Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନିଯୁକ୍ତି ମେଳାରେ ୭ଟି ବିଭାଗର ୧୬୮୬ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ବିଶେଷ ଖବର

ନିଯୁକ୍ତି ମେଳାରେ ୭ଟି ବିଭାଗର ୧୬୮୬ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 16, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ନିଯୁକ୍ତି ମେଳା
ନିଯୁକ୍ତି ମେଳାରେ ୭ଟି ବିଭାଗରେ ୧୬୮୬ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ସରକାରୀ ଚାକିରୀ କେବଳ ସୁରକ୍ଷିତ ଜୀବନ ଜୀବିକା ପ୍ରଦାନ କରିନଥାଏ, ଏହା ହେଉଛି ଜନସେବାର ଏକ ପ୍ରକୃଷ୍ଟ ଓ ପ୍ରଭାବୀ ମାଧ୍ୟମ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଯୁକ୍ତି ମେଳା ଅବସରରେ ନବ ନିଯୁକ୍ତ ଅଧିକାରୀ ମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି।

ସୂଚନାଯୋଗ୍ୟ ଯେ, ଭୁବନେଶ୍ୱର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଏକାଦଶତମ ନିଯୁକ୍ତି ମେଳା ଆଜି ଅନୁଷ୍ଠିତ ହୋଇଛି। ଏଥିରେ ୭ଟି ବିଭାଗ ଯଥା- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ସର୍ବାଧିକ ୯୮୨ ଜଣ, ଜଳ ସମ୍ପଦ ବିଭାଗରେ ୪୧୩ ଜଣ, କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ୩୪ ଜଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୩୬ ଜଣ , ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗରେ ୨୩ ଜଣ, ଅର୍ଥ ବିଭାଗରେ ୬୧ ଜଣ ଓ ଆଇନ୍ ବିଭାଗରେ ୩୭ ଜଣଙ୍କୁ ଏହିଭଳି ସମୁଦାୟ ୧୬୮୬ ଜଣଙ୍କୁ ବିଭିନ୍ନ ବର୍ଗରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ସରକାରଙ୍କ ଦ୍ବିତୀୟ ବର୍ଷ ପ୍ରାରମ୍ଭର ଏହା ହେଉଛି ଦ୍ବିତୀୟ ନିଯୁକ୍ତି ମେଳା।

ମୁଖ୍ୟମନ୍ତ୍ରୀ ଉପସ୍ଥିତ ନବ ନିଯୁକ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଆପଣ ମାନଙ୍କର କର୍ତ୍ତବ୍ୟ ହେଉଛି ସରକାରଙ୍କ ନୀତି ନିୟମର ମର୍ଯ୍ୟାଦାରେ ରହି ନିଜ କାର୍ଯ୍ୟ ସମ୍ପାଦନ କରିବା। ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସମସ୍ତେ ଭଲ କାମ କରନ୍ତୁ, ସୁନାମ ଅର୍ଜନ କରନ୍ତୁ, ସଚ୍ଚୋଟତାକୁ ୱାର୍କ କଲ୍‌ଚରର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ। ଅସୀମିତ ଆତ୍ମସନ୍ତୋଷ ପାଇବେ। ସାଧାରଣ ଗରିବ ଜନତାଙ୍କ ଆଶୀର୍ବାଦ ହେବ ଆପଣଙ୍କ ପାଇଁ ସବୁଠାରୁ ବଡ ପୁଞ୍ଜି।

ସେ ପୁଣି କହିଥିଲେ, ସାଂପ୍ରତିକ ପରିସ୍ଥିତିରେ ଯୁବ ସମାଜ ପାଇଁ ସବୁଠାରୁ ବଡ ଆହ୍ୱାନ ହେଉଛି ରୋଜଗାର ବିଶେଷ ଭାବେ ନିଯୁକ୍ତି। ସେଥିପାଇଁ ମାତ୍ର ୧୫ ମାସ ମଧ୍ୟରେ ୧୧ଟି ନିଯୁକ୍ତି ମେଳା ଜରିଆରେ ସରକାରୀ କ୍ଷେତ୍ରରେ ଆମେ ଆଜିକୁ ମିଶାଇ ସମୁଦାୟ ୩୦,୦୩୨ ଟି ପଦବୀରେ ନିଯୁକ୍ତି ପ୍ରଦାନ କରିଛୁ। ସରକାର ଆସିବାର ପ୍ରଥମ ଦୁଇ ବର୍ଷରେ ୬୫ ହଜାର ସରକାରୀ ପଦବୀ ପୂରଣ କରାଯିବାର ଲକ୍ଷ୍ୟ ରହିଥିଲା। ଜୁନ୍ ୨୦୨୬ ଶେଷ ସୁଦ୍ଧା ଆହୁରି ୪୦ ହଜାର ସରକାରୀ ପଦବୀ ପୂରଣ ହେବ।

