Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ପ୍ରତି ଗାଁରେ, ପ୍ରତି ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଶନିବାର ରାଜ୍ୟସ୍ତରୀୟ  ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।
ଭୁବନେଶ୍ୱର ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଖଡି ଓ ସିଲଟରେ ମା’ ଓ ବାପା ଶବ୍ଦ ଲେଖାଇ ପାଠପଢା ଆରମ୍ଭ କରାଇଥିଲେ। ଜଣେ ଅନୁଭବୀ ଶିକ୍ଷକ ଓ ମୁରବି ଭଳି ପିଲାର ମାନସିକତାକୁ ଲକ୍ଷ୍ୟ କରି ମୁଖ୍ୟମନ୍ତ୍ରୀ ପିଲାଙ୍କ ମନ ଜିଣିଲା ଭଳି ପିଲାଙ୍କୁ ପଚାରିଥିଲେ ‘ମା’ଙ୍କ ନାଁ କଣ? ବାପାଙ୍କ ନାଁ କଣ? ମାମୁଁ ଘର କେଉଁଠି? କଣ ଖାଇକି ଆସିଛ? ଇତ୍ୟାଦି’। ଏହିପରି ମନକୁ ଛୁଇଁଲା ପରି କଥାବାର୍ତ୍ତା ଜରିଆରେ ସେମାନଙ୍କର ଉତ୍ସାହ ବୃଦ୍ଧି କରି ବିଦ୍ୟାରମ୍ଭକୁ ସହଜ କରିଥିଲେ ମୁଖ୍ୟମନ୍ତ୍ରୀ।
ପ୍ରଥମେ ମୁଖ୍ୟମନ୍ତ୍ରୀ ‘ନିପୁଣ ଓଡିଶା’ ଓ ‘ପଢିବା, ଗଢିବା ଓଡିଶା’ ଅଭିଯାନରେ ବିଭିନ୍ନ ବିଦ୍ୟାଳୟମାନଙ୍କରେ ପିଲାଙ୍କ ପାଇଁ ବିକଶିତ କରାଯାଇଥିବା ବିଷୟବସ୍ତୁ ଆଧାରିତ ଶିକ୍ଷଣୀୟ ସାମଗ୍ରୀ ପ୍ରଦର୍ଶନୀକୁ ବୁଲି ଦେଖିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଶିକ୍ଷା ସହାୟତା ସାମଗ୍ରୀ କିଟ୍ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ପିଲାଙ୍କ ଦ୍ୱାରା ଅନୁଷ୍ଠିତ ହେଉଥିବା ଚିତ୍ରାଙ୍କନ ଷ୍ଟଲକୁ ବୁଲି ଦେଖିବା ସହିତ ପିଲାମାନଙ୍କୁ ପ୍ରଶଂସା କରିଥିଲେ। ଛୋଟ ଛୋଟ ପିଲାମାନେ ମଧ୍ୟ ସେମାନଙ୍କ ସ୍ୱଅଙ୍କିତ ଚିତ୍ର ମୁଖ୍ୟମନ୍ତ୍ରୀଙ୍କୁ ଉପହାର ଦେଇଥିଲେ।
ପିଲାମାନଙ୍କୁ ତଥା ଉପସ୍ଥିତ ଅଭିଭାବକମାନଙ୍କୁ ଶୁଭକାମନା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଖଡିଛୁଆଁ ଆମ ଓଡିଆ ସଂସ୍କୃତିରେ ଏକ ପବିତ୍ର ପରମ୍ପରା। ଗତ ବର୍ଷଠାରୁ ଏହି ପରମ୍ପରାକୁ ସରକାରୀ ସ୍ତରରେ କାର୍ଯ୍ୟକାରୀ କରାଯାଇଛି। ପିଲାଙ୍କ ନାମଲେଖା ହାରକୁ ବ୍ୟାପକ କରିବା ଲକ୍ଷ୍ୟରେ ଆମେ ରାଜ୍ୟରେ ରେକର୍ଡ ସଂଖ୍ୟକ ପ୍ରାୟ ୫ ଲକ୍ଷ ନିମନ୍ତ୍ରଣ ପତ୍ର ଚଳିତ ବର୍ଷ ବଣ୍ଟନ କରିଛୁ। ରାଜ୍ୟରେ କୌଣସି ବି ଶିଶୁ ଯେପରି ଶିକ୍ଷାରୁ ବଞ୍ଚିତ ନହୁଅନ୍ତୁ, ତାକୁ ସୁନିଶ୍ଚିତ କରିବା ପାଇଁ ଆମେ ଏହି ଉତ୍ସବ ଆରମ୍ଭ କରିଛୁ। ଶିଶୁର ମନରେ ଶିକ୍ଷାପ୍ରତି ଯେପରି ଭୟ ନୁହଁ, ଆଗ୍ରହ ଓ ଶ୍ରଦ୍ଧା ସୃଷ୍ଟି ହେବ, ଆମେ ସେଥିପାଇଁ ସମସ୍ତ ପଦକ୍ଷେପ ନେଉଛୁ। ଆମର ଲକ୍ଷ୍ୟ ହେଉଛି ଶତ ପ୍ରତିଶତ ନାମଲେଖା ବୋଲି ସେ କହିଥିଲେ। ନୂତନ ଶିକ୍ଷାନୀତି ଅନୁଯାୟୀ ଅଙ୍ଗନବାଡି ଗୁଡିକ  ପର୍ଯ୍ୟାୟକ୍ରମେ ଶିଶୁବାଟିକାରେ ମିଶିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆହ୍ୱାନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନେ ସରକାରଙ୍କ ବିଭିନ୍ନ ଯୋଜନା ଓ ଜନସାଧାରଣଙ୍କ ମଧ୍ୟରେ ଏକ ସେତୁ ଭଳି କାମ କରିଥାନ୍ତି। ଓଡିଶାର ପ୍ରତିଟି ଶିଶୁ ହେଉଛି ଆମର ଭବିଷ୍ୟତ। ତେଣୁ ଶିକ୍ଷା ହିଁ ପ୍ରକୃତ ସମ୍ପଦ ବୋଲି ଜନସଚେତନତା ସୃଷ୍ଟି କରନ୍ତୁ। ଆମର ଏହି ଶିକ୍ଷା ଅଭିଯାନକୁ ଆପଣମାନେ ବିଭିନ୍ନ ଗଣମାଧ୍ୟମ ଜରିଆରେ ରାଜ୍ୟବ୍ୟାପୀ ଏକ ଆନ୍ଦୋଳନରେ ପରିଣତ କରନ୍ତୁ। ଶିକ୍ଷକ ଶକ୍ଷୟିତ୍ରୀମାନଙ୍କୁ ପରାମର୍ଶ ଦେଇ କହିଲେ ଯେ, ପିଲାମାନଙ୍କୁ ନିଜ ପିଲାଭଳି ସ୍ନେହ କରନ୍ତୁ, ସେମାନଙ୍କ ପ୍ରତିଭାକୁ ସଠିକ୍ ଭାବେ ନିରୁପଣ କରି ତା’ର ବିକାଶ ପ୍ରତି ଯତ୍ନବାନ ହୁଅନ୍ତୁ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଶିକ୍ଷା ସଚେତନତା ରଥର ଶୁଭାରମ୍ଭ କରିଥିଲେ।
କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ସମାଜସେବୀ ଜଗନ୍ନାଥ ପ୍ରଧାନ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଏନ୍. ଥିରୁମାଲା ନାୟକ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ।
ଖଡ଼ିଛୁଆଁ କାର୍ଯ୍ୟକ୍ରମ ପ୍ରବେଶ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

ନୂତନ ଚିକିତ୍ସା ପଦ୍ଧତି ଅନ୍ୱେଷଣ ଲାଗି ଆଇଏଲଏସ ପକ୍ଷରୁ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ

April 4, 2026

ରିଲାଏନ୍ସ ଫାଉଣ୍ଡେସନର ‘ୱାଟର ଫର ଲାଇଫ’ ଅଭିଯାନକୁ ମିଳୁଛି ବ୍ୟାପକ ଜନସହଯୋଗ

April 4, 2026

ଆଇଟିଇଆରରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

April 4, 2026
Latest News

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.