ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି ହେଲା। ଏ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍ଯାପିତ ହେବ।
ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀ ମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି।


