Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ
ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ବିଭାଗର ସବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଛନ୍ତି।

ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗରେ ପହଞ୍ଚି ପ୍ରଥମେ ଅଷ୍ଟମ ମହଲାସ୍ଥିତ ରାଜ୍ୟ ଜଳ ବିଜ୍ଞାନ ତଥ୍ୟ କେନ୍ଦ୍ର (State Hydrological Data Center) ଯାଇ ସେଠାରେ ରାଜ୍ୟରେ ବିଭିନ୍ନ ଜଳ ଭଣ୍ଡାର ଓ ନଦୀ ଗୁଡିକରେ ଜଳ ସ୍ଥିତି ଅନୁଧ୍ୟାନ କରିବା ସହିତ ଏହାର କାର୍ଯ୍ୟ ପ୍ରଣାଳୀ ସମ୍ପର୍କରେ ବୁଝିଥିଲେ। ସୂଚନାଯୋଗ୍ୟ ଯେ, ରାଜ୍ୟ ଜଳ ବିଜ୍ଞାନ ତଥ୍ୟ କେନ୍ଦ୍ରର ତଥ୍ୟ ଅନୁଯାୟୀ Real-Time ଭିତ୍ତିରେ ରାଜ୍ୟରେ ଜଳ ପରିଚାଳନା କରାଯାଇଥାଏ।

ଏହା ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉପବିଭାଗ ପରିଦର୍ଶନ କରି ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ କର୍ମଚାରୀମାନଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ କାର୍ଯ୍ୟରେ ସନ୍ତୋଷ ବ୍ୟକ୍ତ କରିଥିଲେ ଏବଂ କହିଥିଲେ ଯେ, ରାଜ୍ୟ ସରକାରଙ୍କ ଲକ୍ଷ୍ୟ ପୂରଣ ପାଇଁ ଆପଣମାନେ ଆହୁରି ପ୍ରତିବଦ୍ଧତାର ସହ କାମ କରନ୍ତୁ ।

ପରିଦର୍ଶନ ପରେ ଗଣମାଧ୍ୟମକୁ ବିବୃତ୍ତି ରଖି, ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୨୯-୩୦ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ହେକ୍ଟର ଚାଷ ଜମିକୁ ଜଳସେଚନ କରାଯିବାର ଲକ୍ଷ୍ୟ ରଖାଯାଇଛି। ଏଥି ସହିତ କେନାଲର ଶେଷ ମୁଣ୍ଡ ପର୍ଯ୍ୟନ୍ତ ଜଳ ପହଞ୍ଚାଇବାକୁ ଆମେ ସୁନିଶ୍ଚିତ କରୁଛୁ। ଏହାକୁ ଦୃଷ୍ଟିରେ ରଖି ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କାର୍ଯ୍ୟାଳୟରେ ପରିଣତ କରାଯିବ।

ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ ଏବଂ ବିଭାଗୀୟ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଜଳ ସମ୍ପଦ ବିଭାଗ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.