Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ବିଶେଷ ଖବର

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Prithviraj Harichandan
Prithviraj Harichandan reviewed Works Dept. projects

ଭୁବନେଶ୍ଵର: ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟ ତୁଳନାରେ ଉନ୍ନତ ସ୍ଥିତିରେ ରହିଛି। ବର୍ତ୍ତମାନ ରାଜ୍ୟରେ ଅନେକଗୁଡ଼ିଏ ବୃହତ ପ୍ରକଳ୍ପ ଚାଲୁ ରହିଥିବାବେଳେ ଆଗାମୀ ଦିନରେ ଆହୁରି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟର ଜନସାଧାରଣଙ୍କୁ ସର୍ବଶ୍ରେଷ୍ଠ ଓ ଗୁଣାତ୍ମକ ସୁବିଧା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ଯେଉଁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି, ସେହି ଅନୁସାରେ କାର୍ଯ୍ୟ କରିବାକୁ ପଡ଼ିବ ବୋଲି ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉଲ୍ଲେଖ କରିଛନ୍ତି।

ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ରାଜ୍ୟରେ ଚାଲୁ ରହିଥିବା ରାଜ୍ୟ ରାଜପଥ ପ୍ରକଳ୍ପ, ଓବିସିସି ଅଧିନରେ ଥିବା ବିଭିନ୍ନ ପ୍ରକଳ୍ପ, ଭୁବନେଶ୍ୱର, ସମ୍ବଲପୁର, କଟକ, ରାଉରକେଲା, ପୁରୀ, ବାଲେଶ୍ୱର, କେଉଁଝର ଏବଂ ବ୍ରହ୍ମପୁର ଆଦି ସହରରେ ଗମନାଗମନ କ୍ଷେତ୍ରରେ ଭିଡ଼ ହ୍ରାସ ପାଇଁ ଜାରି ପ୍ରକଳ୍ପଗୁଡ଼ିକର ଅଗ୍ରଗତି ନେଇ ଆଲୋଚନା କରିଥିଲେ। ବୈଠକରେ ଆଗାମୀ ତିନି ବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରି ଏହାର ରୂପାୟନ, ପ୍ରମୁଖ ମନ୍ଦିରଗୁଡ଼ିକର ଉନ୍ନତିକରଣ, ରାସ୍ତାଗୁଡ଼ିକର ପ୍ରଶସ୍ତିକରଣ, ନିୟମିତ ମରାମତି ସହ ରାସ୍ତା ପାଶ୍ୱର୍ରେ ସର୍ବନିମ୍ନ ସୁବିଧା ପାଇଁ “Way Side Amenity center” ନିର୍ମାଣ ନେଇ ଆଲୋଚନା ହୋଇଥିଲା। ଏଥି ସହିତ ଗ୍ରାମ୍ୟ ଉନ୍ନୟନ ବିଭାଗରୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ହୋଇଥିବା ପ୍ରାୟ ୩୩୦୦ କିମି ରାସ୍ତାର ଉନ୍ନୟନ କାର୍ଯ୍ୟକୁ ତ୍ୱରିତ ଗତିରେ ଆଗେଇ ନେବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ଏବଂ ଇଂଜିନିୟରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍ୱତନ୍ତ୍ର ଶାସନ ସଚିବ ଇଂ ଲକ୍ଷ୍ମୀକାନ୍ତ ପାଢ଼ୀ, ଅତିରିକ୍ତ ଶାସନ ସଚିବ ଦୀପକ ରଞ୍ଜନ ଦାସ, ଇଆଇସି ସିଭିଲ୍ ଇଂ ସତ୍ୟବ୍ରତ ବେହେରା, ଇଆଇସି ଡିଜାଇନ୍, ପ୍ଲାନିଂ ଓ କୋର୍ଡିନେସନ୍ ଇଂ ସମୀର ହୋତା, ଉପଦେଷ୍ଟା ଜେ.କେ. ଦାସ, ଇଆଇସି, ରୋଡସ୍ ଇଂ ଧ୍ୟାନଚାନ୍ଦ ନାୟକ, ଯୁଗ୍ମ ଶାସନ ସଚିବ ଦୀପ୍ତିରଞ୍ଜନ ବେହେରା, ଅର୍ଥ ପରାମର୍ଶଦାତା ରତିକାନ୍ତ ମହାପାତ୍ର, ଜାତୀୟ ରାଜପଥ ମୁଖ୍ୟଯନ୍ତ୍ରୀ ଇଂ ନାରାୟଣ ପଟେଲ, ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଇଂ ମନୋଜ ମହାନନ୍ଦ, ମୁଖ୍ୟଯନ୍ତ୍ରୀ ଇଂ ଶିବବ୍ରତ ତରିଆ ପ୍ରମୁଖ ଉପସ୍ଥିତ ଥିଲେ।

prithviraj harichandan Works Dept. projects ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026
Latest News

ଆଜି ପଶ୍ଚିମବଙ୍ଗ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ

April 29, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ :’ଦିଦି’ ବ୍ରାଣ୍ଡ ପାଇଁ ଏକ ପରୀକ୍ଷା

April 29, 2026

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.