Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ ସେ କିଏ ?
ବିଶେଷ ଖବର

ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ ସେ କିଏ ?

October 7, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂଆପଡା ଉପନିର୍ବାଚନ
ନୂଆପଡା ଉପନିର୍ବାଚନ ପାଇଁ ପ୍ରଥମେ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ ସେ କିଏ ?

ନୂଆପଡା ଉପନିର୍ବାଚନ: ଆସନ୍ତା ୧୧ ନଭେମ୍ବର ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାରମ୍ଭିକ ପ୍ରସ୍ତୁତିରେ ଆଗୁଆ ରହିଛି। ନୂଆପଡ଼ା ଜିଲ୍ଲା କଂଗ୍ରେସ କମିଟିର ସଭାପତି ଘାସିରାମ ମାଝୀଙ୍କୁ ଦଳୀୟ ପ୍ରାର୍ଥୀ କରିବା ପାଇଁ ସୋମବାର ପିସିସି ସଭାପତି ଭକ୍ତ ଚରଣ ଦାସ ଓ ପିସିସିର ରାଜନୈତିକ ବ୍ୟାପାର କମିଟିର ସର୍ବସମ୍ମତ ପ୍ରସ୍ତାବରେ ମଙ୍ଗଳବାର ମୋହର ଲଗାଇଛି ଏଆଇସିସି।

ଆଜି ଏହି ମର୍ମରେ ଏଆଇସିସି ପକ୍ଷରୁ ସାଧାରଣ ସଂପାଦକ (ସଙ୍ଗଠନ) ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଶ୍ରୀ ମାଝୀଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷିତ ହେବାପରେ ଦଳୀୟ ମହଲରେ ଆନନ୍ଦ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରଠାରୁ ସମ୍ଭାବ୍ୟ ଉପନିର୍ବାଚନ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ମୂଳରୁ ହିଁ ଶ୍ରୀ ମାଝୀ ଦଳର ପ୍ରାର୍ଥୀ ହେବେ ବୋଲି ପିସିସି ସଭାପତିଙ୍କ ଅନୁମାନ ସତ୍ୟ ହୋଇଛି। ଗତ ୨୦୨୪ ନିର୍ବାଚନକୁ ମିଶାଇ ଶ୍ରୀ ମାଝୀ ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩ ଥର ଲଢି ହାରିଥିଲେ।

୨୦୧୪ ଓ ୨୦୧୯ରେ ସେ କଂଗ୍ରେସ ଦଳର ପ୍ରାର୍ଥୀ ହୋଇଥିବା ବେଳେ ଗତ ୨୦୨୪ ନିର୍ବାଚନରେ ତାଙ୍କୁ ଦଳୀୟ ଟିକଟ ନ ମିଳିବାରୁ ସେ ସ୍ବାଧୀନ ଭାବେ ଲଢି ୫୦ ହଜାର ୯୪୧ ଖଣ୍ଡ ଭୋଟ୍ ପାଇବା ସହ ଦ୍ବିତୀୟ ସ୍ଥାନରେ ଥିଲେ। କଂଗ୍ରେସର ଦଳୀୟ ପ୍ରାର୍ଥୀ ତଥା ତତ୍କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ୧୫ ହଜାରରୁ ଅଧିକ ଭୋଟ ପାଇଥିବାରୁ କଂଗ୍ରେସ ଖାତାରେ ୬୫ ହଜାରରୁ ଅଧିକ ଭୋଟ୍ ଥିବା ନେଇ ପିସିସି ସଭାପତି ଆକଳନ କରିଆସୁଥିଲେ। ତେଣୁ ଏ ଥର ସେ ଜିତିବାରେ ଅସୁବିଧା ହେବନାହିଁ ବୋଲି ଶ୍ରୀ ଦାସ ଦୃଢୋକ୍ତି ପ୍ରକାଶ କରିଛନ୍ତି।

