Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜିରୋ କାଜୁଆଲ୍‌ଟି ଆମର ଲକ୍ଷ୍ୟ, ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଜିରୋ କାଜୁଆଲ୍‌ଟି ଆମର ଲକ୍ଷ୍ୟ, ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

October 28, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଜିରୋ କାଜୁଆଲ୍‌ଟି ଆମର ଲକ୍ଷ୍ୟ, ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ
ଜିରୋ କାଜୁଆଲ୍‌ଟି ଆମର ଲକ୍ଷ୍ୟ, ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କରେ ସମୀକ୍ଷା କରି ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ପ୍ରତ୍ୟେକ ବିପର୍ଯ୍ୟୟରେ ଆମର ଏକମାତ୍ର ଲକ୍ଷ୍ୟ ହେଉଛି ଜିରୋ କାଜୁଆଲ୍‌ଟି। ବାତ୍ୟା ଆନ୍ଧ୍ରପ୍ରଦେଶରେ ଅତିକ୍ରମ କରୁଥିଲେ ମଧ୍ୟ ଓଡିଶାର ବିଭିନ୍ନ ଜିଲ୍ଲାରେ,  ବିଶେଷ କରି ଦକ୍ଷିଣ ଓଡିଶାର ଜିଲ୍ଲା ଗୁଡିକରେ ବ୍ୟାପକ ବର୍ଷା ସହିତ ପବନ ହେବାର ମଧ୍ୟ ସମ୍ଭାବନା ରହିଛି। ତେଣୁ, କୌଣସି ବିପଦ ସଂକୁଳ ଅଞ୍ଚଳରେ ଯେପରି ଜଣେ ବି ଲୋକ ରହିଯିବ ନାହିଁ, ସମସ୍ତେ ବାତ୍ୟା-ବନ୍ୟା ଆଶ୍ରୟ ସ୍ଥଳ କିମ୍ବା ଅନ୍ୟ ସୁରକ୍ଷିତ ସ୍ଥାନାନ୍ତରିତ ହେବେ, ତାକୁ ଅଧିକାରୀ ମାନେ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତବର୍ଷ ମଧ୍ୟ ବାତ୍ୟା ଦାନା ସମୟରେ ଆମେ ସଫଳ ଭାବରେ ଲୋକଙ୍କୁ ସ୍ଥାନାନ୍ତରିତ କରି ଜିରୋ କାଜୁଆଲ୍‌ଟି ହାସଲ କରିଥିଲୁ। ବାତ୍ୟା ପ୍ରଭାବିତ ଅଞ୍ଚଳରୁ ଲୋକଙ୍କ ସ୍ଥାନାନ୍ତରଣ ହେଉଛି ଆମର ଏକ ପ୍ରମୁଖ ଷ୍ଟ୍ରାଟେଜି। ତେଣୁ, ଏହି ଦିଗ ଉପରେ ସର୍ବାଧିକ ଗୁରୁତ୍ୱ ଆରୋପ କରିବାକୁ ସେ ପରାମର୍ଶ ଦେଇଥିଲେ।
ବାତ୍ୟାପରେ ଯେପରି ବିଭିନ୍ନ ଜରୁରୀ ବ୍ୟବସ୍ଥା ତୁରନ୍ତ ପୁନଃକ୍ଷମ କରାଯାଇ ପାରିବ ସେଥିପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ଇଞ୍ଜିନିୟରିଂ ବିଭାଗ ଗୁଡିକରୁ ନିର୍ଦ୍ଦେଶ ଦେଇଥିଲେ। ବାତ୍ୟା ପରେ ପରେ ଯେପରି ଭାଙ୍ଗିଯାଇଥିବା ଗଛ ଗୁଡିକ ଯୋଗୁ ରାସ୍ତା ଅବରୋଧ ନହୁଏ, ସେଥିପ୍ରତି ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସମୟ ହେଉଛି ଫସଲ ଅମଳର ସମୟ । ତେଣୁ, ବାତ୍ୟା ପରେ ପରେ ତୁରନ୍ତ କ୍ଷୟକ୍ଷତିର ଆକଳନ କରି ଚାଷୀ ଭାଇମାନଙ୍କୁ ଆବଶ୍ୟକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ କୃଷି ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜସ୍ୱ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗତ ତିନି ଦିନ ଧରି ବାତ୍ୟା ମୁକାବିଲା ସମ୍ପର୍କରେ ନିୟମିତ ସମୀକ୍ଷା କରାଯାଉଛି ଓ ପ୍ରସ୍ତୁତିକୁ ସୁଦୃଢ କରାଯାଉଛି। ପ୍ରାୟ ସମସ୍ତ ବିଭାଗ ଏଥିପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ । ତେବେ, ବିଭାଗୀୟ ସଚିବ ତଥା ଜିଲ୍ଲାପାଳ ମାନେ ସମସ୍ତ ପ୍ରସ୍ତୁତିକୁ ଠିକ୍ ଭାବେ ମନିଟରିଂ କରି ସମସ୍ତ ପଦକ୍ଷେପକୁ ସୁନିଶ୍ଚିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।
ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର, ପୋଲିସ ମହାନିର୍ଦ୍ଦେଶକ ଓ ବିଭିନ୍ନ ବିଭାଗର ସଚିବ ମାନେ ବିଭାଗୀୟ ପ୍ରସ୍ତୁତି ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ତଥ୍ୟ ଉପସ୍ଥାପନା କରିଥିଲେ।
ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ୮ଟି ଜିଲ୍ଲାରେ ବାତ୍ୟାର ସର୍ବାଧିକ ପ୍ରଭାବ ରହିବ। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ  ୨୦୪୮ଟି ବାତ୍ୟା-ବନ୍ୟା ଆଶ୍ରୟସ୍ଥଳକୁ ପ୍ରସ୍ତୁତ କରି ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୮ଟି ଜିଲ୍ଲାରେ ୧୧,୩୯୬ ଜଣ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି। ଆବଶ୍ୟକହେଲେ ଆହୁରି ୩୦,୫୫୪ ଜଣଙ୍କୁ ସ୍ଥାନାନ୍ତରିତ କରାଯିବ। ୧୮୭୧ ଜଣ ଗର୍ଭବତୀ ମହିଳାଙ୍କୁ ମଧ୍ୟ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି ଏବଂ ଆହୁରି ୮୨୨ ଜଣଙ୍କୁ ସ୍ଥାନାନ୍ତରିତ କରାଯିବ । ସମୁଦାୟ ୨୬୯୩ ଜଣ ଗର୍ଭବତୀ ମହିଳାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରାଯିବ।
ବାତ୍ୟାର ମୁକାବିଲା ପାଇଁ ୩୦ ଟି ଓଡ୍ରାଫ, ୫ଟି ଏନ୍‌.ଡି.ଆର୍‌.ଏଫ ଏବଂ ୧୨୩ଟି ଅଗ୍ନିଶମ ଦଳକୁ ମୁତୟନ କରାଯାଇଛି। ଆହୁରି ଅଧିକ ଟିମ୍ ଆଲର୍ଟରେ ଅଛନ୍ତି। ଆବଶ୍ୟକ ପଡିଲେ ନିୟୋଜିତ କରାଯିବ।
ପ୍ରଭାବିତ ହେବାକୁ ଥିବା ୮ଟି ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଆବଶ୍ୟକହେଲେ ଛୁଟିର ସମୟସୀମା ବଢାଯିବ।
ନିରବଛିନ୍ନ ବିଦ୍ୟୁତ ସରବରାହ ଓ ପାନୀୟ ଜଳ ଯୋଗାଣ ପାଇଁ ଇଞ୍ଜିନିୟରିଂ ବିଭାଗ ଗୁଡିକ ପ୍ରସ୍ତୁତ ହୋଇ ଅଛନ୍ତି। ବିକଳ୍ପ ଭାବେ ସମସ୍ତ ଜରୁରୀ ସେବା ସଂସ୍ଥା ଗୁଡିକରେ ଡିଜି ସେଟ୍ ମହଜୁଦ ରଖାଯାଇଛି। ସମସ୍ତ ପ୍ରଭାବିତ ଅଞ୍ଚଳର ସ୍ୱାସ୍ଥ୍ୟକେନ୍ଦ୍ର ଗୁଡିକରେ ପର୍ଯ୍ୟାପ୍ତ ପରିମାଣର ସାପକାମୁଡା ଇଞ୍ଜେକ୍‌ସନ୍‌, ଔଷଧ ଓ ଚିକିତ୍ସା କିଟ୍ ମହଜୁଦ୍ ରଖାଯାଇଛି।
ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଓ ପାହାଡିଆ ଅଞ୍ଚଳରେ ଭ୍ରମଣ ପାଇଁ ପର୍ଯ୍ୟଟକ ମାନଙ୍କୁ ନିଷେଧ  କରାଯାଇଛି। ମତ୍ସ୍ୟଜୀବୀ ମାନଙ୍କୁ ମଧ୍ୟ ସମୁଦ୍ର ଭିତରକୁ ନଯିବା ପାଇଁ ସତର୍କ କରାଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟା ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ବରିଷ୍ଠ ଅଧିକାରୀ ମାନେ ବୈଠକରେ ଯୋଗଦେଇଥିଲେ। ଜିଲ୍ଲାପାଳ ମାନେ ଆଭାସୀ ମାଧ୍ୟମରେ ଉପସ୍ଥିତ ଥିଲେ।
ଜିରୋ କାଜୁଆଲ୍‌ଟି ବାତ୍ୟା ମୋନ୍ଥା ବାତ୍ୟାର ମୁକାବିଲା ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ରନ୍ଧନ ଗ୍ୟାସ ଯୋଗାଣ ଉପରେ ଉଠିଲା ଜରୁରୀକାଳୀନ ନିୟନ୍ତ୍ରଣ

July 6, 2026
Latest News

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026

ବାଙ୍କିପୁରରୁ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ହେବେ କି ପ୍ରଶାନ୍ତ କିଶୋର?: ସ୍ପଷ୍ଟ କଲେ ଆରଜେଡି, କଂଗ୍ରେସ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.