Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି ଇତିହାସ ରଚିବ ଓଡିଶା ବିଧାନସଭା, ପ୍ରଥମ ଥର ପାଇଁ ଗୃହରେ ଭାଷଣ ଦେବେ ରାଷ୍ଟ୍ରପତି
ବିଶେଷ ଖବର

ଆଜି ଇତିହାସ ରଚିବ ଓଡିଶା ବିଧାନସଭା, ପ୍ରଥମ ଥର ପାଇଁ ଗୃହରେ ଭାଷଣ ଦେବେ ରାଷ୍ଟ୍ରପତି

November 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଇତିହାସ ରଚିବ ଓଡିଶା ବିଧାନସଭା
ଆଜି ଇତିହାସ ରଚିବ ଓଡିଶା ବିଧାନସଭା, ପ୍ରଥମ ଥର ପାଇଁ ଗୃହରେ ଭାଷଣ ଦେବେ ରାଷ୍ଟ୍ରପତି

ଭୁବନେଶ୍ବର: ଆଜି ଓଡିଶା ବିଧାନସଭା ରଚିବ ଏକ ନୂଆ ଇତିହାସ। କାରଣ ହେଲା ଆଜି ବିଧାନସଭାରେ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଅଭିଭାଷଣ ରଖିବେ। ପୂର୍ବରୁ ଓଡିଶା ବିଧାନସଭାରେ କୌଣସି ରାଷ୍ଟ୍ରପତି ଅଭିଭାଷଣ ରଖି ନାହିଁନ୍ତି। ଓଡିଶା ମାଟିର ଝିଅ ରାଷ୍ଟ୍ରପତି ଏବଂ ସେ ପ୍ରଥମଥର ପାଇଁ ବିଧାନସଭାରେ ଅଭିଭାଷଣ ରଖିବା ଏକ ବିରଳ ଘଟଣା ହେବାକୁ ଯାଉଛି।

ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ଅପରାହ୍ନ ୨ ଟାରେ ପହଞ୍ଚିବେ। ବିମାନ ବନ୍ଦରରୁ ସେ ସିଧା ରାଜଭବନ ଯିବେ। ସେଠାରେ ସେ ନୂଆ କଳିଙ୍ଗ ନିବାସକୁ ଉଦଘାଟନ କରିବେ। ଏହାପରେ ସେ ଅପରାହ୍ନ ୪ ଟା ୨୦ ରେ ବିଧାନସଭାରେ ପହଞ୍ଚିବେ। ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯିବ। ଏହାପରେ ସେ ୪ ଟା ୩୦ ରୁ ୫ ଟା ୩୦ ପର‌୍ୟ୍ୟନ୍ତ ନିଜର ଅଭିଭାଷଣ ରଖିବେ।

ଏହାପରେ ରାଜଭବନରେ ରାଜ୍ୟପାଳ ଏକ ରାତ୍ରୀଭୋଜନର ଆୟୋଜନ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିରୋଧୀ ଦଳର ନେତା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ, ବିଧାୟକ, ସାଂସଦ ଏବଂ କେନ୍ଦ୍ରମନ୍ତ୍ରୀ ସାମିଲ ହେବାର କାର‌୍ୟ୍ୟକ୍ରମ ରହିଛି। ଏହାପରଦିନ ରାଷ୍ଟ୍ରପତି ୯ ଟା ୧୫ ମିନଟରେ ରାଜଭବନରୁ ବିମାନ ବନ୍ଦର ଯିବେ। ସେଠାରୁ ସେ ଲକ୍ଷ୍ମୌ ଯିବାର କାର୍ଯ୍ୟକ୍ରମ ରହିଛି।

ଓଡିଶା ବିଧାନସଭା ବିଧାନସଭାରେ ରାଷ୍ଟ୍ରପତି ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025

ଭୁବନେଶ୍ୱରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ଆର୍ଥିକ ଅନୁଦାନ ଦେବେ କେନ୍ଦ୍ର ସରକାର: କେନ୍ଦ୍ର ମନ୍ତ୍ରୀ

December 20, 2025

କଂଗ୍ରେସ ତରଫରୁ ଭୁବନେଶ୍ବରରେ କରାଗଲା ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ

December 19, 2025

ତାମିଲନାଡୁରେ SIRର ପ୍ରଥମ ପର୍ଯ୍ୟାୟ ଡ୍ରାଫ୍ଟ ତାଲିକା ପ୍ରକାଶିତ: ବାଦ୍ ପଡ଼ିଲେ ପ୍ରାୟ ୧ କୋଟି ଭୋଟର

December 19, 2025
Latest News

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.