Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ତତ୍ପରତା: ଜିଲ୍ଲାପାଳମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ
ବିଶେଷ ଖବର

ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ତତ୍ପରତା: ଜିଲ୍ଲାପାଳମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

September 26, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ତତ୍ପରତା
ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ତତ୍ପରତା: ଜିଲ୍ଲାପାଳମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ
ଭୁବନେଶ୍ୱର: ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି।
ସୂଚନା ଯୋଗ୍ୟ ଯେ, ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ଲଘୁଚାପ ପ୍ରଭାବରେ ୩ ଟି ଜିଲ୍ଲା ଯଥା- କୋରାପୁଟ,  ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବାର ଆଶଙ୍କା ଥିବାବେଳେ ୧୪ ଟି ଜିଲ୍ଲା ଯଥା- ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।
ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟନ୍ତ୍ରଣ କକ୍ଷଗୁଡ଼ିକ ୨୪ ଘଣ୍ଟା (୨୪x୭) କାର୍ଯ୍ୟ କରିବା ଏବଂ ଏହାର ତଥ୍ୟ ଗୁଡିକ ଯେପରି ନିୟମିତ ଭାବେ Update କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ ପରିବର୍ତ୍ତିତ ପରିସ୍ଥିତି ଦେଖି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି।
ଲଘୁଚାପ ଜନିତ ବର୍ଷା ଏବଂ ଏହି ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଥିଲେ ଯେ, ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳ ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଏପରି ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍ ଇଞ୍ଜିନିୟର ଏବଂ ଅଧିକାରୀମାନଙ୍କୁ ସହାୟକ କର୍ମଚାରୀ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବା ଆବଶ୍ୟକ।
ଏହି ସମୟରେ ଜଳବନ୍ଦୀ ସମ୍ମୁଖୀନ ହେବାର ସମ୍ଭାବନା ଥିବା ଅଞ୍ଚଳରୁ ପାଣି ନିଷ୍କାସନ ପାଇଁ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ ପକ୍ଷରୁ ଆଗୁଆ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ଦାୟିତ୍ୱରେ ଥିବା ଇଞ୍ଜିନିୟରିଂ କର୍ମଚାରୀମାନେ ନଦୀ ଓ କେନାଲ ବନ୍ଧର ଦୁର୍ବଳ ସ୍ଥାନଗୁଡ଼ିକ ଉପରେ କଡ଼ା ନଜର ରଖିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ।
ତୁରନ୍ତ ସହାୟତା ପାଇଁ ODRAF ଏବଂ ଅଗ୍ନିଶମ ସେବା ୟୁନିଟଗୁଡ଼ିକୁ ପୂର୍ଣ୍ଣ ପ୍ରସ୍ତୁତ, ବିଶେଷ କରି ତଳିଆ ଅଞ୍ଚଳ କିମ୍ବା ଯେଉଁଠାରେ ବନ୍ୟା ଆଶଙ୍କା (Flash Flood) ରହିଛି ଏବଂ ଅନ୍ୟାନ୍ୟ ଆବଶ୍ୟକ ସ୍ଥାନରେ ୟୁନିଟ୍ ଗୁଡିକୁ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ଥିବାରୁ ଉକ୍ତ ଅଞ୍ଚଳ ଗୁଡିକୁ ଚିହ୍ନଟ କରି କ୍ଷେତ୍ରୀୟ କର୍ମଚାରୀମାନଙ୍କୁ ପ୍ରସ୍ତୁତ ରହିବାକୁ ସେ ଜିଲ୍ଲାପାଳ ମାନଙ୍କୁ କହିଥିଲେ। ବିଶେଷକରି ମାଲକାନଗିରି ଜିଲ୍ଲାରେ ଅଧିକ ସତର୍କତା ମୂଳକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ବହୁମୁଖୀ ବନ୍ୟାବାତ୍ୟ ଆଶ୍ରୟସ୍ଥଳକୁ ବ୍ୟବହାର ପାଇଁ ପ୍ରସ୍ତୁତ ରଖାଯାଇଛି ଏବଂ ସେଥିରେ ଖାଦ୍ୟ ଓ ଅନ୍ୟାନ୍ୟ ଆବଶ୍ୟକ ଦ୍ରବ୍ୟ ମଧ୍ୟ ମହଜୁଦ୍ ରଖାଯାଇଛି  ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳରୁ ଲୋକଙ୍କୁ ଆଶ୍ରୟସ୍ଥଳକୁ ନେଇ ରନ୍ଧାଖାଦ୍ୟ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ବିଭିନ୍ନ ଅଞ୍ଚଳରେ ଆବଶ୍ୟକ ଔଷଧ ପତ୍ର, ସାପ କାମୁଡା ଇନ୍‌ଜେକ୍ସନ, ଗୋ-ଖାଦ୍ୟ ଓ ଅନ୍ୟାନ୍ୟ ପଶୁ ଖାଦ୍ୟ ଯଥେଷ୍ଟ ପରିମାଣରେ ମହଜୁଦ୍ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରାକୃତିକ ବିପର୍ଯ୍ୟାୟ ମୁକାବିଲାରେ ଓଡିଶାର ଦକ୍ଷତା ରହିଛି ଏବଂ ଜାତୀୟ ସ୍ତରରେ ରାଜ୍ୟ ପ୍ରଶଂସା ଅର୍ଜନ କରିଛି। ତେଣୁ, ଏହି ଲଗାଣ ବର୍ଷା ଜନିତ ସମସ୍ୟାର ଠିକ୍‌ ଭାବେ ପରିଚାଳନା ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ।
ଏହି ସମୀକ୍ଷା ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ,ପାନୀୟ ଜଳ, ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ଏବଂ ଆଭାସୀ ମାଧ୍ୟମରେ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ, ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ, ଶକ୍ତି ବିଭାଗର ପ୍ରମୁଖ ସଚିବ, ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର, ବ୍ରହ୍ମପୁର ଡି.ଆଇ.ଜି, ଏବଂ ବର୍ଷା ସମ୍ଭାବନା ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳ, ଏସ୍‌.ପି, ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ଏବଂ ପ୍ରମୁଖ ଅଧିକାରୀ ଗଣ ଉପସ୍ଥିତ ଥିଲେ।
ମୁଖ୍ୟମନ୍ତ୍ରୀଙ୍କ ତତ୍ପରତା ଲଘୁଚାପ ଜନିତ ବର୍ଷା ସତର୍କତା ମୂଳକ ପଦକ୍ଷେପ ସମ୍ଭାବ୍ୟ ବନ୍ୟା ପରିସ୍ଥିତି
Share. Facebook Twitter LinkedIn Email WhatsApp Copy Link

