Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି
ବିଶେଷ ଖବର

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି
ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୪ ଫେବୃଆରୀ, ୨୦୨୬) ରାଇରଙ୍ଗପୁରଠାରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ସୂଚନା ପ୍ରଯୁକ୍ତିବିଦ୍ୟା କ୍ୟାମ୍ପସ ଉଦଘାଟନ କରିଛନ୍ତି। ଏଥିସହିତ ସେ ଆୟୁଷ ହସ୍ପିଟାଲ ତଥା ଆୟୁର୍ବେଦିକ କଲେଜ, ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ, ଧନୁର୍ବିଦ୍ୟା କେନ୍ଦ୍ର, ସହର ସୌନ୍ଦର୍ଯ୍ୟକରଣ ଏବଂ ଜଳ ନିଷ୍କାସନ ଉନ୍ନତିକରଣ ପ୍ରକଳ୍ପ, ପ୍ରେକ୍ଷାଳୟ ଓ ସାଂସ୍କୃତିକ କେନ୍ଦ୍ର, ଛାତ୍ରୀନିବାସ ଏବଂ ନିଶା ନିବାରଣ କେନ୍ଦ୍ର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ଅବସରରେ ରାଷ୍ଟ୍ରପତି କହିଥିଲେ, ଭାରତ ସରକାରଙ୍କ ପୂର୍ବୋଦୟ ଦୃଷ୍ଟିକୋଣ ଓଡ଼ିଶାର ବିକାଶକୁ ପ୍ରାଥମିକତା ଦେଇଥାଏ। ମୟୂରଭଞ୍ଜ ଜିଲ୍ଲା ଏହି ଦୃଷ୍ଟିକୋଣରୁ ଯଥେଷ୍ଟ ଲାଭ ପାଉଛି। ଏହି ବିକାଶମୂଳକ ପ୍ରକଳ୍ପ, ପ୍ରତିଷ୍ଠାନ ଏବଂ ଯୋଜନାଗୁଡ଼ିକ ସ୍ଥାନୀୟ ଅଞ୍ଚଳକୁ ଲାଭାନ୍ୱିତ କରିବ ଏବଂ ଏଠାକାର ଲୋକଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଷ୍ଟ୍ରପତି ବିଶ୍ୱାସ ପ୍ରକଟ କରିଥିଲେ।

ରାଷ୍ଟ୍ରପତି କହିଥିଲେ, ଭାରତ ସରକାର ଆଦିବାସୀ ଭାଇଭଉଣୀମାନଙ୍କ ଆର୍ଥିକ ବିକାଶ ପାଇଁ ବିଶେଷ ପ୍ରୟାସ କରୁଛି। ପ୍ରଧାନମନ୍ତ୍ରୀ ବନ ଧନ ଯୋଜନା ମାଧ୍ୟମରେ ୯୦ ରୁ ଅଧିକ କ୍ଷୁଦ୍ର ବନଜାତ ଦ୍ରବ୍ୟ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ ଧାର୍ଯ୍ୟ କରାଯାଇଛି । କ୍ଷୁଦ୍ର ଋଣ ଯୋଜନା ମାଧ୍ୟମରେ ସ୍ୱୟଂ ସହାୟକ ଗୋଷ୍ଠୀର ଆଦିବାସୀ ସଦସ୍ୟମାନଙ୍କୁ ଋଣ ଯୋଗାଇ ଦିଆଯାଉଛି। ସେହିପରି ଅନୁସୂଚିତ ଜନଜାତି ମହିଳା ସଶକ୍ତିକରଣ ଯୋଜନା ଅଧୀନରେ ଆଦିବାସୀ ମହିଳାଙ୍କୁ କମ ସୁଧରେ ଋଣ ପ୍ରଦାନ ସରକାରଙ୍କ ପ୍ରତିବଦ୍ଧତାର ଉଦାହରଣ। ସରକାର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶିକ୍ଷା ସୁବିଧା ପାଇଁ ମଧ୍ୟ କାର୍ଯ୍ୟ କରୁଛନ୍ତି। ପିଭିଟିଜି ସମ୍ପ୍ରଦାୟଗୁଡ଼ିକର କଲ୍ୟାଣ ପାଇଁ ପ୍ରଧାନମନ୍ତ୍ରୀ-ଜନମନ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳଗୁଡ଼ିକୁ ବିଦ୍ୟୁତକରଣ କରାଯାଇଛି ଏବଂ ଦୁର୍ଗମ ଅଞ୍ଚଳରେ ଫୋର୍‌ ଜି ଇଣ୍ଟରନେଟ୍ ସଂଯୋଗ ଯୋଗାଇ ଦିଆଯାଇଛି। ଏହି ପ୍ରୟାସ ସହିତ, ଆଦିବାସୀ ଅଞ୍ଚଳରେ ସାମଗ୍ରିକ ବିକାଶର ଧାରା ପ୍ରବାହିତ ହେଉଛି।

ରାଷ୍ଟ୍ରପତି କହିଥିଲେ, ଆଦିବାସୀ ସମ୍ପ୍ରଦାୟର ବିକାଶ ମାଧ୍ୟମରେ ହିଁ ସବୁଠାରୁ ଗରିବ ଲୋକଙ୍କ ଉନ୍ନତିର ଲକ୍ଷ୍ୟ ହାସଲ କରାଯାଇପାରିବ। ସମସ୍ତ ସରକାରୀ କଲ୍ୟାଣ ଓ ବିକାଶମୂଳକ ଯୋଜନାର ଲାଭ ଆଦିବାସୀ ସମ୍ପ୍ରଦାୟକୁ ଯୋଗାଇ ଦେବା ପାଇଁ ସରକାର ନିରନ୍ତର କାର୍ଯ୍ୟ କରୁଛନ୍ତି। ସମସ୍ତଙ୍କୁ ସେହି ଯୋଜନାଗୁଡ଼ିକର ଲାଭ ଉଠାଇ ଅନ୍ୟମାନଙ୍କୁ ସଚେତନ କରିବାକୁ ରାଷ୍ଟ୍ରପତି ଆହ୍ୱାନ କରିଥିଲେ। ସେ କହିଥିଲେ, ଏହା ସ୍ଥାନୀୟ ବିକାଶ ସୁନିଶ୍ଚିତ କରିବା ସହିତ ରାଜ୍ୟର ବିକାଶରେ ଯୋଗଦାନ କରିବ। ଶେଷରେ ଏହା ଦେଶର ବିକାଶକୁ ଆଗେଇ ନେବ। ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ଆମ ସଂକଳ୍ପ କେବଳ ସରକାର ଏବଂ ନାଗରିକଙ୍କ ସାମୂହିକ ପ୍ରୟାସ ଦ୍ୱାରା ପୂରଣ ହେବ ବୋଲି ରାଷ୍ଟ୍ରପତି ଜୋର ଦେଇ କହିଥିଲେ।

ଭାରତ ସରକାର ରାଇରଙ୍ଗପୁର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟ ସୂଚନା ପ୍ରଯୁକ୍ତିବିଦ୍ୟା କ୍ୟାମ୍ପସ
Share. Facebook Twitter LinkedIn Email WhatsApp Copy Link

Related Posts

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026

ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

July 17, 2026
Latest News

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.