Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୧୯୫୪ କୋଟି ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

୧୯୫୪ କୋଟି ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

November 15, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ
୧୯୫୪ କୋଟି ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିର୍ସା ମୁଣ୍ଡା ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଭାରତ ଇତିହାସରେ ସବୁଦିନ ପାଇଁ ଅମର ହୋଇ ରହିଛନ୍ତି। ଇଂରେଜ ଶାସନ ସମୟରେ ବିର୍ସା ଅନ୍ୟାୟ, ଅତ୍ୟାଚାରକୁ ବିରୋଧ କରି ବିହାର, ଝାଡଖଣ୍ଡ ଅଞ୍ଚଳର ସଂଗ୍ରାମୀ ମାନଙ୍କୁ ଏକାଠି ଏକ ବଡ ଧରଣର ବିପ୍ଳବ ମାଧ୍ୟମରେ ଦେଶର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ସ୍ବତନ୍ତ୍ର ଫର୍ଦ୍ଦ ଯୋଡିଥିଲେ ବୋଲି  ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ କହିଛନ୍ତି।
ସୂଚନା ଯୋଗ୍ୟ ଯେ, ଭଗବାନ୍ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟରୁ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି।
ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଉରକେଲା ଠାରେ ସୁନ୍ଦରଗଡ ଜିଲ୍ଲା ପାଇଁ ୧୩୪୫ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଉରକେଲା ସହରର ହନୁମାନ ବାଟିକା ଛକରୁ ପାୱାର ହାଉସ୍ ଛକ ପର୍ଯ୍ୟନ୍ତ ରାସ୍ତାକୁ ଭଗବାନ ବିର୍ସା ମୁଣ୍ଡା ରାସ୍ତା ଭାବେ ନାମିତ କରିଛନ୍ତି।
ଉପସ୍ଥିତ ରାଉରକେଲା ବାସୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କିଶୋର ବୟସରୁ ବିର୍ସା ଉପନିବେଶବାଦୀ ଶୋଷଣ ବିରୋଧୀ ଜନପ୍ରତିରୋଧର ନେତୃତ୍ବ ନେଇଥିଲେ। ବ୍ରିଟିଶ୍ ଶାସନ ଓ ସ୍ଥାନୀୟ ଜମିଦାରଙ୍କ ଶୋଷଣ ଓ ଅତ୍ୟାଚାରରେ ନିଷ୍ପେଷିତ ଲୋକମାନଙ୍କ ସାମାଜିକ ଓ ଆର୍ଥିକ ଅଧିକାର ପାଇଁ   ଲଢେଇ ଜାରି ରଖିଥିଲେ। ବିର୍ସା ମୁଣ୍ଡାଙ୍କ ବିଦ୍ରୋହ ଝାଡଖଣ୍ଡ, ଓଡିଶା, ବିହାର, ପଶ୍ଚିମ ବଙ୍ଗ ଏବଂ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ବ୍ୟାପୀ ଏକ ବିରାଟ ଆଦିବାସୀ ଆନ୍ଦୋଳନର ରୂପ ନେଇଥିଲା।
ସେ ପୁଣି କହିଥିଲେ, ମାନନୀୟ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ପ୍ରେରଣାଦାୟୀ ଉଦ୍ୟମରେ ଆଜି ମହାନ୍ ଜନଜାତି ନାୟକ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜନଜାତି ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି ଉତ୍ସବ ଭଗବାନ ବିର୍ସା ମୁଣ୍ଡାଙ୍କ ବୀରତ୍ବ, ତ୍ୟାଗ ଓ ସାହସ ନିମନ୍ତେ ଉତ୍ସର୍ଗୀକୃତ।
ସେ ଆହୁରି କହିଥିଲେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନୀତି ହେଉଛି ସବ୍‌କା ସାଥ୍ ସବ୍‌କା ବିକାଶ, ସବ୍‌କା ବିଶ୍ବାସ ଓ ସବ୍‌କା ପ୍ରୟାସ । ଜନଜାତି ସମ୍ପ୍ରଦାୟଙ୍କ ସଶକ୍ତିକରଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନେକ ଯୁଗାନ୍ତକାରୀ ପଦକ୍ଷପ ଗ୍ରହଣ କରିଛନ୍ତି। ପିଏମ୍ ଜନ୍‌ମନ୍‌ ଯୋଜନା, ଧର୍‌ତୀ ଆବା ଜନଭାଗିଦାରୀ ଅଭିଯାନ, ଆଦିକର୍ମ ଯୋଗୀ ଅଭିଯାନ ଭଳି ବିଭିନ୍ନ ଯୋଜନା ମାଧ୍ୟମରେ ଜନଜାତି ବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାର ଉଦ୍ୟମ ଜାରିରହିଛି।
ମୁଖ୍ୟମନ୍ତ୍ରୀ କହିଥିଲେ, ଜନଜାତି ସମ୍ପ୍ରଦାୟଙ୍କ ସର୍ବାଙ୍ଗୀନ ବିକାଶ ଲାଗି ରାଜ୍ୟ ସରକାର ଅନେକ ପଦକ୍ଷପ ଗ୍ରହଣ କରିଛନ୍ତି। ଜଙ୍ଗଲ ଜମି ଅଧିକାର ପ୍ରଦାନ ବଳରେ ସେମାନଙ୍କୁ ସଶକ୍ତ କରାଯାଉଛି। ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ମାଧ୍ୟମରେ ଜନଜାତି ପରିବାର ଗୁଡିକୁ ଜୀବନ ଜୀବିକାରେ ସହାୟତା ପ୍ରଦାନ କରି ସେମାନଙ୍କୁ ସଶକ୍ତ କରାଯାଉଛି। ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଡ୍ରପଆଉଟ୍ ହାର ରୋକିବା ପାଇଁ ଶହୀଦ ମାଧୋ ସିଂ ହାତଖର୍ଚ୍ଚ ଯୋଜନାରେ ଅର୍ଥିକ ସହାୟତା ପ୍ରଦାନ କରାଯାଉଛି। ମୋଦୀଜୀଙ୍କ ନେତୃତ୍ବରେ ଜନଜାତି ସଶକ୍ତିକରଣର ସବୁଠାରୁ ବଡ ଉଦାହରଣ ହେଉଛନ୍ତି  ଦେଶର ମହାମହିମ ରାଷ୍ଟ୍ରପତି ଓ ସେ ନିଜେ ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ଓଡିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ ପ୍ରମୁଖ ଉପସ୍ଥିତ ଥିଲେ।
ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିଶନର ତଥା ଶାସନ ସଚିବ ବି. ପରମେଶ୍ବରନ୍ ସ୍ବାଗତ ଭାଷଣ ଦେଇଥିଲେ। ଜିଲ୍ଲାପାଳ ସୁନ୍ଦରଗଡ ଡ. ଶୁଭଙ୍କର ମହାପାତ୍ର ଉପସ୍ଥିତ ଥିଲେ।
ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ଜନଜାତୀୟ ଗୌରବ ଦିବସ ନରେନ୍ଦ୍ର ମୋଦୀ ବିର୍ସା ମୁଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ଇଭିଏମ୍ ଉପରେ ବିଶ୍ୱାସ କରନ୍ତି କି କର୍ଣ୍ଣାଟକ ଲୋକ?: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ ସର୍ଭେ