Related Posts

Dharmendra Statement: ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

August 9, 2026

ନୋଏଡ଼ା ସ୍ଥିତ ହାୟର କମ୍ପାନୀ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

August 8, 2026

ଓଡ଼ିଶା ସାହିତ୍ୟ ମହୋତ୍ସବ ଓ ରାଷ୍ଟ୍ରୀୟ ଯୁବ ସାହିତ୍ୟିକ ସମ୍ମିଳନୀ ଆୟୋଜିତ

August 8, 2026

ହକି ଇଣ୍ଡିଆ ଜୁନିୟର ପୁରୁଷ ଜାତୀୟ ଚାମ୍ପିୟନସିପ୍ ୨୦୨୬: ଚାମ୍ପିଅନ ହେଲା ଓଡ଼ିଶା

August 8, 2026
Latest News

Dharmendra Statement: ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

August 9, 2026

Loan Recovery Rules: ଋଣ ଆଦାୟ ପାଇଁ RBIର ନୂଆ ନିୟମ,ଏଣିକି ରାତିରେ ହେବ ନାହିଁ କଲ

August 9, 2026

ୟୁପିଆଇ ବ୍ୟବହାରକାରୀଙ୍କ ପାଇଁ କୌଣସି ଶୁଳ୍କ ନାହିଁ: ଅର୍ଥ ମନ୍ତ୍ରଣାଳୟ

August 9, 2026

ମୁମ୍ବାଇରେ ଏନୟୁସିଏଫଡିସିର ନୂତନ ପରିସର ଲୋକାର୍ପିତ

August 9, 2026

ଅଗଷ୍ଟ ୯ ରାଶିଫଳ: ଏହି ରାଶିର ଲୋକମାନେ ଚାପ ନିଅନ୍ତୁ ନାହିଁ, ଆପଣଙ୍କୁ କ୍ଷତି ସହିବାକୁ ପଡିପାରେ

August 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.