Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତିରେ ମୁଖ୍ୟମନ୍ତ୍ରୀ କଲେ ହସ୍ତକ୍ଷେପ, କହିଲେ…
ବିଶେଷ ଖବର

ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତିରେ ମୁଖ୍ୟମନ୍ତ୍ରୀ କଲେ ହସ୍ତକ୍ଷେପ, କହିଲେ…

January 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନିକଟରେ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ଓଡିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା। ହେଲେ ଏଥିରେ ଓଏଏସ୍, ଓଆର୍‌ଏସ୍ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର ପ୍ରକାଶିତ ହୋଇଥିଲା।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ଜାଣିବା ପରେ ଏଥିରେ ତୁରନ୍ତ ହସ୍ତକ୍ଷେପ କରି ଏହି ସବୁ ପଦବୀ ସମ୍ପର୍କରେ ସମୀକ୍ଷା କରି ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହା ଫଳରେ ଓଡିଶା ପ୍ରଶାସନିକ ସେବା (OAS) ରେ ୧୪ଟି, ଓଡିଶା ରାଜସ୍ବ ସେବା (ORS) ରେ ୧୧୩ଟି, ଓଡିଶା ପରିବହନ ସେବା (OTS) ରେ ୧୬ଟି ଓ ଓଡିଶା ମଙ୍ଗଳ ସେବା (OWS) ରେ ୮ଟି ପଦବୀ ପୂରଣ ପାଇଁ ଓଡିଶା ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି। ସମୁଦାୟ ୧୫୧ଟି ଅଧିକ ପଦବୀ ପାଇଁ ଅନୁରୋଧ କରାଯାଇଛି।

ଏହାଦ୍ବାରା ଏହିସବୁ ପଦବୀ ପାଇଁ ଆଶାୟୀ ଥିବା ଅନେକ ଯୁବକ ଯୁବତୀ ପରୀକ୍ଷା ଦେଇ ନିଜ ଯୋଗ୍ୟତା ବଳରେ ସଫଳତା ହାସଲ କରି ପାରିବେ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ନିଯୁକ୍ତି କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ବ ଆରୋପ କରୁଛନ୍ତି ଏବଂ ଗତ ୧୮ ମାସରେ ପ୍ରାୟ ୪୦ ହଜାର ସରକାରୀ ପଦବୀ ପୂରଣ ହୋଇସାରିଛି।

ବର୍ତ୍ତମାନ ମଧ୍ୟ ବିଭିନ୍ନ ଆୟୋଗ ଦ୍ବାରା ଯେଉଁ ପରୀକ୍ଷା କରାଯିବ, ବି‌ଜ୍ଞପ୍ତି ପ୍ରକାଶ ପର୍ଯ୍ୟନ୍ତ ଯେତେ ପଦବୀ ଖାଲିଥିବ ସବୁ ପୂରଣ କରିବା ପାଇଁ ଆୟୋଗ ଗୁଡିକୁ ସୁପାରିସ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

Mohan Majhi ଓଡିଶା ସିଭିଲ୍ ସର୍ଭିସେସ୍ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026

ଯାତ୍ରୀ ଆୟ ଓ ଟିକେଟ୍ ବୁକିଂରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ଅଭିବୃଦ୍ଧି

October 15, 2026

SIR ବିବାଦ ମଧ୍ୟରେ ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି: ୧୭ ଟି ରାଜ୍ୟ ପାଇଁ ନେଲେ ଏହି ପଦକ୍ଷେପ

October 15, 2026
Latest News

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026

ଯାତ୍ରୀ ଆୟ ଓ ଟିକେଟ୍ ବୁକିଂରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ଅଭିବୃଦ୍ଧି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.