Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ
ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବର ୟୁନିଟ୍-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଆଜି ଥିଲା ୧୭ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀଙ୍କ ସହିତ ୫ ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।

ପ୍ରତ୍ୟେକ ଥର ପରି ମୁଖ୍ୟମନ୍ତ୍ରୀ ପ୍ରଥମେ ଆସି ପ୍ରକୋଷ୍ଠ ବାହାରେ ଦିବ୍ୟାଙ୍ଗ ବ୍ୟକ୍ତି ମାନଙ୍କୁ ଭେଟି ସେମାନଙ୍କର ସମସ୍ୟା ଓ ଅଭିଯୋଗ ଶୁଣି ସମାଧାନ ପାଇଁ ବିହିତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସମୁଦାୟ ୩୨ ଜଣ ଦିବ୍ୟାଙ୍ଗଙ୍କ ମଧ୍ୟରୁ ଜଟିଳ ରୋଗରେ ପିଡୀତ ଥିବା ଭଦ୍ରକ ଜିଲ୍ଲାର ବ୍ରଜକିଶୋର ବନ୍ଧାଙ୍କୁ ୧ ଲକ୍ଷ ଟଙ୍କା ଓ ଯାଜପୁର ଜିଲ୍ଲାର କାର୍ତ୍ତିକ ସି ଙ୍କୁ ୧.୫୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମଞ୍ଜୁର କରିଥିଲେ। ଏଥି ସହିତ ଚିକିତ୍ସା ଆବଶ୍ୟକ କରୁଥିବା ଅନ୍ୟ ଅଭିଯୋଗକାରୀଙ୍କ ଦରଖାସ୍ତ ଉପରେ ପଦକ୍ଷେପ ଗ୍ରହଣ କରିବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।

ସୁଦୂର ପାଟଣାଗଡରୁ ଆସିଥିବା ଉଭୟ କିଡନୀ ଓ ସ୍ନାୟୁଗତ ରୋଗରେ ପିଡୀତା ତିଳୋତ୍ତମା ପାଣ୍ଡେଙ୍କ ଯିବା ଆସିବା ଖର୍ଚ୍ଚ ସହିତ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ସମସ୍ତ ଦିବ୍ୟାଙ୍ଗ ଓ ଜଟିଳ ରୋଗରେ ପିଡୀତ ଅଭିଯୋଗକାରୀଙ୍କୁ ବ୍ୟକ୍ତିଗତ ଭାବେ ଭେଟି ସହୃଦୟତାର ସହିତ ସେମାନଙ୍କର ସମସ୍ୟା ଓ ଅଭିଯୋଗ ଶୁଣି ମୁଖ୍ୟମନ୍ତ୍ରୀ ଆଶୁ ସମାଧାନ କରିବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ପ୍ରକୋଷ୍ଠ ଭିତରେ ପଞ୍ଜୀକୃତ କରିଥିବା ଅନ୍ୟ ସମସ୍ତ ଅଭିଯୋଗକାରୀଙ୍କ ଅଭିଯୋଗ ଶୁଣିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମାଧ୍ୟମରେ ଗତ ୧୬ଟି ପାଳିସୁଦ୍ଧା ଗ୍ରହଣ କରାଯାଇଥିବା ୧୪,୦୫୪ଟି ଅଭିଯୋଗ ମଧ୍ୟରୁ ୧୩,୧୬୯ଟି ଅଭିଯୋଗର ସମାଧାନ କରାଯାଇଛି। ଯାହା ଶତକଡା ୯୪ ପ୍ରତିଶତ ଅଟେ। ବକେୟା ଅଭିଯୋଗ ଗୁଡିକ ପ୍ରକ୍ରିୟା ମଧ୍ୟରେ ରହିଛି।

ଏହି ଅବସରରେ ଗଣମାଧ୍ୟମରେ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ହେଉଛି ଆମ ସରକାରଙ୍କର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ। ଚଳିତ ନୂଆ ବର୍ଷରେ ପ୍ରଶାସନକୁ ଅଧିକ ଲୋକଭିମୁଖୀ କରିବା ପାଇଁ ଦିଆଯାଇଥିବା ୧୫ ଦଫା ନିର୍ଦ୍ଦେଶାବଳୀ ମଧ୍ୟରେ ଅଭିଯୋଗ ଶୁଣାଣି ପ୍ରକ୍ରିୟା ଉପରେ ସର୍ବାଧିକ ଗୁରୁତ୍ବ ଦିଆଯାଇଛି। ସଚିବାଳୟ ଠାରୁ ଆରମ୍ଭ କରି ବ୍ଲକ, ତହସିଲ ପର୍ଯ୍ୟନ୍ତ ସମସ୍ତ ଅଧିକାରୀଙ୍କୁ କ୍ଷେତ୍ର ପରିଦର୍ଶନ ଜରିଆରେ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ ଦିଗରେ ଯତ୍ନବାନ ହେବାପାଇଁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟସ୍ତରରେ ନିୟମିତ ଅଭିଯୋଗ ଶୁଣାଣି ହେଉଥିବାରୁ ଜିଲ୍ଲାସ୍ତରରେ ମଧ୍ୟ ଏହାର ସୁଫଳ ପରିଲକ୍ଷିତ ହେଉଛି। ଏବେ ଜିଲ୍ଲାପାଳ ଓ ଏସ.ପି ମାନେ ନିୟମିତ ଭାବେ ଅଭିଯୋଗ ଶୁଣାଣି କରୁଛନ୍ତି। ଅଭିଯୋଗ ଶୁଣାଣି ବ୍ୟବସ୍ଥା ସାରା ରାଜ୍ୟରେ ଏକ ନିୟମିତ ପ୍ରଶାସନିକ ପ୍ରକ୍ରିୟାରେ ପରିଣତ ହୋଇଛି।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଆଇନ ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟା ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟ ମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ବତ ମିଶ୍ର, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡକ୍ଟର ଅରବିନ୍ଦ ପାଢୀ ଏବଂ ଅନ୍ୟ ବିଭାଗ ଗୁଡିକର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ।

CM Grivance Cell ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026

“ବନ୍ଦେ ମାତରମ୍” ବିବାଦ: କଂଗ୍ରେସ ନିଷ୍ପତ୍ତିରେ କ୍ଷୁବ୍ଧ ବିଜେପି, ପାସ୍ କଲା ପ୍ରସ୍ତାବ

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026
Latest News

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026

ଡବ୍ଲୁଟିସି ୨୦୨୫-୨୭ରେ ସର୍ବାଧିକ ରନ୍ କରିଥିବା ଶ୍ରେଷ୍ଠ ୫ ଭାରତୀୟ ବ୍ୟାଟ୍ସମ୍ୟାନ୍

August 22, 2026

ବିହାରରେ ଆଉ ଏକ ପ୍ରତିବାଦ ପାଇଁ ପ୍ରସ୍ତୁତି!: ଅଗଷ୍ଟ 25ରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.