Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପାଣି ପଞ୍ଚାୟତ ପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା
ବିଶେଷ ଖବର

ପାଣି ପଞ୍ଚାୟତ ପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା

January 22, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପାଣି ପଞ୍ଚାୟତ ପକ୍ଷ
ପାଣି ପଞ୍ଚାୟତ ପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଆଗାମୀ ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ

ଭୁବନେଶ୍ବର: ଜଳର ସୁପରିଚାଳନା ବିନା କୃଷି, ଅର୍ଥନୈତିକ ଉନ୍ନତି ଓ ରାଜ୍ୟର ପ୍ରଗତି ଅସମ୍ଭବ। ପାଣି ପଞ୍ଚାୟତ ବ୍ୟବସ୍ଥା ଓଡିଶାର କୃଷି ଓ କୃଷକଙ୍କ ଜୀବନରେ ଏକ ବିରାଟ ପରିବର୍ତ୍ତନ ଆଣିଛି ବୋଲି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଗାମୀ ୫ ବର୍ଷ ମଧ୍ୟରେ ବୃହତ, ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଲିଫ୍ଟ ଇରିଗେସନ, ମେଗା ଲିଫ୍ଟ ଓ ଆଡିବନ୍ଧ ନିର୍ମାଣ ମାଧ୍ୟମରେ ୧୫ ଲକ୍ଷ ହେକ୍ଟର ଅତିରିକ୍ତ ଜମିକୁ ଜଳସେଚନ ଅନ୍ତର୍ଭୁକ୍ତ କରାଯିବ।

ସୂଚନା ଯୋଗ୍ୟ ଯେ, ବର୍ତ୍ତମାନ ରାଜ୍ୟରେ ୪୦,୩୮୦ ଗୋଟି ପାଣି ପଞ୍ଚାୟତ ସକ୍ରିୟ ଭାବେ କାର୍ଯ୍ୟ କରୁଥିବାବେଳେ, ସେଗୁଡିକ ମାଧ୍ୟମରେ ୨୪.୧୨ ଲକ୍ଷ ହେକ୍ଟର ଜମିର ଜଳସେଚନ ସଫଳତାର ସହ ପରିଚାଳିତ ହେଉଛି। ଓଡିଶା ପାଣି ପଞ୍ଚାୟତ ଆଇନ-୨୦୦୨ ଓ ତାହାର ସଂଶୋଧନ ମାଧ୍ୟମରେ ମହିଳା, ମତ୍ସ୍ୟଜୀବୀ ଓ ଜଳ ବ୍ୟବହାରକାରୀଙ୍କୁ ସମାନ ଅଧିକାର ଓ ସୁଯୋଗ ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ପ୍ରାଚୀନ ଜଳସେଚନ ପଦ୍ଧତିରେ ଜଳର ଅପଚୟ ହେଉଥିବାବେଳେ, ପାଣି ପଞ୍ଚାୟତ ମାଧ୍ୟମରେ ସମତାମୂଳକ ଓ ଦକ୍ଷ ଜଳ ବଣ୍ଟନ ସମ୍ଭବ ହୋଇପାରିଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ମୟୂରଭଞ୍ଜର ଖଇରିବନ୍ଧନ ବ୍ୟାରେଜ୍, ବଲାଙ୍ଗିରର ଅପରଲାନ୍ଥ ପ୍ରକଳ୍ପ, ସାଣ୍ଡୁଲ ଭୂତଳ ପାଇପଲାଇନ୍, ନୟାଗଡର ବୃତଙ୍ଗ ଜଳସେଚନ ପ୍ରକଳ୍ପ ସହିତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅନେକ ଜଳାଶୟ ଓ କେନାଲ ପ୍ରକଳ୍ପ ତ୍ୱରାନ୍ବିତ ଭାବେ ଚାଲୁ ରହିଛି। ୨୦୩୬ ସୁଦ୍ଧା ଓଡିଶାକୁ ସମୃଦ୍ଧ ରାଜ୍ୟରେ ପରିଣତ କରିବା ଲକ୍ଷ୍ୟରେ ୯୦ ପ୍ରତିଶତରୁ ଅଧିକ ଚାଷଯୋଗ୍ୟ ଜମିକୁ ଜଳସେଚନ ସୁବିଧା ଯୋଗାଇବା ପାଇଁ ସରକାର ପ୍ରତିବଦ୍ଧ ହୋଇ କାର୍ଯ୍ୟ କରୁଛନ୍ତି।

