Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏସ୍‌ସିବିରେ ହେବ ୧୭ ମହଲା ପାର୍କିଂ, ରାଜ୍ୟର ୭ଟି ମେଡିକାଲ କଲେଜରେ ଆଟେଣ୍ଡାଣ୍ଟଙ୍କ ପାଇଁ ହେବ ବିଶ୍ରାମ ଗୃହ
ବିଶେଷ ଖବର

ଏସ୍‌ସିବିରେ ହେବ ୧୭ ମହଲା ପାର୍କିଂ, ରାଜ୍ୟର ୭ଟି ମେଡିକାଲ କଲେଜରେ ଆଟେଣ୍ଡାଣ୍ଟଙ୍କ ପାଇଁ ହେବ ବିଶ୍ରାମ ଗୃହ

December 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଏସ୍‌ସିବିରେ ହେବ ୧୭ ମହଲା ପାର୍କିଂ
ଏସ୍‌ସିବିରେ ହେବ ୧୭ ମହଲା ପାର୍କିଂ, ରାଜ୍ୟର ୭ଟି ମେଡିକାଲ କଲେଜରେ ଆଟେଣ୍ଡାଣ୍ଟଙ୍କ ପାଇଁ ହେବ ବିଶ୍ରାମ ଗୃହ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି।

ଏହି ବୈଠକରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ରାଜ୍ୟର ସର୍ବବୃହତ ମେଡିକାଲ କଲେଜ ହିସାବରେ ଏଠାକୁ ପ୍ରତିଦିନ ହଜାର ହଜାର ରୋଗୀ ଓ ସେମାନଙ୍କର ସମ୍ପର୍କୀୟମାନେ ଆସିଥାନ୍ତି। ଏହି ମେଡିକାଲ କଲେଜକୁ ଏକ ବିଶ୍ବସ୍ତରୀୟ ମେଡିକାଲ କଲେଜ ରୂପେ ବିକଶିତ କରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ସେଥିପାଇଁ ଆବଶ୍ୟକୀୟ ପାର୍କିଂ ସୁବିଧା ଉପରେ ବୈଠକରେ ଆଲୋଚନା ହୋଇଥିଲା।

ବୈଠକରୁ ଜଣାଯାଇଛି ଯେ, ଏସ୍.ସି.ବି ମେଡିକାଲ କଲେଜରେ ୬.୫୧ ଏକର ପରିମିତ ଅଞ୍ଚଳରେ ୧୭ ମହଲା (G+16) ବିଶିଷ୍ଟ ଏକ ମଲ୍‌ଟି ଲେଭଲ୍‌ ପାର୍କିଂ ସୁବିଧା ବିକଶିତ କରାଯିବ। ପାର୍କିଂ ସୁବିଧା ଉଭୟ ଏସ୍.ସି.ବି ଓ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲକୁ ଆସୁଥିବା ରୋଗୀ ଓ ଆଟେଣ୍ଡାଣ୍ଟମାନେ ବ୍ୟବହାର କରିପାରିବେ। ଏହି ବିଲ୍‌ଡିଂରେ ୧୨ ମହଲା ପର୍ଯ୍ୟନ୍ତ ପାର୍କିଂ ସୁବିଧା ଏବଂ ଅବଶିଷ୍ଠ ମହଲା ଗୁଡିକରେ ପ୍ରଶାସନିକ ବ୍ଲକ, ଆନାଟୋମୀ ବ୍ଲକ, ବି. ଫାର୍ମା ଏବଂ ଡି. ଫାର୍ମା କଲେଜ୍ ଇତ୍ୟାଦି କାର୍ଯ୍ୟକ୍ଷମ ହେବ।

