Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶାରେ ଦୁଇଟି ଆଲୁମିନିଅମ୍ ପାର୍କ ପ୍ରତିଷ୍ଠା କରିବ ବେଦାନ୍ତ: ୧ ଲକ୍ଷ ନିଯୁକ୍ତି ସୁଯୋଗ 
ବିଶେଷ ଖବର

ଓଡିଶାରେ ଦୁଇଟି ଆଲୁମିନିଅମ୍ ପାର୍କ ପ୍ରତିଷ୍ଠା କରିବ ବେଦାନ୍ତ: ୧ ଲକ୍ଷ ନିଯୁକ୍ତି ସୁଯୋଗ 

October 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ଦୁଇଟି ଆଲୁମିନିଅମ୍ ପାର୍କ ପ୍ରତିଷ୍ଠା କରିବ ବେଦାନ୍ତ: ୧ ଲକ୍ଷ ନିଯୁକ୍ତି ସୁଯୋଗ 
ଓଡିଶାରେ ଦୁଇଟି ଆଲୁମିନିଅମ୍ ପାର୍କ ପ୍ରତିଷ୍ଠା କରିବ ବେଦାନ୍ତ: ୧ ଲକ୍ଷ ନିଯୁକ୍ତି ସୁଯୋଗ 
ଭୁବନେଶ୍ବର: ଆଜି ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ କେତେକ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି। ଏହି ଆଲୋଚନାରୁ ଜଣାଯାଇଛି ଯେ, ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଏହାଦ୍ୱାରା ରାଜ୍ୟରେ ୧ଲକ୍ଷରୁ ଅଧିକ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ରାଜ୍ୟ ସରକାର ମଧ୍ୟ ଏହି ନିବେଶକୁ ପ୍ରୋତ୍ସାହନ ଦେବାପାଇଁ ପ୍ରତିଶ୍ରୁତିବଦ୍ଧ ଅଛନ୍ତି ଏବଂ ଏଥିପାଇଁ ଆବଶ୍ୟକ ଜମି ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ଜଣାଯାଇଛି।
ଏହା ସହିତ ବିଶ୍ୱର ମେଟାଲ ଭାଲ୍ୟୁ-ଚେନ୍‌ରେ ଓଡିଶାର ପ୍ରତିଷ୍ଠା ବୃଦ୍ଧି ପାଇଁ କେନ୍ଦୁଝର ଠାରେ ଏକ ଅତ୍ୟାଧୁନିକ ଫେରୋ-ଆଲଏଜ୍ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ ବୋଲି ବୈଠକରୁ ଜଣାଯାଇଛି । ଏଥିରେ ବେଦାନ୍ତ ପକ୍ଷରୁ ୨ ହଜାର କୋଟି ଟଙ୍କା ବିନିଯୋଗ କରାଯିବ।
ଆଲୋଚନାରୁ ଜଣାଯାଇଛି ଯେ, ବେଦାନ୍ତ ପକ୍ଷରୁ ଓଡିଶାରେ ଦୁଇଟି ନୂଆ ଆଲୁମିନିଅମ୍‌ ପାର୍କ ମଧ୍ୟ ପ୍ରତିଷ୍ଠା କରାଯିବ। ଝାରସୁଗୁଡାରେ ଥିବା ଏହାର ଆଲୁମିନିଅମ୍‌ ପ୍ଲାଣ୍ଟ ନିକଟରେ ଗୋଟିଏ ନୂଆ ଆଲୁମିନିଅମ୍‌ ପାର୍କ ପ୍ରତିଷ୍ଠା କରାଯିବ। ଏହା ସହିତ ରାଜ୍ୟର ଅନ୍ୟ ସ୍ଥାନରେ ଯେଉଁଠି ରାଜ୍ୟ ସରକାର ଜମି ଯୋଗାଇଦେବେ, ସେଠାରେ ମଧ୍ୟ ଆଉଏକ ଆଲୁମିନିଅମ୍‌ ପାର୍କ ପ୍ରତିଷ୍ଠା କରାଯିବ। ଏହି ଦୁଇଟି ଅତ୍ୟାଧୁନିକ ପାର୍କରେ ଅତ୍ୟନ୍ତ ଉନ୍ନତ ଗ୍ରେଡ୍‌ର ଆଲୁମିନିଅମ୍‌ ଆଲୟ ପ୍ରସ୍ତୁତ ହେବ। ଏହି ଆଲୁମିନିଅମ୍‌ ଆଲୟ ଏରୋସ୍ପେଶ୍, ଇଲେକ୍ଟ୍ରିକ୍‌ ଭେହିକିଲ୍‌ସ ଓ ପ୍ରତିରକ୍ଷା କ୍ଷେତ୍ରରେ ବ୍ୟବହାର ହୋଇପାରିବ। ଏହାଦ୍ୱାରା ଡାଉନ୍‌ଷ୍ଟ୍ରିମ୍‌ ଶିଳ୍ପ କ୍ଷେତ୍ରରେ ବ୍ୟାପକ ପୁଞ୍ଜି ନିବେଶ ଆସିବ ଏବଂ ଏମ୍‌.ଏସ୍‌.ଏମ୍‌.ଇ ଶିଳ୍ପରେ ବିପୁଳ ଅଭିବୃଦ୍ଧି ହୋଇପାରିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତର ପରିକଳ୍ପନାର ସଫଳ ରୂପାୟନ ପାଇଁ ପ୍ରତିଶ୍ରୁତିବଦ୍ଧ। ଭିତ୍ତିଭୂମିର ବିକାଶ ତଥା ବେଦାନ୍ତ ଭଳି କମ୍ପାନୀର ପୁଞ୍ଜି ବିନିଯୋଗ ଜରିଆରେ ଓଡିଶା ସରକାର ଏହି ଲକ୍ଷ୍ୟ ହାସଲ କରିବେ। ଶିଳ୍ପ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଏକ ଗ୍ଲୋବାଲ୍‌ ହବ୍‌ ହେବାପାଇଁ ଓଡିଶା ବର୍ତ୍ତମାନ ସମ୍ପୂର୍ଣ୍ଣଭାବେ ପ୍ରସ୍ତୁତ। ଆମର ଏହି ଉଦ୍ୟମ ଦ୍ୱାରା କେବଳ ଅର୍ଥନୈତିକ ଅଭିବୃଦ୍ଧି ଆସିବ ନାହିଁ ଏହାଦ୍ୱାରା ଯୁବବର୍ଗଙ୍କ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି ହେବା ସହିତ ଜନସାଧାରଣଙ୍କୁ ସଶକ୍ତ କରିବ ଏବଂ ୨୦୩୬ ସୁଦ୍ଧା ୫୦୦ ବିଲିଅନ୍‌ ଡଲାର ଅର୍ଥନୀତିରେ ପରିଣତ ହେବାପାଇଁ କ୍ଷେତ୍ର ପ୍ରସ୍ତୁତ କରିବ। ଓଡିଶାର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଏହି ପୁଞ୍ଜି ନିବେଶ ଏକ ଗେମ୍-ଚେଞ୍ଜର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ବୈଠକରେ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ବେଦାନ୍ତର ଶିଳ୍ପ ପ୍ରକଳ୍ପ ଗୁଡିକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ସହଯୋଗ ପାଇଁ ଧନ୍ୟବାଦ ପ୍ରଦାନ କରିଥିଲେ।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।
ଅନିଲ ଅଗ୍ରୱାଲ ଆଲୁମିନିଅମ୍ ପାର୍କ ପ୍ରତିଷ୍ଠା ଓଡିଶା କେନ୍ଦୁଝର ନିଯୁକ୍ତି ସୁଯୋଗ ପୁଞ୍ଜି ବିନିଯୋଗ ବେଦାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026
Latest News

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.