Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ
ବିଶେଷ ଖବର

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ
ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

ଭୁବନେଶ୍ବର: ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ଆଜି ସଂଧ୍ୟାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 71 ବର୍ଷ ବୟସ ହୋଇଥିଲା। ସେ ଗତଗୁରୁବାର ଦିନ ଏକ ସାହିତ୍ୟ ସଭାରେ ଯୋଗ ଦେଇଥିଲେ। ସେଠାରେ ସେ ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କୁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ କଟକ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସା ହେଉଥିବା ବେଳେ ଆଜି ତାଙ୍କର ପରଲୋକ ହୋଇଯାଇଛି।

ଓଡିଆ ଚଳଚିତ୍ର ତଥା ଆଧୁନିକ ଗୀତ ବୋଲି ସେ ଓଡିଶା ସଂଗୀତ ଜଗତରେ ଜଣେ ପରିଚିତ ବ୍ୟକ୍ତିତ୍ବ। ୧୯୭୦ ଦଶକରୁ ଗୀତା ପଟ୍ଟନାୟକ ଓଡ଼ିଆ ସଙ୍ଗୀତରେ ଏକ ପ୍ରମୁଖ ସ୍ୱର ହୋଇଆସିଛନ୍ତି। ପ୍ରଖ୍ୟାତ ସଂଗୀତ ନିର୍ଦ୍ଦେଶକ ଅକ୍ଷୟ ମହାନ୍ତିଙ୍କ ନିର୍ଦ୍ଦେଶନାରେ ଅନେକ ଲୋକପ୍ରିୟ ଗୀତ ପାଇଁ ସେ କଣ୍ଠଦାନ କରିଛନ୍ତି। ତାଙ୍କର କିଛି ଲୋକପ୍ରିୟ ଗୀତ ମଧ୍ୟରେ ରହିଛି “ଫୁର କିନା ଉଡ଼ିଗଲା ବଣି”, “ଏମିତି ପୁଅକୁ ମୁଁ ବାହା ହୁଏନ୍ତି”, “ବାହା ହେବି ମୁଁ ହେବି”, “ମୋ ଦେହରେ” ଏବଂ “ଏ ଦୁନିଆରେ କେହି ନା କେହି”, “ଯୌତୁକ ନବ”, “ନାଗରରେ ମୋର” ଏବଂ “ତୋ ବଇଂଶୀ” ଭଳି ଲୋକପ୍ରିୟ ଗୀତ ପାଇଁ ସେ କଣ୍ଠ ଦାନ କରିଛନ୍ତି।

ଗୀତା ପଟ୍ଟନାୟକ ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ବିପର୍ଯ୍ୟୟ ପ୍ରଶମନ କ୍ଷମତାକୁ ପ୍ରଶଂସା କଲେ କେରଳ, ରାଜସ୍ଥାନ ଓ ପଞ୍ଜାବ ଗଣମାଧ୍ୟମ ପ୍ରତିନିଧି

September 18, 2026

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ସୋଆ ଆଇଡିଏସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

September 17, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ନିଜ ଗ୍ରାମରେ ଦୀପଦାନ କଲେ ଆଇନମନ୍ତ୍ରୀ

September 17, 2026
Latest News

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 18, 2026

ଓଡ଼ିଶାର ବିପର୍ଯ୍ୟୟ ପ୍ରଶମନ କ୍ଷମତାକୁ ପ୍ରଶଂସା କଲେ କେରଳ, ରାଜସ୍ଥାନ ଓ ପଞ୍ଜାବ ଗଣମାଧ୍ୟମ ପ୍ରତିନିଧି

September 18, 2026

‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 18, 2026

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ସେପ୍ଟେମ୍ବର ୧୮ ତାରିଖ ଶୁକ୍ରବାରରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର, ଜାଣନ୍ତୁ ରାଶିଫଳ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.