ଭୁବନେଶ୍ବର: ଆଜି ପ୍ରଭୃ ଶ୍ରୀ ଜଗନ୍ନାଥଙ୍କ ରତ୍ନଭଣ୍ଡାରର ଗଣତିମଣତି କରାଯିବ। ଏ ନେଇ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରାଯାଇଛି। ଆଜି ଚୈତ୍ର ଶୁକ୍ଳ ସପ୍ତମୀ ତିଥି ହୋଇଥିବାରୁ ଏହି ରତ୍ନଭଣ୍ଡାରର ଅଳଙ୍କାର ଗଣତି ହେବ କରଯିବ ବୋଲି ନିଷ୍ପତି କରାଯାଇଛି। ସେହି ଅନୁସାରେ ଏହି ଶୁଭ କାର୍ଯ୍ୟ ପାଇଁ ଆଜି ମଧ୍ୟାହ୍ନ ୧୨ଟା ୦୯ରୁ ଅପରାହ୍ନ ୧ଟା ୪୫ ପର୍ଯ୍ୟନ୍ତ ମାହେନ୍ଦ୍ର ବେଳା ରହିଥିବାରୁ ଏହି ସମୟରେ ଗଣତିମଣତି କରାଯିବ।
ଏଥିପାଇଁ ୩ଡି ମ୍ୟାପିଂ, ଭିଡିଓଗ୍ରାଫି ଓ ଫଟୋଗ୍ରାଫିର ମଧ୍ୟ ସହାୟତା ନିଆଯିବ। ଗଣତି ପାଇଁ ଦୁଇଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି । ପ୍ରଥମଟି ହେଉଛି ସୁପରଭାଇଜିଂ ଟିମ୍ ଏବଂ ଦ୍ୱିତୀୟଟି ହ୍ୟାଣ୍ଡେଲିଂ ଟିମ୍। ଏହି ଟିମ୍ରେ ରହିବେ ଶ୍ରୀମନ୍ଦିର ପ୍ରଶାସକଙ୍କ ସମେତ ପାଟ୍ଟଯୋଶୀ ମହାପାତ୍ର, ଭଣ୍ଡାର ମେକାପ, ତଢ଼ଉକରଣ, ଦେଉଳକରଣ, ସ୍ୱର୍ଣ୍ଣକାର ଓ ରତ୍ନବିଜ୍ଞାନୀ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଜଣେ ଅଧିକାରୀ ମଧ୍ୟ ରହିବେ ଉପସ୍ଥିତ। ୪୮ ବର୍ଷ ପରେ ଏହି ଗଣତିମଣତି କରାଯାଉଛି। ଶେଷ ଥର ପାଇଁ ୧୯୭୮ ମସିହାରେ ଏହି ଗଣତିମଣତି କରାଯାଇଥିଲା।