January 2, 2026

ପାକିସ୍ତାନରୁ ଜୟଶଙ୍କରଙ୍କୁ ଖୋଲା ଚିଠି: ଭାରତକୁ ପୂର୍ଣ୍ଣ ସମର୍ଥନ ଦେବାକୁ ପ୍ରତିଶ୍ରୁତି ଦେଲେ ଏହି ନେତା

January 2, 2026

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ମୃତକଙ୍କ ପରିଚୟ ଖୋଜୁଛି ପୋଲିସ

January 2, 2026

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026
Latest News

ଡିସେମ୍ବର 2025 ରେ 212 କୋଚ୍ ତିଆରି କରି ରେକର୍ଡ ସ୍ଥାପନ କଲା MCF ରାୟବରେଲି

January 2, 2026

ଇଭିଏମ୍ ଉପରେ ବିଶ୍ୱାସ କରନ୍ତି କି କର୍ଣ୍ଣାଟକ ଲୋକ?: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ ସର୍ଭେ

January 2, 2026

ପାକିସ୍ତାନରୁ ଜୟଶଙ୍କରଙ୍କୁ ଖୋଲା ଚିଠି: ଭାରତକୁ ପୂର୍ଣ୍ଣ ସମର୍ଥନ ଦେବାକୁ ପ୍ରତିଶ୍ରୁତି ଦେଲେ ଏହି ନେତା

January 2, 2026

ବିଏମସି ନିର୍ବାଚନ: କଂଗ୍ରେସକୁ ବଡ଼ ଝଟକା, ଏହି ଦୁଇ ନେତା ସହ ବିଜେପିରେ ଯୋଗ ଦେଲେ ଶତାଧିକ କର୍ମୀ

January 2, 2026

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ମୃତକଙ୍କ ପରିଚୟ ଖୋଜୁଛି ପୋଲିସ

January 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.