ଅନ୍ୟ ପକ୍ଷରେ ବିଜେଡି ଓ ବିଜେପି କାହାକୁ ପ୍ରାର୍ଥୀ କରିବେ ସେ ନେଇ ଦ୍ବନ୍ଦ୍ବରେ ଅଛନ୍ତି। ଆହୁରି ମଧ୍ୟ ନୂଆପଡା ବିଧାନସଭା ଖଣ୍ଡ ପିସିସି ସଭାପତିଙ୍କ ଲୋକସଭା କ୍ଷେତ୍ର କଳାହାଣ୍ଡିର ଅଂଶବିଶେଷ ହୋଇଥିବାରୁ କଂଗ୍ରେସ ପ୍ରଚାର ଦୃଷ୍ଟିରୁ ଆଗୁଆ ଥିବା ସ୍ପଷ୍ଟ ହୋଇଛି। ଶ୍ରୀ ଦାସ ଗତ ସୋମବାରଠାରୁ ନୂଆପଡ଼ାରେ ୪ ଦିନ ପାଇଁ ଡେରା ପକାଇ ଅଛନ୍ତି । ପ୍ରଥମ ଦିନର ରାଲିରେ ସହସ୍ର ସଂଖ୍ୟାରେ କର୍ମୀମାନେ ଯୋଗଦେବା କଥା ଦଳରେ ଉତ୍ସାହକୁ ପ୍ରମାଣ କରୁଥିବା ସେ କହିଛନ୍ତି।

Odisha Advocate Murder Case: Bar Council Demands Judicial Probe, Statewide Strike

Congress candidate Nuapada Byelection ଘାସିରାମ ମାଝୀ ନୂଆପଡା ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

୬୯ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ କ୍ରୀଡା ସମୂହ ବିଚ୍ ଭଲିବଲ ପ୍ରତିଯୋଗିତା: ବାଲେଶ୍ୱର ଜିଲ୍ଲା ବିଜୟୀ

December 16, 2025

୭ମ ଓଡିଶା ପୁସ୍ତକ ମେଳା: ଏପର୍ଯ୍ୟନ୍ତ ପ୍ରାୟ ୫ କୋଟିର ହେଲା ବ୍ୟବସାୟ

December 16, 2025

ଶ୍ରୀମନ୍ଦିରରେ ପାଳନ ହେଲା ଧନୁ ସଂକ୍ରାନ୍ତି

December 16, 2025

ଆଜି ହେଉଛି ଧନୁ ସଂକ୍ରାନ୍ତି, ଜାଣନ୍ତୁ କେତେ ସମୟ ପର୍ଯ୍ୟନ୍ତ ରହିଛି ପୂଜା ମୂହୁର୍ତ୍ତ

December 16, 2025
Latest News

୬୯ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ କ୍ରୀଡା ସମୂହ ବିଚ୍ ଭଲିବଲ ପ୍ରତିଯୋଗିତା: ବାଲେଶ୍ୱର ଜିଲ୍ଲା ବିଜୟୀ

December 16, 2025

୭ମ ଓଡିଶା ପୁସ୍ତକ ମେଳା: ଏପର୍ଯ୍ୟନ୍ତ ପ୍ରାୟ ୫ କୋଟିର ହେଲା ବ୍ୟବସାୟ

December 16, 2025

ଶ୍ରୀମନ୍ଦିରରେ ପାଳନ ହେଲା ଧନୁ ସଂକ୍ରାନ୍ତି

December 16, 2025

ମିନି ନିଲାମରେ ବିକ୍ରି ହୋଇଥିବା ୬ ସବୁଠାରୁ ମହଙ୍ଗା ଖେଳାଳି: ଯାହାଙ୍କ ପାଇଁ ଭାଙ୍ଗିଥିଲା ସମସ୍ତ ରେକର୍ଡ

December 16, 2025

ଆଜି ହେଉଛି ଧନୁ ସଂକ୍ରାନ୍ତି, ଜାଣନ୍ତୁ କେତେ ସମୟ ପର୍ଯ୍ୟନ୍ତ ରହିଛି ପୂଜା ମୂହୁର୍ତ୍ତ

December 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.