Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Vande Mataram ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଲେ….
ବିଶେଷ ଖବର

Vande Mataram ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଲେ….

November 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Vande Mataram
Vande Mataram ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଲେ....

Vande Mataram: ଆଜି ହେଉଛି ବନ୍ଦେ ମାତରମ୍ ରାଷ୍ଟ୍ରୀୟ ସଂଗୀତର ୧୫୦ ବର୍ଷ ପୂର୍ତ୍ତି। ଏହି ଉପଲକ୍ଷେ ସାରା ଦେଶରେ ଏହାର ଉତ୍ସବ ପାଳନ ହେଉଛି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, “ଆଜିର ଏହି ଐତିହାସିକ ଦିନଟି, ଆମ ପାଇଁ ଏକ ମହାସଙ୍କଳ୍ପର କ୍ଷଣ। ଯେଉଁ ଚିରନ୍ତନ ବାଣୀ “ବନ୍ଦେ ମାତରମ୍” ଭାରତକୁ ଏକ ଅଖଣ୍ଡ ଶକ୍ତି ଭାବରେ ଦେଖିବାର ସ୍ୱପ୍ନ ସଞ୍ଚାର କରିଥିଲା, ଆଜି ତା’ର ୧୫୦ ବର୍ଷ ପୂର୍ତ୍ତି।”

ସେ କହିଛନ୍ତି ଯେ, “ଏହା କେବଳ ମାତ୍ର ଏକ ଐତିହାସିକ ଦିନଟିଏ ନୁହେଁ; ଏହା ହେଉଛି ଆମ ପୂର୍ବପୁରୁଷମାନଙ୍କର ବଳିଦାନ ଏବଂ ତ୍ୟାଗରୁ ଜନ୍ମ ନେଇଥିବା ଏକ ଜାତୀୟ ସଙ୍କଳ୍ପକୁ ମନେପକାଇବାର ଦିନ। ଋଷି ବଙ୍କିମ ଚନ୍ଦ୍ରଙ୍କ ଲେଖନୀରୁ ସୃଷ୍ଟି ହୋଇ, ଗୁରୁ ରବୀନ୍ଦ୍ରନାଥ ଟାଗୋରଙ୍କ କଣ୍ଠରେ ଶକ୍ତି ପାଇଥିବା ଏହି ଗୀତ ଆମ ସ୍ୱାଧୀନତା ସଂଗ୍ରାମୀମାନଙ୍କ ପାଇଁ ମୃତ୍ୟୁଞ୍ଜୟ ମନ୍ତ୍ର ଥିଲା। ରାଷ୍ଟ୍ରପ୍ରେମର ଏହି ମହାମନ୍ତ୍ର ସ୍ୱାଧୀନତା ସଂଗ୍ରାମର ଶହ ଶହ କ୍ରାନ୍ତିକାରୀଙ୍କୁ ଫାଶୀ ଖୁଣ୍ଟରେ ବିଜୟର ସ୍ମିତହାସ୍ୟ ଦେଇଥିଲା।”

ସେ ଆହୁରି କହିଛନ୍ତି ଯେ, “ଯେତେବେଳେ ଇଂରେଜ ସରକାର ଏହାକୁ ନିଷିଦ୍ଧ କରିବାକୁ ଚେଷ୍ଟା କଲେ, ସେତେବେଳେ ତାହାର ପ୍ରତିଟି ଧାଡ଼ି ଭାରତୀୟମାନଙ୍କ ପାଇଁ ବଜ୍ରଶପଥ ପାଲଟିଥିଲା। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକ୍ରମେ , ଆସନ୍ତୁ ଆଜି ଏହି ମହାନ ଗୀତର ଅମୃତ କାହାଣୀକୁ ସ୍ମରଣ କରି, ଆମେ ସମସ୍ତେ ମାତୃଭୂମିର ସାର୍ବଭୌମତ୍ୱ ଓ ଏକତା ପାଇଁ ପୁନର୍ବାର ଆମର ଜୀବନ ସମର୍ପିତ କରିବାର ଶପଥ ନେବା। ବନ୍ଦେ ମାତରମ୍! ଭାରତ ମାତା କି ଜୟ! ଜୟ ହିନ୍ଦ!”

MohanMajhi Vande Mataram ବନ୍ଦେ ମାତରମ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026

କ୍ରୀଡାର ଉନ୍ନତି ପାଇଁ ଆଦିତ୍ୟ ଆଲୁମିନିୟମର ଉଚ୍ଚକୋଟୀର ପ୍ରୟାସ

February 18, 2026
Latest News

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.