Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ
ବିଶେଷ ଖବର

ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

December 22, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
Dharmendra
ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି। ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର ଲୋକଙ୍କ ଆଶା ଆକାଂକ୍ଷା ପୂରଣ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ସେ ଏହି ପତ୍ରରେ ଉଲ୍ଲେଖ କରିଛନ୍ତି।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ କାର୍ଯ୍ୟକାଳ ଗତ ଜାନୁଆରୀ ୩, ୨୦୨୪ରେ ଶେଷ ହୋଇସାରିଛି ଏବଂ ନୂତନ ସଦସ୍ୟ ନିଯୁକ୍ତ ହୋଇ ନଥିବାରୁ ଏହା ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ। ଓଡ଼ିଶା ରାଜ୍ୟର ଜନସଂଖ୍ୟାର ଏକ ପ୍ରମୁଖ ଅଂଶ ଭାବେ ପ୍ରାୟ ୨୧୬ଟି ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗ (ଏସଇବିସି) ସମୁଦାୟ ଓଡ଼ିଶାରେ ବସବାସ କରୁଛନ୍ତି। ଆୟୋଗ କାର୍ଯ୍ୟକ୍ଷମ ନଥିବାରୁ ଏହି ବର୍ଗର ଲୋକମାନେ ଶିକ୍ଷା, ନିଯୁକ୍ତି ଏବଂ କଲ୍ୟାଣକାରୀ ଯୋଜନାର ସୁଫଳ ପାଇବାରେ ବହୁବିଧ ଆହ୍ୱାନର ସମ୍ମୁଖୀନ ହେଉଛନ୍ତି ।  ନିଜର ସମସ୍ୟା ଉପସ୍ଥାପନ କରିବା ପାଇଁ ସେମାନେ ଏକ ସାମ୍ବିଧାନିକ ମଞ୍ଚରୁ ବଞ୍ଚିତ ହେଉଛନ୍ତି।

ନୂତନ ଜାତିକୁ ଏସଇବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା, ଅଭିଯୋଗର ସମାଧାନ କରିବା ଏବଂ ପଛୁଆ ବର୍ଗଙ୍କ ପାଇଁ ସରକାରଙ୍କୁ ନୀତିଗତ ପରାମର୍ଶ ଦେବାରେ ଓଏସସିବିସିଙ୍କ ମୁଖ୍ୟ ଭୂମିକା ରହିଛି। ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ସଂଶୋଧନ) ଅଧିନିୟମ, ୨୦୨୦ ଅନୁଯାୟୀ, ଏହି କମିଶନଙ୍କୁ ପଛୁଆ ବର୍ଗଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ଉପରେ ସର୍ଭେ କରିବାର ଦାୟିତ୍ୱ ମଧ୍ୟ ଦିଆଯାଇଛି। ତେଣୁ ରାଜ୍ୟରେ ସାମାଜିକ ନ୍ୟାୟର ପ୍ରତିଷ୍ଠା ଏବଂ ପଛୁଆ ବର୍ଗଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ କମିଶନର ଶୀଘ୍ର ପୁନର୍ଗଠନ ଏକାନ୍ତ ଆବଶ୍ୟକ। ରାଜ୍ୟର ପଛୁଆ ବର୍ଗର ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଥିରେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରି ଆୟୋଗର ପୁନର୍ଗଠନ କରିବାକୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ ପଛୁଆ ବର୍ଗ ଆୟୋଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026
Latest News

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.