Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….
ବିଶେଷ ଖବର

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶିକ୍ଷକମାନଙ୍କ ସମସ୍ୟା
ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ....

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ବିଭିନ୍ନ ଶିକ୍ଷକ/ଅଧ୍ୟାପକ ଏବଂ କର୍ମଚାରୀମାନଙ୍କର ସମସ୍ୟାକୁ ଗୁରୁତ୍ବର ସହ ଗ୍ରହଣ କରି ଏହାର ସମାଧାନ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀ ଅଶୋକ କୁମାର ତ୍ରିପାଠୀ (ଅବସର ପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ)ଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା ଉଚ୍ଚସ୍ତରୀୟ କମିଟି ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ବିଶ୍ୱ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟ କରୁଥିବା ଅଧ୍ୟାପକ ଓ କର୍ମଚାରୀମାନଙ୍କ ସମସ୍ୟା ଏବଂ ବିଭିନ୍ନ ଅଧ୍ୟାପକ ଓ କର୍ମଚାରୀ ସଂଘର ଦାବିକୁ ତର୍ଜମା କରିବା ପରେ ଏହାର କିପରି ସମାଧାନ କରାଯାଇ ପାରିବ ସେ ସମ୍ବନ୍ଧରେ ଶ୍ରୀ ତ୍ରିପାଠୀ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜଙ୍କ ସହ ଆଲୋଚନା କରିଥିଲେ।

ଏଥିସହ ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷା ନୀତି-୨୦୨୦ ପ୍ରଣୟନ ହେବା ପରେ ଅଧ୍ୟାପକମାନଙ୍କର ଦକ୍ଷତା ବିକାଶ, ଓଡ଼ିଶା ବିଶ୍ୱ ବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୪ ଲାଗୁ ହେବା ପରେ ବିଶ୍ୱ ବିଦ୍ୟାଳୟରେ ଖାଲି ପଡ଼ି ରହିଥିବା କୁଳପତି ଓ ଅଧ୍ୟାପକ ପଦବୀ ପୂରଣକୁ ତ୍ୱରାନ୍ୱିତ କରିବା, ମହାବିଦ୍ୟାଳୟକୁ ସ୍ୱୟଂ ଶାସିତ ମାନ୍ୟତା ପ୍ରଦାନ ଏବଂ ଖାଲି ରହିଥିବା ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ପଦବୀ ପୂରଣ, ବିଭିନ୍ନ ଅଧ୍ୟାପକ ଓ କର୍ମଚାରୀ ସଂଘ ପକ୍ଷରୁ ରଖାଯାଇଥିବା ନାର୍ଯ୍ୟ ଦାବୀ ପୂରଣ ଆଦି ସମ୍ପର୍କରେ ଶ୍ରୀ ତ୍ରିପାଠୀ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

ଏହି ଅବସରରେ ଉଚ୍ଚ ସ୍ତରୀୟ କମିଟିର ସଦସ୍ୟ ଶ୍ରୀ ଶାନ୍ତନୁ କୁମାର ସାହୁ, ଓଡିଶା ଆର୍ଥିକ ସେବା, ଅର୍ଥ ପରାମର୍ଶଦାତା ତଥା ସ୍ବତନ୍ତ୍ର ଶାସନ ସଚିବ, ସ୍ୱରାଷ୍ଟ୍ର ବିଭାଗ, ଶ୍ରୀ ସନାତନ ପଣ୍ଡା, ଓଡିଶା ଶିକ୍ଷା ସେବା (ଅବସର ପ୍ରାପ୍ତ), ଶ୍ରୀ ମନୋରଞ୍ଜନ ମିଶ୍ର, ପୂର୍ବତନ ଅଧ୍ୟକ୍ଷ, ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ପ୍ରମୁଖ ଉପସ୍ଥିତ ଥିଲେ।

ଅଶୋକ କୁମାର ତ୍ରିପାଠୀ ଉଚ୍ଚଶିକ୍ଷା ମନ୍ତ୍ରୀ ଶିକ୍ଷକ ଆନ୍ଦୋଳନ ଶିକ୍ଷକମାନଙ୍କ ସମସ୍ୟା ସୂର୍ଯ୍ୟବଂଶୀ ସୂରଜ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ବିପର୍ଯ୍ୟୟ ପରିଚାଳନାରେ ମୌଳିକ ପରିବର୍ତ୍ତନ: ଅମିତ ଶାହ

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026
Latest News

ଆଜିଠାରୁ ଆରମ୍ଭ ହେବ ‘କୋଠା ଓ ଅନ୍ୟାନ୍ୟ ଶ୍ରମିକ’ଙ୍କ ଜାତୀୟ ସମ୍ମିଳନୀ

September 11, 2026

ଜର୍ମାନୀ ଚାନ୍ସେଲରଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 11, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ବିପର୍ଯ୍ୟୟ ପରିଚାଳନାରେ ମୌଳିକ ପରିବର୍ତ୍ତନ: ଅମିତ ଶାହ

September 11, 2026

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.