Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା
ବିଶେଷ ଖବର

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶା ବଜେଟ
ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ଆକଳନ ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

ଭୁବନେଶ୍ବର: ଆଜି ବିଧାନସଭାରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ମୁଁ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆକଳନର ପ୍ରସ୍ତାବ ଦେଉଛି । ଆର୍ଥିକ ବର୍ଷ ୨୦୨୬-୨୭ ବଜେଟ୍ ଆକଳନରେ କାର୍ଯ୍ୟକ୍ରମ ବଜେଟର ପରିମାଣକୁ ୧ ଲକ୍ଷ ୮୦ ହଜାର କୋଟି ଟଙ୍କାକୁ ବୃଦ୍ଧି କରିବାକୁ ମୁଁ ପ୍ରସ୍ତାବ ଦେଉଛି, ଯାହା ମୋଟ ବଜେଟ୍ ଆକଳନର ପ୍ରାୟ ୫୮ ପ୍ରତିଶତ ଅଟେ ।

ଚଳିତ ବଜେଟରେ ୭୨ ହଜାର ୧ ଶହ କୋଟି ଟଙ୍କାର ପୁଞ୍ଜି ବ୍ୟୟବରାଦ ଆକଳନ ସମଗ୍ର ରାଜ୍ୟ ଘରୋଇ ଉତ୍ପାଦ (GSDP)ର ୬.୫ ପ୍ରତିଶତ ଏବଂ ରାଜ୍ୟ ବଜେଟ ଆକଳନର ୨୩.୩ ପ୍ରତିଶତ ଅଟେ, ଯାହା ଦେଶର ସମସ୍ତ ପ୍ରମୁଖ ରାଜ୍ୟ ମଧ୍ୟରେ ସର୍ବାଧ‌ିକ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ପ୍ରଶାସନିକ ବ୍ୟୟ ବବାଦକୁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କାର ପ୍ରସ୍ତାବ ରହିଛି । ବିପର୍ଯ୍ୟୟ ବିପରି ପରିଚାଳନା ପାଣ୍ଠି ପାଇଁ ୫ ହଜାର ୩ ଶହ ୭୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ରାଜ୍ୟରୁ ହସ୍ତାନ୍ତର ପାଇଁ ୧୦ ହଜାର ୬ ଶହ ୨୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଷୋଡଶ କେନ୍ଦ୍ର ଅର୍ଥ ଆୟୋଗଙ୍କ ସୁପାରିସ କ୍ରମେ ୩ ହଜାର ୫୬ କୋଟି ଟଙ୍କା ଏବଂ ଷଷ୍ଠ ରାଜ୍ୟ ଅର୍ଥ ଆୟୋଗଙ୍କ ସୁପାରିସ କ୍ରମେ ପ୍ରାୟ ୭ ହଜାର ୪ ଶହ ୫୦ କୋଟି ଟଙ୍କା ମିଳିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ଗ୍ରାମୀଣ ଓ ସହରାଞ୍ଚଳ ସ୍ଥାନୀୟ ନିକାୟ ସଂସ୍ଥାଙ୍କୁ ହସ୍ତାନ୍ତର କରିବାକୁ ଆମେ ପ୍ରସ୍ତାବ ଦେଉଛୁ ।  ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୨୬ ଏପ୍ରିଲ ପହିଲାଠାରୁ ପେଶା ବା ବୃଦ୍ଧି ଉପରେ ଟିକସ (Professional Tax) ପ୍ରତ୍ୟାହାର କରିବାକୁ ପ୍ରସ୍ତାବ ଦେଉଛି। ଏହା ଫଳରେ ରାଜ୍ୟ ବାର୍ଷିକ ପ୍ରାୟ ୩୨୦ କୋଟି ଟଙ୍କାର ରାଜସ୍ବ ହରାଇବ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣା ଏବଂ ଆପଣମାନଙ୍କ ଅକୁଣ୍ଠ ଭରସାକୁ ପାଥେୟ କରି ଏକ ବିକଶିତ ଓ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମେ ଦୃଢ଼ ପଦକ୍ଷେପ ନେଉଛୁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଆସନ୍ତୁ, ଏକ ସମୃଦ୍ଧ ଓ ସ୍ୱାଭିମାନୀ ଓଡ଼ିଶା ଗଠନର ଏହି ମହାଯଜ୍ଞରେ ଆମେ ସମସ୍ତେ ସହଭାଗୀ ହେବା ବୋଲି ସେ କହିଛନ୍ତି ।

Odisha Budget Odisha Budget 2026 ଓଡିଶା ବଜେଟ ବଜେଟ 2026
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.