Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

September 15, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ମୋହନ ମାଝୀ
୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓୟୁଏଟି ସ୍ଥିତ କନ୍ଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲ୍ଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ୱର୍ଣ୍ଣିମ ଇତିହାସରେ ଆଉ ଏକ ଅଧ୍ୟାୟ ଯୋଡିଛନ୍ତି। ସୂଚନାଯୋଗ୍ୟ ଯେ ୨୭ ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବାପାଇଁ ସମୁଦାୟ  ୨୫ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପୁଞ୍ଜି ବିନିଯୋଗ କରାଯାଉଛି ଏବଂ ଏହାଦ୍ୱାରା ୫୨ ହଜାରରୁ ଅଧିକ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସୁନିଶ୍ଚିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଘୋଷଣା କରିଛନ୍ତି।
ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେତେବେଳେ ଓଡ଼ିଶାକୁ କିଛି ନିବେଶ ଆସୁଛି, ସେତେବେଳେ ଓଡ଼ିଶା ପ୍ରତି ଶିଳ୍ପ ଜଗତର ଭରସା ବୃଦ୍ଧି ପାଉଛି। ଶିଳ୍ପ ସ୍ଥାପନ ପାଇଁ ଓଡ଼ିଶା ସରକାରଙ୍କ ନୀତି ଓ ନିଷ୍ଠା ପ୍ରତି ନିବେଶକ ମାନଙ୍କ ଆସ୍ଥା ବୃଦ୍ଧି ପାଉଛି । ଓଡ଼ିଶାକୁ ପୂର୍ବ ଭାରତର ମାନୁଫାକ୍‌ଚରିଂ ହବ୍ କରିବା ପାଇଁ ଆମେ ବିଭିନ୍ନ ହାଇ ଭାଲ୍ୟୁ ପ୍ରଡକ୍ଟ ଉତ୍ପାଦନ ଦିଗରେ ନିବେଶକ ମାନଙ୍କୁ ଆକୃଷ୍ଟ କରୁଛୁ । ମାନୁଫାକ୍‌ଚରିଂ ଭାଲ୍ୟୁ ଚେନ୍‌ରେ ଆହୁରି ଉପରକୁ ଉଠି ସାରା ବିଶ୍ୱର ବଜାରରେ କମ୍ପିଟ୍‌ କରି ପାରୁଥିବା ଭଳି ପ୍ରଡକ୍ଟ ନିର୍ମାଣ କରୁଛୁ।
ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆମ ସରକାର ମାତ୍ର ୧୫ ମାସ ହେବ ଓଡିଶାର ଶାସନ ଦାୟିତ୍ୱ ନେଇଛନ୍ତି ।  ଏହି ଅଳ୍ପ ସମୟ ମଧ୍ୟରେ ଆମ ସରକାର ୨୬୦ ଟି ଶିଳ୍ପ ପ୍ରକଳ୍ପ ମଞ୍ଜୁର କରିଛନ୍ତି, ଯାହାଦ୍ୱାରା ୫.୬ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୩.୬ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି । ଏହି ସମୟ ମଧ୍ୟରେ ଆମେ ୮୪ ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛୁ। ଏହା ଦ୍ୱାରା ଓଡ଼ିଶାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ନିବେଶ ହୋଇପାରିଛି,  ଏବଂ ୧ ଲକ୍ଷ ୬୪ ହଜାର ନିଯୁକ୍ତି ସୃଷ୍ଟି କରାଯାଇପାରିଛି।
ଶିଳ୍ପପତି ମାନଙ୍କୁ ଭରଷା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଶାରେ ଶିଳ୍ପ ସ୍ଥାପନ ପାଇଁ ଉପଯୁକ୍ତ ନୀତି ସହିତ ପ୍ରତ୍ୟେକ କ୍ଷେତ୍ରକୁ ସ୍ୱତନ୍ତ୍ର ପ୍ରୋତ୍ସାହନ ପ୍ରଦାନ କରାଯାଉଛି। ସରକାରୀ ବ୍ୟବସ୍ଥାରେ ବ୍ୟୁରୋକ୍ରାଟିକ୍ ପ୍ରତିବନ୍ଧକକୁ ହଟାଯାଇଛି। ଶିଳ୍ପ ପ୍ରତିଷ୍ଠାର ଯାତ୍ରାରେ, ଶିଳ୍ପପତି ମାନଙ୍କୁ ସହଯୋଗର ହାତ ବଢାଇବା ପାଇଁ, ଆମେ ସବୁ ସମୟରେ ଉପସ୍ଥିତ ଅଛୁ। ଯେକୌଣସି ଅସୁବିଧାରେ ଶିଳ୍ପପତି ମାନଙ୍କ ସମସ୍ୟା ଦୂର କରିବା ପାଇଁ ଆମେ ଆମ ସରକାର ପ୍ରସ୍ତୁତ ଅଛନ୍ତି।
ଏକ୍ ପେଡ ମା କି ନାମ୍ ୨.୦ ଅଭିଯାନକୁ ସଫଳ କରିବା ପାଇଁ ଆହ୍ୱାନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ସମସ୍ତ ଉଦ୍ୟୋଗୀ ତଥା ଶିଳ୍ପାନୁଷ୍ଠାନ ଗୁଡିକ ନିଜ ନିଜ ଅଂଚଳରେ ଯେତେ ଅଧିକ ସମ୍ଭବ ଚାରା ରୋପଣ କରନ୍ତୁ। ବିକାଶ ଓ ପରିବେଶ ପରସ୍ପରର ପରିପୁରକ ହୋଇ କାର୍ଯ୍ୟ କରିବା ଉଚିତ। ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସ ପାଳନ ହେବ। ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାକୁ ସମ୍ମାନ ଜଣାଇ, ତାଙ୍କ ପ୍ରତି ଏକ ଉପହାର ସ୍ୱରୂପ, ଓଡ଼ିଶାବାସୀ ସେହି ଗୋଟିଏ ଦିନରେ ୭୫ ଲକ୍ଷ ଗଛ ଲଗେଇବା ପାଇଁ ନିଷ୍ପତ୍ତି କରିଛନ୍ତି। ଏହି ଅଭିଯାନରେ ଶିଳ୍ପସଂସ୍ଥା ମାନଙ୍କୁ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୂତନ ଭାବେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବା ଶିଳ୍ପପତି ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଗଞ୍ଜାମ, ଖୋର୍ଦ୍ଧା, ଝାରସୁଗୁଡା, କୋରାପୁଟ ଓ ଅନୁଗୋଳ ଠାରେ ଆଭାସୀ ମାଧ୍ୟମରେ ସେ ଅଞ୍ଚଳରେ କାର୍ଯ୍ୟକାରୀ ହେବାକୁଥିବା ଶିଳ୍ପପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।
କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଥିଲେ ସୁଦକ୍ଷ ପ୍ରଶାସନିକ ବ୍ୟବସ୍ଥା ଏବଂ ଶିଳ୍ପ ଅନୁକୂଳ ପରିବେଶ ହିଁ ଆଜି ଓଡିଶାକୁ ଶିଳ୍ପ ସମୃଦ୍ଧ ଭାବେ ଏକ ପ୍ରମୁଖ ସମ୍ଭାବନାର ରାଜ୍ୟ ଭାବେ ଗଢିତୋଳିବା ପାଇଁ ସକ୍ଷମ ହୋଇଛି। ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କ ଭରଷା ଓ ବିଶ୍ୱାସ ଆଜି ଆମ ରାଜ୍ୟର ସାମଗ୍ରିକ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିରେ ଉପାଦେୟ ସାବ୍ୟସ୍ତ ହୋଇଛି।
ଏହି ଅବସରରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ ଯେ ପ୍ରତ୍ୟେକ ବ୍ୟକ୍ତି ଯାହାର ଇଚ୍ଛା ଓ ଦୃଢ ମନୋବଳ ଅଛି ସେ ଦିନେ ନା ଦିନେ ସଫଳ ହେବ। ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟା ସର୍ବଦା ରହିଆସିଛି ଯେ କିଭଳି ଗ୍ରାଉଣ୍ଡ ଜିରୋରୁ ସଫଳତା ମିଳିବ। ଏହି ଭରଷାରେ ରାଜ୍ୟ ସରକାର ଆଜି ଶିଳ୍ପକ୍ଷେତ୍ରରେ ଅଗ୍ରଗତି କରୁଛନ୍ତି।
କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ଏବଂ ପ୍ରମୁଖ ଶିଳ୍ପପତି ମାନେ  ମଞ୍ଚାସୀନ ଥିଲେ। ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଦକ୍ଷତା ବିକାଶ ବିଭାଗର କମିଶନର ତଥା ସଚିବ ଭୁପେନ୍ଦ୍ର ସିଂ ପୁନିଆ ଧନ୍ୟବାଦ ଦେଇଥିଲେ।
ଏକ୍ ପେଡ୍ ମା କେ ନାମ୍‌ ୨.୦ ଭିତ୍ତିପ୍ରସ୍ତର ସ୍ଥାପନ ମୋହନ ଚରଣ ମାଝୀ ଶିଳ୍ପ ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026
Latest News

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.