କୃଷକମାନଙ୍କୁ ଫସଲ ବିବିଧିକରଣ, ପନିପରିବା, ଫଳ ଓ ଫୁଲ ଚାଷ ମାଧ୍ୟମରେ ଆୟ ବୃଦ୍ଧି କରିବାକୁ ଆହ୍ୱାନ ଜଣାଇ ସେ କହିଛନ୍ତି ଯେ, ସମୃଦ୍ଧ କୃଷକ ବିନା ସମୃଦ୍ଧ ଓଡିଶା ଗଠନ ସମ୍ଭବ ନୁହେଁ। କୃଷକ ମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସରକାର ଅନେକ ଯୋଜନା ଓ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି । ଜଳବାୟୁ ସହନଶୀଳ କୃଷି ପାଇଁ ଓଡିଶା ସମନ୍ବିତ ଜଳସେଚନ ପ୍ରକଳ୍ପ ମାଧ୍ୟମରେ ଜଳବାୟୁ ସହନଶୀଳ କୃଷି ଅଭ୍ୟାସ ଏବଂ କୃଷି କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟା ବ୍ୟବହାର ମାଧ୍ୟମରେ ଫସଲର ବିବିଧତା ଏବଂ ସହନଶୀଳ ବିହନ ବ୍ୟବହାର ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ଆହୁରି କହିଥିଲେ ଯେ, ଜଳସେଚନ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାକୁ ଆପଣାଇବା ପାଇଁ ଆଇଓଟି (IOT) ସକ୍ଷମ ଡିଜିଟାଲ ଜଳମାପ ଏବଂ ମୃତ୍ତିକାର ଆଦ୍ରତା ଜାଣିବା ପାଇଁ ସେନ୍‌ସିଙ୍ଗ୍ ସିଷ୍ଟମ ନିମନ୍ତେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ୱାଟର ମ୍ୟାନେଜମେଣ୍ଟକୁ ଅନୁବନ୍ଧିତ କରାଯାଇଛି। ଏଥି ସହିତ ପାଣି ପଞ୍ଚାୟତ ଗୁଡିକର ଦକ୍ଷତା ବୃଦ୍ଧି ପାଇଁ ଜାଭିୟର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟ ସହ ଏମ୍‌ଓୟୁ କରାଯାଇଛି । ନୂଆପଡା ଜିଲ୍ଲାର ଚାନ୍ଦପାଲାରେ ୨,୫୬୭ ହେକ୍ଟର ଜମିକୁ ଆଧୁନିକ ଜଳ ଦକ୍ଷତା ଏବଂ ଗୋଷ୍ଠୀ ଦ୍ବାରା ପରିଚାଳିତ ଜଳସେଚନ ପରିଚାଳନା ପାଇଁ ପାଇଲଟ୍ ପ୍ରୋଜେକ୍ଟ ଭାବେ ଗ୍ରହଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ ଯେ, ଚାଷୀ ମାନଙ୍କୁ କିପରି ଉତ୍ତମ ବଜାର ବ୍ୟବସ୍ଥା ଯୋଗାଇଦେବା ସହିତ ସେମାନଙ୍କ ଉତ୍ପାଦିତ ଫସଲକୁ ବାହାରକୁ ଦେଶକୁ ରପ୍ତାନୀ କରାଯାଇ ସେମାନଙ୍କୁ ଉତ୍ତମ ମୂଲ୍ୟ ଦିଆଯାଇ ପାରିବ ସେ ଦିଗରେ ସରକାର ଯୋଜନା କରୁଛନ୍ତି। ଚାଷୀଙ୍କ ଆୟ କିପରି ଦ୍ବିଗୁଣିତ ହୋଇପାରିବ, ତାହା ଆମ ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ ।

ଏହି ଅବସରରେ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ, ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ଇଞ୍ଜିନିୟର-ଇନ-ଚିଫ ଶ୍ରୀ ସାଗର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ପାଣି ପଞ୍ଚାୟତ ପକ୍ଷ ପାଣି ପଞ୍ଚାୟତ ପକ୍ଷ-୨୦୨୬ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026

ରେଢ଼ାଖୋଲରେ ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

February 14, 2026

ବାଲୁଗାଁରେ ମାତିଲେ ଲୁଟେରା ଗ୍ୟାଙ୍ଗ: ୫ ଟି ସ୍ଥାନରୁ ୮ ମନ୍ଦିରରୁ ସିରିଜ ଲୁଟ

February 14, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୂର୍ବ ତଟ ରେଳପଥରେ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ, ଦେଖନ୍ତୁ ତାଲିକା

February 14, 2026
Latest News

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026

ରେଢ଼ାଖୋଲରେ ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

February 14, 2026

କୋଲକାତା ବିମାନବନ୍ଦରରେ ଇଣ୍ଡିଗୋ ବିମାନକୁ ବୋମା ଧମକ: ଶୌଚାଳୟରୁ ମିଳିଲା ଚିଠି

February 14, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ବାଲୁଗାଁରେ ମାତିଲେ ଲୁଟେରା ଗ୍ୟାଙ୍ଗ: ୫ ଟି ସ୍ଥାନରୁ ୮ ମନ୍ଦିରରୁ ସିରିଜ ଲୁଟ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.