ଭୁବନେଶ୍ୱର: ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।