Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ବିଶେଷ ଖବର

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୋହନ ଚରଣ ମାଝୀ
ସ୍କୁଲ ବହିରେ ମୁଦ୍ରଣ ତ୍ରୁଟି ପ୍ରସଙ୍ଗ: ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ସମ୍ପ୍ରତି ଚାଲିଥିବା ଯୁଦ୍ଧ ପରିସ୍ଥିତି ଯୋଗୁଁ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣା ଉପରେ ଟ୍ରାକ୍ ରଖିବାକୁ ଏବଂ ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗତ ମାର୍ଚ୍ଚ ୨ ତାରିଖରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ମଧ୍ୟପ୍ରାଚ୍ୟ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ (OSD) ଶ୍ରୀ ପ୍ରୀତିଶ ପଣ୍ଡାଙ୍କୁ ଏହାର ନୋଡାଲ ଅଫିସର ନିଯୁକ୍ତ କରାଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶା ପରିବାରକୁ ମଧ୍ୟପ୍ରାଚ୍ୟ ଅଞ୍ଚଳରୁ ଓଡ଼ିଆ ଲୋକମାନଙ୍କ ପକ୍ଷରୁ ପ୍ରାୟ ୨୦୦ ଟେଲିଫୋନ ଆସିଛି। ଏବଂ ନିର୍ଦ୍ଦେଶାଳୟ ପକ୍ଷରୁ ବୈଦେଶିକ ମନ୍ତ୍ରାଳୟ ସହ ଯୋଗାଯୋଗ କରାଯାଇ ସେମାନଙ୍କ ଫେରିବା ସମ୍ପର୍କରେ ସହାୟତା କରାଯାଉଛି। ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏଥିପାଇଁ ସ୍ୱତନ୍ତ୍ର କଣ୍ଟ୍ରୋଲରୁମ୍ କରାଯାଇ ଟୋଲଫ୍ରି ନମ୍ୱର ୧୮୦୦-୧୧୮-୭୯୭ ଜାରି କରାଯାଇଛି।

ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ଦୁବାଇ, ଆବୁଧାବି ଓ ବାହାରିନରେ ଥିବା ଓଡ଼ିଆ ଆସୋସିଏସନର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରାଯାଇ ସେଠାକାର ବାସ୍ତବ ପରିସ୍ଥିତି ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି । ସୂଚନାଯୋଗ୍ୟ ଯେ, ଦୁବାଇରେ ୩୫ ଜଣ ଓଡ଼ିଆ ପର୍ଯ୍ୟଟକ ଫସି ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୯ ଜଣ କେରଳର କୋଚି ଦେଇ ମାର୍ଚ୍ଚ ୭ ତାରିଖ ଦିନ ଭୁବନେଶ୍ୱର ଫେରିଛନ୍ତି । ବାକି ପର୍ଯ୍ୟଟକମାନେ ମୁମ୍ୱାଇ ଦେଇ ଏକ ସ୍ୱତନ୍ତ୍ର ଏୟାର ଇଣ୍ଡିଆ ଏକ୍ସପ୍ରେସ ଫ୍ଲାଇଟ ଜରିଆରେ ୮ ତାରିଖ ଦିନ ଭୁବନେଶ୍ୱର ଫେରିଛନ୍ତି ।

ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମଧ୍ୟପ୍ରାଚ୍ୟରୁ ବର୍ତ୍ତମାନ ସୁଦ୍ଧା ୬୫ ହଜାର ଭାରତୀୟ ସ୍ୱତନ୍ତ୍ର ଫ୍ଲାଇଟ ଜରିଆରେ ନିରାପଦରେ ଭାରତକୁ ଫେରି ଆସିଛନ୍ତି।

ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ମଧ୍ୟପ୍ରାଚ୍ୟର ବିଭିନ୍ନ ଦେଶ ପାଇଁ ନିମ୍ନଲିଖିତମତେ ଯୋଗାଯୋଗ କରିବା ପାଇଁ ଟେଲିଫୋନ ନମ୍ୱର ଜାରି କରାଯାଇଛି।

କଣ୍ଟ୍ରୋଲ ରୁମ୍‌ ନମ୍ୱରକୁ ସକାଳ ୯ ଟା’ରୁ ରାତି ୯ ଟା ପର୍ଯ୍ୟନ୍ତ ଫୋନ୍ କରିହେବ।

୧୮୦୦ ୧୧ ୮୭୯୭ (Toll Free)

+୯୧ ୧୧ ୨୩୦୧ ୨୧୧୩

+୯୧ ୧୧ ୨୩୦୧ ୪୧୦୪

+୯୧ ୧୧ ୨୩୦୧ ୭୯୦୫

ମଧ୍ୟପ୍ରାଚ୍ୟ ମୋହନ ଚରଣ ମାଝୀ ଯୁଦ୍ଧ ପରିସ୍ଥିତି
Share. Facebook Twitter LinkedIn Email WhatsApp Copy Link

Related Posts

କ୍ରିକେଟ ଖେଳ ହେଲା କାଳ, ପଡ଼ିଆରେ ଟଳିପଡ଼ିଲେ ସରକାରୀ କର୍ମଚାରୀ

September 27, 2026

ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

September 27, 2026

ଆଇନ ପରିବର୍ତ୍ତନର ଇଞ୍ଜିନ ଭାବେ କାର୍ଯ୍ୟ କରେ: ଜଷ୍ଟିସ୍ ଶଶିକାନ୍ତ ମିଶ୍ର

September 27, 2026

‘ସର୍ଜିକାଲ୍ ଷ୍ଟ୍ରାଇକର ୧୦ ବର୍ଷ’: ‘ମନ କି ବାତ୍’ ରେ ପାକିସ୍ତାନ ବିଷୟରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

September 27, 2026
Latest News

ପିଣ୍ଡଦାନର ପରମ କ୍ଷେତ୍ର ‘ପାଦଗୟା’, ପିତୃପକ୍ଷରେ ବୃକ୍ଷରୋପଣ ଓ ଦାନ-ପୁଣ୍ୟର ମାହାତ୍ମ୍ୟ

September 27, 2026

ବିରୋଧୀଙ୍କ ପ୍ରବଳ ବିରୋଧ ପରେ ପଛକୁ ହଟିଲେ ବିଜୟ ସରକାର!: ପ୍ରତ୍ୟାହାର କଲେ ଏହି ନିଷ୍ପତ୍ତି

September 27, 2026

କ୍ରିକେଟ ଖେଳ ହେଲା କାଳ, ପଡ଼ିଆରେ ଟଳିପଡ଼ିଲେ ସରକାରୀ କର୍ମଚାରୀ

September 27, 2026

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ଦୁଇଟି ପୃଥକ୍ ସ୍ଥାନରେ ୨୭ ଜଣଙ୍କୁ ହତ୍ୟା

September 27, 2026

ନାବାଳିକାକୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ପୋଲିସ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.