Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ସମ୍ପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ବିଶେଷ ