ଭୁବନେଶ୍ବର: ଆଜି ବିଜେଡି ପୁଣି ବଡ ପଦକ୍ଷେପ ଗ୍ରହଣ କରିଛି। ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେଡି ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦଙ୍କୁ ଦଳରୁ ନିଲମ୍ବିନ କରାଯାଇଛି। ସେମାନେ ହେଲେ ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଏବଂ ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ।

ଏ ନେଇ ଦଳ ତରଫରୁ ଉପସଭାପତି ପ୍ରତାପ ଜେନାଙ୍କ ଦସ୍ତଖତରେ ଏକ ବିଜ୍ଞପ୍ତି ଜାରୀ କରାଯାଇଛି। ଏଥିରେ କୁହାଯାଇଛି ଯେ, ଉଭୟ ଦଳବିରୋେଧୀ କାର୍ଯ୍ୟ କରିଥିବାରୁ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଏହାକୁ ଶିଘ୍ର କାର୍ଯ୍ୟକାରୀ କରାଗଲା ବୋଲି ମଧ୍ୟ ଉଲ୍ଲେଖ କରାଯାଇଛି।