ସରକାରୀ ପଦବୀ ପୂରଣ କରିବାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ କରାଯାଉଛି, ମେରିଟ୍ ବେସିସ୍‌ରେ ଚୟନ କରାଯାଉଛି। ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ରାଜ୍ୟରେ ଯୁବ ବର୍ଗଙ୍କ ପାଇଁ ପର୍ଯ୍ୟାପ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯାଉଛି। ୧୫ ମାସ ମଧ୍ୟରେ ସରକାରଙ୍କ ପକ୍ଷରୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ୧,୦୭,୯୨୬ ଜଣଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତକରି କହିଥିଲେ ଯେ, ଆମ ସରକାରରେ ଯେତେବି ପରୀକ୍ଷା ହେଉଛି କୌଣସି ଠାରେ ଦୁର୍ନୀତି ବା ଅନିୟମିତତାର ଅଭିଯୋଗ ଆସିନାହିଁ। ଯେତେବେଳେ ବି ସାମାନ୍ୟତମ ସୁରାକ ଆସୁଛି, ତା ଉପରେ ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଆମ ସରକାରର ଲକ୍ଷ୍ୟ ହେଉଛି, ସବୁ ପରୀକ୍ଷାର୍ଥୀଙ୍କୁ Level Playing Field ପ୍ରଦାନ କରିବା, ଯାହା ଦ୍ୱାରା କେବଳ ଯୋଗ୍ୟ ପ୍ରାର୍ଥୀ ହିଁ ସଫଳତା ପାଇବେ।

ସେ ନବନିଯୁକ୍ତଙ୍କୁ ଆହୁରି କହିଥିଲେ, ନିଜକୁ ଜନସାଧାରଣଙ୍କ ସେବକ ଭାବି ସାଧାରଣ ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ଓ ସେମାନଙ୍କ ସମସ୍ୟାର ସମାଧାନ ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ କାମ କରନ୍ତୁ, ସରକାରୀ ସ୍ତରରେ ଆପଣଙ୍କ ଦ୍ୱାରା ନିଆଯାଉଥିବା ପ୍ରତ୍ୟେକ ନିଷ୍ପତ୍ତି ଓ କାର୍ଯ୍ୟ ଜନମଙ୍ଗଳ ଉପରେ ଯେପରି ଆଧାରିତ ହେବ ସେଥିପ୍ରତି ଯତ୍ନବାନ ହୁଅନ୍ତୁ।

ମୁଖ୍ୟମନ୍ତ୍ରୀ ୩୦ ଜଣ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ନବନିଯୁକ୍ତଙ୍କ ମଧ୍ୟରୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଯୋଗଦେଇଥିବା ସମ୍ବଲପୁରର ଶିବାନୀ ଷଡଙ୍ଗୀ ଓ ଅର୍ଥ ବିଭାଗରେ ଯୋଗଦେଇଥିବା କଟକ ଜିଲ୍ଲାର ବିଶ୍ୱଜିତ୍ ପ୍ରଧାନ ତାଙ୍କ ଅନୁଭୂତି ଓ ଅଭିଜ୍ଞତାରେ ସରକାରଙ୍କ ସ୍ୱଚ୍ଛ ଓ ନିରପେକ୍ଷ ଚୟନ ପଦ୍ଧତି ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ।

ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ ନବ ନିଯୁକ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ ଆମ ସରକାର ଯାହା ପ୍ରତିଶ୍ରୁତି ଦିଅନ୍ତି, ତାହା ପୂରଣ କରିଥାନ୍ତି। ଆମର ଲକ୍ଷ୍ୟ ରହିଛି ୫ ବର୍ଷରେ ୧.୫୦ ଲକ୍ଷ ନିଯୁକ୍ତି ପ୍ରଦାନ। ଆଜି ସୁଦ୍ଧା ୩୦ ହଜାରରୁ ଉର୍ଦ୍ଧ୍ୱ ନିଯୁକ୍ତି ପ୍ରଦାନ କରାଗଲାଣି। ପାଞ୍ଚ ବର୍ଷ ଭିତରେ ଆମେ ଖାଲି ଥିବା ସମସ୍ତ ପଦବୀ ପୂରଣ କରିବୁ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ଇଲୋକ୍ଟ୍ରୋନିକସ୍‌ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ, ଆମ ସରକାର ଆସିବା ପରେ ପ୍ରତିବଦ୍ଧତାର ସହ ଆମେ ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ଗୁଡିକ ପୂରଣ କରିବା ପାଇଁ ନିଯୁକ୍ତି ମେଳା ମାଧ୍ୟମରେ ଉଦ୍ୟମ ଜାରି ରଖିଛୁ। ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆମେ ନିଷ୍ଠାର ସହ କାମ କରୁଛୁ।

କାର୍ଯ୍ୟକ୍ରମରେ ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

Nijukti Mela ନିଯୁକ୍ତି ମେଳା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ “ଧନ୍ୟବାଦ ମୋଦି” କାର୍ଯ୍ୟକ୍ରମ

September 16, 2025

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ଜାତୀୟ ଇ-ପ୍ରଶାସନ ପୁରସ୍କାର ପାଇବାକୁ ମନୋନୀତ ହେଲା କେନ୍ଦୁଝରର ଶୁଆକାଟି ପଞ୍ଚାୟତ

September 16, 2025

ନୂଆପଡ଼ା ଉପ-ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ

September 16, 2025
Latest News

ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ “ଧନ୍ୟବାଦ ମୋଦି” କାର୍ଯ୍ୟକ୍ରମ

September 16, 2025

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025

‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ଉଦଘାଟିତ

September 16, 2025

ଲଞ୍ଚ ହେଲା ‘ବିକଶିତ ଭାରତ ପାଇଁ ଏଆଇ ରୋଡମ୍ୟାପ୍’ ଏବଂ ‘ଫ୍ରଣ୍ଟିୟର ଟେକ୍ ରିପୋଜିଟୋରୀ’

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.