Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ
ଭୁବନେଶ୍ବର: ଓଡିଶାରେ ରେଳ ସଂଯୋଗୀକରଣକୁ ଅଧିକରୁ ଅଧିକ ଗୁରୁତ୍ବ ଦେଇ କେନ୍ଦ୍ର ସରକାର ଓଡିଶା ସହିତ ଆସାମ ଓ ତେଲେଙ୍ଗାନାକୁ ସଂଯୋଗ କରିବା ପାଇଁ ଏକ ନୂଆ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ ଦେଇଛନ୍ତି। ଏହା ସହିତ ଦୁଇଟି ସ୍ବତନ୍ତ୍ର ରେଳସେବାକୁ ନିୟମିତ ରେଳସେବାରେ ପରିଣତ କରିବା ପାଇଁ ମଧ୍ୟ ଅନୁମୋଦନ ଦିଆଯାଇଛି।
ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ ଆଲୋଚନା କରି ଓଡିଶାର ଜନସାଧାରଣଙ୍କ ପାଇଁ ଅଧିକ ରେଳସେବା ଯୋଗାଇଦେବା ପାଇଁ ଅନୁରୋଧ କରିଥିଲେ। ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ମାଧ୍ୟମରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
ସୂଚନା ଯୋଗ୍ୟ ଯେ, ଏକ ନୂତନ ଅମୃତ ଭାରତ ଟ୍ରେନ୍ ଆସାମର କାମାକ୍ଷା ଏବଂ ତେଲେଙ୍ଗାନାର ଚାରଲାପାଲି (ସିକନ୍ଦରାବାଦ) ମଧ୍ୟରେ ଚାଲିବ। ଏହା ଓଡିଶାର ବାଲେଶ୍ଵର, ଭଦ୍ରକ, ଯାଜପୁର କେଉଁଝର ରୋଡ୍, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ୍, ବାଲୁଗାଁ ଏବଂ ବ୍ରହ୍ମପୁର ଦେଇ ଯିବ।
ଉଲ୍ଲେଖନୀୟ ଯେ, 18403/18404 ଭୁବନେଶ୍ୱର – ଧାନବାଦ୍ ସ୍ପେଶାଲ୍ ଟ୍ରେନ୍ ଧାନବାଦ୍ ପହଞ୍ଚିବା ପୂର୍ବରୁ କଟକ, ଢେଙ୍କାନାଳ, ତାଳଚେର ରୋଡ୍, ଅନୁଗୋଳ, ରେଢାଖୋଲ, ସମ୍ବଲପୁର ସହର, ଝାରସୁଗୁଡା ଏବଂ ରାଉରକେଲା ଷ୍ଟେସନ ଦେଇ ଯିବ। ଏହିଟ୍ରେନକୁ ଏବେ ନିୟମିତ (Regularisation) କରାଯାଇଛି।
ସେହିପରି 08439/08440 ପୁରୀ-ପାଟନା ସ୍ପେଶାଲ୍ ଟ୍ରେନ ପାଟନା ପହଞ୍ଚିବା ପୂର୍ବରୁ  ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର, କଟକ, ଯାଜପୁର କେନ୍ଦୁଝର ରୋଡ୍, ଭଦ୍ରକ ଏବଂ ବାଲେଶ୍ବର ଷ୍ଟେସନ୍ ଦେଇ ଯିବ | ଏହାକୁ ମଧ୍ୟ ନିୟମିତ କରାଯାଇଛି।
ରାଜ୍ୟରେ ରେଳ ସଂଯୋଗକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିବା ପାଇଁ ଏହି ଟ୍ରେନ ସେବା ଅନୁମୋଦନ କରିବା ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଅମୃତ ଭାରତ ଟ୍ରେନ ରେଳ ସଂଯୋଗୀକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ବଢିଲା ତେଲ ଦର: ପେଟ୍ରୋଲ ଲିଟର ପିଛା ୩.୧୪ ଟଙ୍କା, ଡିଜେଲ ୩.୧୧ ଟଙ୍କା ମହଙ୍ଗା

May 15, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026
Latest News

ବଢିଲା ତେଲ ଦର: ପେଟ୍ରୋଲ ଲିଟର ପିଛା ୩.୧୪ ଟଙ୍କା, ଡିଜେଲ ୩.୧୧ ଟଙ୍କା ମହଙ୍ଗା

May 15, 2026

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

May 15, 2026

ଗତ ଚାରି ମାସରେ ରେଳବାଇର ସିମେଣ୍ଟ ପରିବହନ ୧୭୦% ବୃଦ୍ଧି

May 15, 2026

ଓଡ଼ିଶା ସମେତ ୧୬ ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଂଚଳରେ ଅନୁଷ୍ଠିତ ହେବ ୩ୟ ପର୍ଯ୍ୟାୟ ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍)

May 15, 2026

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.