Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

January 31, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ (Reference Book) ଗୁଡିକ ଉନ୍ମୋଚନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ ଗୁଡିକ ମଧ୍ୟରେ ଗଣିତ, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଜୀବ ବିଜ୍ଞାନ ଆଜି ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି।

ସୂଚନାଯୋଗ୍ୟଯେ, ଓଡ଼ିଆ ଭାଷାରେ ଏହିଭଳି ବହି ଆଗରୁ ନଥିବାରୁ ରାଜ୍ୟ ସରକାର ପ୍ରତ୍ୟେକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୧୦ ରୁ ୨୦ ଟି ବହି ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଉଚ୍ଚ ଶିକ୍ଷା ବିଦ୍ୟାଳୟର ଗ୍ରନ୍ଥାଳୟରେ ଏହି ବହି ଉପଲବ୍ଧ ହେବ ଓ ପିଲାମାନେ ଏହାକୁ ପଢ଼ି ପାରିବେ। ଏହି ପୁସ୍ତକ ଗୁଡ଼ିକ ପ୍ରତ୍ୟେକ ଜିଲ୍ଲାର ସଦର ମହକୁମାରେ ବିଭିନ୍ନ ଦୋକାନରେ ଉପଲବ୍ଧ ହେବା ପାଇଁ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା ପ୍ରଚେଷ୍ଟା କରିବ। ଏହି ପୁସ୍ତକ ସମୁଦାୟ ୭୦୦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧,୨୦, ୦୦୦ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ହେବ ବୋଲି ସୂଚନା ମିଳିଛି।

ପରବର୍ତ୍ତୀ ପର୍ଯ୍ୟାୟରେ ଦ୍ଵାଦଶ ଶ୍ରେଣୀ ପାଇଁ ମଧ୍ୟ ଓଡ଼ିଆ ଭାଷାରେ ବିଜ୍ଞାନ ପୁସ୍ତକ ପ୍ରସ୍ତୁତ କରିବାର ଯୋଜନା ରହିଛି। ଏହାଫଳରେ ପ୍ରାଥମିକ ଶିକ୍ଷାରୁ ଉଚ୍ଚ ବୈଷୟିକ ଶିକ୍ଷା ପର୍ଯ୍ୟନ୍ତ ପ୍ରତ୍ୟେକ ସ୍ତରର ଛାତ୍ରଛାତ୍ରୀମାନଙ୍କ ପାଇଁ ଓଡ଼ିଆ ଭାଷାରେ ସନ୍ଦର୍ଭ ପୁସ୍ତକ ଉପଲବ୍ଧ କରିବା ପାଇଁ ଏକ ବଳିଷ୍ଠ ପଦକ୍ଷେପ ହେବ।

ଉକ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଆଇନ, ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ, ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଉଚ୍ଚଶିକ୍ଷା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର କେ ସିଂହ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ବତ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଏନ୍ ଥିରୁମାଲା ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Reference Book ଏକାଦଶ ଶ୍ରେଣୀ ବିଜ୍ଞାନ ଓଡ଼ିଆ ଭାଷା ସନ୍ଦର୍ଭ ପୁସ୍ତକ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.