Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର
ବିଶେଷ ଖବର

କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

October 14, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦୁଝର ସାନଘାଗରା
କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର, ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବାକୁ ଥିବା ନୂତନ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (Regional Plant Resource Centre) ବିଷୟରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ କେନ୍ଦୁଝର ପ୍ରଶାସନ ସହ ଆଲୋଚନା କରିଛନ୍ତି ।

ସୂଚନା ଯୋଗ୍ୟଯେ, ମୁଖ୍ୟମନ୍ତ୍ରୀଙ୍କର ମାନସ ପ୍ରକଳ୍ପ ଭାବେ ବିକଶିତ ହେବାକୁ ଥିବା ଏହି କେନ୍ଦ୍ର ଓଡିଶାର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ଭାବେ ସାନଘାଗରା ଠାରେ ପ୍ରାୟ ୧୩୪ ଏକର ପରିମିତ ଅଞ୍ଚଳରେ ପ୍ରତିଷ୍ଠା ହେବ।

ଉକ୍ତ ବୈଠକରୁ ଜଣା ପଡିଛି ଯେ, ଏହି କେନ୍ଦ୍ର, ଜୈବ ବିବିଧତା ସଂରକ୍ଷଣ, କମ୍ୟୁନିଟି ସେଣ୍ଟର, ଇକୋ-ଟୁରିଜିମ ଏବଂ ଗବେଷଣା ଓ ଶିକ୍ଷା ର ବିକାଶ ପାଇଁ ନିର୍ମାଣ କରାଯିବ। ଏହି ସ୍ଥାନଟି ପ୍ରାକୃତିକ ଅଭିଜ୍ଞତା ଏବଂ ଥିମାଟିକ ଗାର୍ଡେନର ଅନୁଭୂତି ପ୍ରଦାନ କରିବ । ଏହି କେନ୍ଦ୍ରରେ ଓଡ଼ିଶାରେ ଥିବା ବିଭିନ୍ନ ପ୍ରଜାତିର ଅର୍କିଡ଼ ଉପଲବ୍ଧ ହେବା ସହିତ ଗୋଲାପ, ବାଉଁଶ, କାକଟସ, ଜଙ୍ଗଲୀ ଫଳ ଇତ୍ୟାଦି ମଧ୍ୟ ସ୍ଥାନିତ ହୋଇ ଅଞ୍ଚଳର ଶୋଭା ମଣ୍ଡନ କରିବ ।

ଏହି ଅଂଚଳକୁ ବିଶେଷ ପର୍ଯ୍ୟଟନ ସ୍ଥଳ ଭାବେ କାର୍ଯ୍ୟକାରୀ କରିବା ପାଇଁ ଏହାକୁ ବର୍ଷ ତମାମ ପର୍ଯ୍ୟଟକ ଓ ଜନସାଧାରଣଙ୍କ ପାଇଁ ଖୋଲା ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଅଂଚଳରେ ହାତୀ ଉପଦ୍ରବ ଅଧିକ ରହୁଥିବାରୁ ଜିଲ୍ଲା ପ୍ରଶାସନକୁ ମଧ୍ୟ ଏହାର ଉଚିତ ପ୍ରତିକାର ପାଇଁ ନିର୍ଦ୍ଦେଶ ଦେଇଥିଲେ ଏବଂ Deep trenches ଦ୍ୱାରା ମଣିଷ-ହାତୀଙ୍କର ସଂଘର୍ଷକୁ ରୋକିବା ପାଇଁ ପରାମର୍ଶ ଦେଇଥିଲେ । ଏହି ନୂତନ ନିର୍ମାଣ ଯୋଗୁଁ ସେହି ସ୍ଥାନ ଦେଇ ବହି ଯାଉଥିବା ମାଛକାନ୍ଦଣା ନଦୀର ଜଳ ଯେପରି ସବୁବେଳେ ଭରପୁର ରୁହେ ସେଥିପ୍ରତି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।

ଏହି କେନ୍ଦ୍ରରେ ଅର୍କିଡ୍ ସଂରକ୍ଷଣ ଏବଂ ପ୍ରଦର୍ଶନ କେନ୍ଦ୍ର, ପଦ୍ମ ଉଦ୍ୟାନ, ଜଙ୍ଗଲୀ ଖାଦ୍ୟଯୋଗ୍ୟ ଫଳ ଉଦ୍ୟାନ, ଫର୍ଣ୍ଣ ଉଦ୍ୟାନ, ଔଷଧୀୟ ଉଦ୍ଭିଦ ଉଦ୍ୟାନ, ଫୁଲ ବଜାର, ଛୋଟ ପିଲାଙ୍କ ଖେଳ ସ୍ଥାନନିର୍ମାଣ ହେବା ସହିତ ସମସ୍ତ ଆସବାବପତ୍ର ପାଇଁ ସ୍ଥାନୀୟ ପଥର ଏବଂ କାଠର ବ୍ୟବହାର କରାଯିବ । ଏହି ନିର୍ମାଣ କାର୍ଯ୍ୟ ୨୦୨୭ ସୁଦ୍ଧା ସମାପ୍ତ ହେବ ବୋଲି ଆଲୋଚନାରୁ ଜଣାପଡିଛି ।

ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଜଙ୍ଗଲ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ ଏବଂ ବନ ବାହିନୀର ମୁଖ୍ୟ ଶ୍ରୀ ସୁରେଶ ପନ୍ତ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ଆଭାସୀ ମାଧ୍ୟମରେ କେନ୍ଦୁଝର ଜିଲ୍ଲାପାଳ ଶ୍ରୀ ବିଶାଳ ସିଂହ ଓ କେନ୍ଦୁଝର DFO ଧନରାଜ ହନୁମନ୍ତ ଧାମଡେରେ ପ୍ରମୁଖ ଉପସ୍ଥିତ ଥିଲେ ।

Google Announces to Establish AI Hub in Visakhapatnam: PM Modi Welcomes 

Mohan Majhi କେନ୍ଦୁଝର ସାନଘାଗରା ମୋହନ ଚରଣ ମାଝୀ ସାନଘାଗରା
Share. Facebook Twitter LinkedIn Email WhatsApp Copy Link

Related Posts

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026
Latest News

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026

Gold Import Bill: $90 ବିଲିୟନ ଛୁଇଁପାରେ ସୁନା ଆମଦାନୀ, ଅର୍ଥନୀତି ଉପରେ ବଢ଼ିବ ଚାପ?

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.