Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାଲୁଗାଁରେ ପ୍ରଥମ ଥର ହେବ ‘ଚିଲିକା ପୁସ୍ତକ ମେଳା’, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରସ୍ତୁତି ବୈଠକ
ବିଶେଷ ଖବର

ବାଲୁଗାଁରେ ପ୍ରଥମ ଥର ହେବ ‘ଚିଲିକା ପୁସ୍ତକ ମେଳା’, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରସ୍ତୁତି ବୈଠକ

April 16, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁରେ
ବାଲୁଗାଁରେ ପ୍ରଥମ ଥର ପାଇଁ ହେବ 'ଚିଲିକା ପୁସ୍ତକ ମେଳା', ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନେଲେ ବୈଠକ

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ରେ ପ୍ରଥମ ଥର ପାଇଁ ଆୟୋଜିତ ହେବାକୁ ଯାଉଛି ଚିଲିକା ପୁସ୍ତକ ମେଳା। ଏହି ମେଳା ଆସନ୍ତା ଏପ୍ରିଲ 24 ତାରିଖରୁ ଆରମ୍ଭ ହୋଇ 28 ତାରିଖ ପର୍ଯ୍ୟନ୍ତ ଚାଲିବ। ଚିଲିକା କୂଳରେ ଥିବା ବାଲୁଗାଁ କଲେଜ ପଡିଆରେ ଏହି ପୁସ୍ତକ ମେଳା ଅନୁଷ୍ଠିତ ହେବ।

ଏହାର ସଫଳତା ପାଇଁ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ତାଙ୍କ ବାସଭବନରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଟକ ଓ ଭୁବନେଶ୍ବର ପ୍ରକାଶକ ସଂଘର ସଦସ୍ୟମାନେ ଯୋଗଦେଇ ମେଳାରେ ଅଂଶ ଗ୍ରହଣ କରିବା ପାଇଁ ସ୍ବୀକୃତି ପ୍ରଦାନ କରିଛନ୍ତି। ଏଥିସହିତ ଏହି ମେଳାର ସଫଳତା ଉପରେ ସେମାନେ ନିଜସ୍ବ ମତ ମନ୍ତ୍ରୀଙ୍କ ନିକଟରେ ଉପସ୍ଥାପିତ କରିଥିଲେ।

ପାଞ୍ଚ ଦିନ ଧରି ଚାଲିବାକୁ ଥିବା ଏହି ମେଳାରେ ରାଜ୍ୟର ପ୍ରତିଷ୍ଠିତ ପ୍ରକାଶକମାନେ ପ୍ରାୟ  ୮୦ଟି ଷ୍ଟଲ ମାଧ୍ୟମରେ ସେମାନଙ୍କର ପୁସ୍ତକ ପ୍ରଦର୍ଶନ ତଥା ବିକ୍ରୟ କରିବେ। ଏଥିସହିତ ଏହି ମେଳାରେ ବିଭିନ୍ନ ଖାଦ୍ୟ ଷ୍ଟଲ ମଧ୍ୟ ସ୍ଥାପନ କରାଯିବ ବୋଲି ନିଷ୍ପତି ଗ୍ରହଣ କରାଯାଇଛି।

ପ୍ରଥମ ଦିନରେ ଏହି ମେଳାକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ପ୍ରଥମ ଦିନରେ ସାଂସଦ ସମ୍ବିତ ପାତ୍ର, ଜିଲ୍ଲାପାଳ ଅମ୍ରିତ ଋତୁରାଜ, କିଟ୍ କିସ୍ ପ୍ରତିଷ୍ଠାତା ଡ ଅଚ୍ୟୁତ ସାମନ୍ତ, ସାହିତ୍ୟିକ ଡ ଶଶାଙ୍କ ଶେଖର ଚୂଡାମଣି ଯୋଗ ଦେବେ। ସେହିପରି ଅନ୍ୟ ଦିନ ମାନଙ୍କରେ ମନ୍ତ୍ରୀ ରବି ନାରାୟଣ ନାୟକ, ମନ୍ତ୍ରୀ ସଂପଦ ସ୍ବାଇଁ, ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏବଂ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ  ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ସେହିପରି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ବିଧାୟକ ବାବୁ ସିଂ, ବିଧାୟକ ବିଭୂତି ବଳବନ୍ତରାୟ, ବିଧାୟିକା ଉପାସନା ମହାପାତ୍ର, ବିଧାୟକ ପ୍ରଦୀପ ସାହୁ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଏବଂ ବିଧାୟକ ନବ ମଲ୍ଲିକ ବିଭିନ୍ନ ଦିନରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସାହିତ୍ୟ ତଥା ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ବ୍ୟକ୍ତିତ୍ବମାନେ ମଧ୍ୟ ଏହି ମେଳାରେ ଅତିଥି ଭାବେ ଯୋଗଦେବେ। ସେମାନେ ହେଲେ ସୌମରଂଜନ ପଟ୍ଟନାୟକ, ସାହିତ୍ୟିକା ଅର୍ଚ୍ଚନା ନାୟକ, ସାହିତ୍ୟିକ ଗୌରହରି ଦାସ, ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ପ୍ରମୁଖ।

ଏହି ବୈଠକରେ ପୁସ୍ତକ ମେଳା କମିଟିର ସଭାପତି ତଥା ବରିଷ୍ଠ ସାମ୍ବାଦିକ ଶରତ ପାଇକରାୟ, କମିଟି ଉପସଭାପତି ସୁବାସ ଶ୍ରୀଚନ୍ଦନ, ଉପଦେଷ୍ଠା ଡକ୍ଟର ଶଶାଙ୍କ ଶେଖର ଚୂଡାମଣି, ପ୍ରକାଶ ପ୍ରଧାନ ଏବଂ ସନ୍ତୋଷ ବଳିୟାରସିଂ ପ୍ରମୁଖ ଯୋଗ ଦେଇଥିଲେ।

ଚିଲିକା ପୁସ୍ତକ ମେଳା ପୃଥ୍ବୀରାଜ ହରିଚନ୍ଦନ ବାଲୁଗାଁ ଶରତ ପାଇକରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026
Latest News

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ଆଜି ସେପ୍ଟେମ୍ବର ୨୫ ତାରିଖରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.