Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବୈଧ ପ୍ରଦୂଷଣ ପ୍ରମାଣପତ୍ର ନାହିଁ ତ ତେଲ ନାହିଁ: ତୈଳ କମ୍ପାନୀଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର
ବିଶେଷ ଖବର

ବୈଧ ପ୍ରଦୂଷଣ ପ୍ରମାଣପତ୍ର ନାହିଁ ତ ତେଲ ନାହିଁ: ତୈଳ କମ୍ପାନୀଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

December 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ତୈଳ କମ୍ପାନୀ
ଇରାନରୁ କଣ କିଣୁଛି ଭାରତ?: ଯୁଦ୍ଧ ହେଲେ କେଉଁ ଜିନିଷର ମୂଲ୍ୟ ବୃଦ୍ଧି ପାଇବ?

ଭୁବନେଶ୍ଵର: ବାୟୁ ଗୁଣବତ୍ତାର ସ୍ଥିତିକୁ ଦୃଷ୍ଟିରେ ରଖି ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଉଛି। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି।

ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ଏବଂ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏ ଦିଗରେ ଉଦ୍ୟମ ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ତୈଳ ବିକ୍ରୟକାରୀ କମ୍ପାନୀଙ୍କୁ ଚିଠି ଲେଖାଯାଇଛି। ଯେଉଁ ମୋଟର ଯାନର ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ କୌଣସି ପେଟ୍ରୋଲ ପମ୍ପରେ ତେଲ ନ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଏହାଦ୍ୱାରା ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବାୟୁ ଗୁଣାବତ୍ତା ମାନକୁ ଉନ୍ନତ ରଖାଯିବ ବୋଲି ବିଶେଷ କରି ପରିବହନ ଯୋଗୁଁ ହେଉଥିବା ପ୍ରଦୂଷଣକୁ କମ କରାଯାଇପାରିବ ବୋଲି ଆଶା କରାଯାଇଛି।

ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖିବା ବାଧ୍ୟତାମୂଳକ ଏଥିପାଇଁ ଗାଡ଼ି ଗୁଡିକୁ ନିୟମିତ ବ୍ୟବଧାନରେ ପଞ୍ଜିକୃତ ପ୍ରଦୂଷଣ ପରୀକ୍ଷା କେନ୍ଦ୍ରରେ ଯାଞ୍ଚ କରାଇବାକୁ ହୋଇଥାଏ। ସେହିଭଳି ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନର ମଧ୍ୟ ବ୍ୟବସ୍ଥା ରହିଛି। ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚକୁ ଗୁରୁତ୍ୱ ଦେଇ ସମସ୍ତ ଟୋଲଗେଟ୍ ରେ ଇ-ଡିଟେକ୍ସନ ବ୍ୟବସ୍ଥାରେ ମଧ୍ୟ ଏହାକୁ ଅନ୍ତର୍ଭୁକ୍ତ କରାଯାଇଛି।

ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମୋଟର ଯାନ ବ୍ୟବହାରକାରୀଙ୍କୁ ନିବେଦନ କରାଯାଇଛି ଯେ, ସର୍ବଦା ଗାଡ଼ିର ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖନ୍ତୁ। ପ୍ରଦୂଷଣ ସୃଷ୍ଟି କରୁଥିବା ଯାନକୁ ବ୍ୟବହାର କରନ୍ତୁ ନାହିଁ। ପରିବେଶ ସୁରକ୍ଷାରେ ସହଭାଗୀ ହୁଅନ୍ତୁ।

Odisha Valid Pollution Certificate
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026
Latest News

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.