ସାହୁ ସମ୍ବର୍ଦ୍ଧିତ ହୋଇଥିଲେ। ଏହା ସହିତ ମନ୍ଦିର କମିଟି, ମହିଳା ସଂଘ ଏବଂ ୱାର୍ଡ ନଂ-୬ର ଅନ୍ୟ ସମାଜସେବୀ ସଦସ୍ୟମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।

Mohan Majhi ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026
Latest News

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026

Gold Import Bill: $90 ବିଲିୟନ ଛୁଇଁପାରେ ସୁନା ଆମଦାନୀ, ଅର୍ଥନୀତି ଉପରେ ବଢ଼ିବ ଚାପ?

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.