ଏଥିସହିତ ମେଡିକାଲ ଛାତ୍ର ମାନଙ୍କୁ ଚାପମୁକ୍ତ ରଖିବା ପାଇଁ ଇଣ୍ଡୋର ଗେମ୍, ସୁଇମିଂ ପୁଲ୍ ସୁବିଧା ମଧ୍ୟ ଉପଲବ୍ଧ କରାଯିବ। ସୂଚନାଯୋଗ୍ୟ ଯେ ଜାତୀୟ ଶିକ୍ଷାନୀତି ୨୦୨୦ରେ ପିଲାମାନଙ୍କୁ ଚାପମୁକ୍ତ ରଖିବା ପାଇଁ ବିଭିନ୍ନ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଏଥି ନିମନ୍ତେ ଖୁବଶୀଘ୍ର ଡିପିଆର୍ ପ୍ରସ୍ତୁତ କରିବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।

ଏସ୍‌ସିବି ନିକଟରେ ୧୩ ଗୋଟି ହାଉସିଂ ଟାୱାର କାମ ନିର୍ମାଣଧୀନ ରହିଛି। ଯେଉଁଥିରେ ୬୭୨ଟି ଆବାସିକ ୟୁନିଟ୍ ଓ ୨,୨୪୪ ଛାତ୍ରଛାତ୍ରୀଙ୍କ ପାଇଁ ହଷ୍ଟେଲ ସୁବିଧା କରାଯାଉଛି। ଏହି ପ୍ରକଳ୍ପ ବିଷୟରେ ମୁଖ୍ୟମନ୍ତ୍ରୀ ସବିସ୍ତୃତ ଆଲୋଚନା କରି ଏହାର ନିର୍ମାଣକାର୍ଯ୍ୟ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ପୁନଃ ବିକାଶ କାର୍ଯ୍ୟ ଉପରେ ବୈଠକରେ ଆଲୋଚନା ହୋଇଥିଲା।

ପାଣିକୋଇଲି ଟ୍ରମା କେୟାର ସେଣ୍ଟରକୁ ଖୁବଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ, ଏହାକୁ ପିପିପି ମୋଡ୍‌ରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ହସ୍ପିଟାଲ ପରିଚାଳନା କ୍ଷେତ୍ରରେ ଅଭିଜ୍ଞତା ଥିବା କେନ୍ଦ୍ର ସରକାରଙ୍କ ପି.ଏସ୍.ୟୁକୁ ଏକ୍ଷେତ୍ରରେ ପ୍ରାଥମିକତା ଦିଆଯାଉ, ଆବଶ୍ୟକସ୍ଥଳେ ଘରୋଇ କ୍ଷେତ୍ରକୁ ମଧ୍ୟ ଏଥିରେ ସାମିଲ କରିବା ପାଇଁ ସେ କହିଥିଲେ। ଏଥି ସହିତ ରାଜ୍ୟର କଟକ, ବ୍ରହ୍ମପୁର, ବୁର୍ଲା, ସୁନ୍ଦରଗଡ, କୋରାପୁଟ, ବାରିପଦା ଓ ବଲାଙ୍ଗିରରେ ଥିବା ସରକାରୀ ମେଡିକାଲ କଲେଜ୍‌ କ୍ୟାମ୍ପସ୍‌ରେ ଆଟେଣ୍ଡାଣ୍ଟଙ୍କ ପାଇଁ ବିଶ୍ରାମ ଗୃହ ନିର୍ମାଣ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ବତ ମିଶ୍ର, ସ୍ବାସ୍ଥ୍ୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଅଶ୍ବତୀ ଏସ୍., ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକ ଡ. ବୃନ୍ଦା ଡି ଏବଂ ସ୍ବାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Health dept Mohan Majhi SCB Medical SCB Medical College ଏସବି ମେଡିକାଲ ମୋହନ ଚରଣ ମାଝୀ ସ୍ବାସ୍ଥ୍ୟ ବିଭାଗ ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026
Latest News

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ ହେବ ଡିଜିଟାଲ: CBSE ର ପ୍ରସ୍ତୁତି ଆରମ୍ଭ

February 2, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.