Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»DMF Fund: ଜିଲ୍ଲା ଖଣିଜ ପ୍ରତିଷ୍ଠାନରୁ ଆଦାୟ ହେଲା ୩୪,୦୫୨ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ବିଶେଷ ଖବର

DMF Fund: ଜିଲ୍ଲା ଖଣିଜ ପ୍ରତିଷ୍ଠାନରୁ ଆଦାୟ ହେଲା ୩୪,୦୫୨ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

December 3, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
DMF Fund
DMF Fund: ଜିଲ୍ଲା ଖଣିଜ ପ୍ରତିଷ୍ଠାନରୁ ଆଦାୟ ହେଲା ୩୪,୦୫୨ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

DMF Fund: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।

ଆଲୋଚନାରୁ ଜଣାପଡିଛି ଯେ, ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ ଜିଲ୍ଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି ଟଙ୍କା ଆଦାୟ ହୋଇଛି ଏବଂ ପ୍ରାୟ ୫୫ ପ୍ରତିଶତ ଟଙ୍କା ଖର୍ଚ୍ଚ ହୋଇଛି । ଏହି ଖର୍ଚ୍ଚକୁ ବୃଦ୍ଧି କରି ଲୋକଙ୍କୁ ମୌଳିକ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହା ସହିତ, ୧୦ ଟି ଜିଲ୍ଲାରେ ଡ଼ି.ଏମ.ଏଫ ପୁନଃ ଗଠନ ହେବା ପରେ ଟ୍ରଷ୍ଟ ବୋର୍ଡ ମିଟିଂ ହୋଇସାରିଛି ବୋଲି ବୈଠକରୁ ଜଣାଯାଇଛି ।

ବୈଠକରେ ମୁଖ୍ୟମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ପ୍ରତ୍ୟେକ DMFର ଅଡିଟ୍ ରିପୋର୍ଟ ସହିତ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ ଏବଂ ଲଘୁ ଖଣିଜ ପଦାର୍ଥ (Minor Minerals) ରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାର ଯେକୌଣସି ସ୍ଥାନରେ ବ୍ୟବହାର କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏହି ପାଣ୍ଠିକୁ ସେହି ସ୍ଥାନର ମୌଳିକ ଆବଶ୍ୟକତା ଯଥା – ଶିକ୍ଷା, ସ୍ୱାସ୍ଥ୍ୟ, ଜଳ ଯୋଗାଣ, ଗମନାଗମନ ଆଦି ବ୍ୟବସ୍ଥା ରେ ଖର୍ଚ୍ଚ କରିବା ପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଖଣି ଅଞ୍ଚଳର ନିକଟବର୍ତ୍ତୀ ସ୍ଥାନ ଗୁଡ଼ିକରେ ଲୋକଙ୍କୁ ସମ୍ପୂର୍ଣ୍ଣ ମୌଳିକ ସେବା (Saturation Mode) ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରୁ ଜଣାଯାଇଛି ଯେ, DMF ଟ୍ରଷ୍ଟବୋର୍ଡ ବୈଠକ ଡକାଯାଇ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରାଯିବ। DMF ଦ୍ୱାରା ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ପ୍ରଭାବିତ ଗ୍ରାମଗୁଡ଼ିକୁ ଚିହ୍ନଟ କରାଯିବ। ଖଣି ଅଂଚଳର ପାର୍ଶ୍ୱବର୍ତ୍ତୀ ଜାଗା ଗୁଡିକରେ ଥିବା ଜନବସତି ଗୁଡିକରେ ହେଉଥିବା ପ୍ରଦୂଷଣକୁ ରୋକିବା ପାଇଁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ।

ଯେଉଁ ଜିଲ୍ଲାଗୁଡ଼ିକରେ ବାର୍ଷିକ DMF ପାଣ୍ଠି 10 କୋଟି ଟଙ୍କା କିମ୍ବା ତା’ଠାରୁ ଅଧିକ ସଂଗ୍ରହ ହେଉଛି, ସେମାନେ ଏକ ଏଣ୍ଡାଓମେଣ୍ଟ ପାଣ୍ଠି (Endowment Fund) ଗଠନ କରିବେ। ଏହି ଏଣ୍ଡାଓମେଣ୍ଟ ପାଣ୍ଠିକୁ ସରକାରୀ ସିକ୍ୟୁରିଟି କିମ୍ବା ଅନୁସୂଚିତ ବ୍ୟାଙ୍କଗୁଡ଼ିକର ବଣ୍ଡ ଏବଂ ଏଫଡିରେ ବିନିଯୋଗ କରାଯିବ । ଖଣିଜ ପଦାର୍ଥ ଶେଷ ହେବା ପରେ କିମ୍ୱା କୌଣସି କାରଣରୁ ଖଣି କାର୍ଯ୍ୟକଳାପ ବନ୍ଦ ହୋଇଯାଇଥିବା ଅଞ୍ଚଳରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ଜୀବିକା ସୃଷ୍ଟି ପାଇଁ ଏହି ପାଣ୍ଠି ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

DMF Fund ଜିଲ୍ଲା ଖଣିଜ ପାଣ୍ଠି ଡିଏମଏଫ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

ପେଟ୍ରୋଲ ଓ ଡିଜେଲ ପରେ ଏବେ ମୋବାଇଲ ରିଚାର୍ଜ ପାଳି !

May 17, 2026
Latest News

ମୃତ୍ୟୁଞ୍ଜୟ-ହାରାମଣୀ ଛାତ୍ରବୃତ୍ତି ମେଧା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 17, 2026

ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆନୁଷ୍ଠାନିକ ଆଲୋଚନା

May 17, 2026

ଡଚ୍ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

May 17, 2026

ଶିକ୍ଷା ବିକାଶ ସମିତି ପକ୍ଷରୁ ମେଧାବୀ ଅଭିନନ୍ଦନ ୨୦୨୬ ଉତ୍ସବ

May 17, 2026

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.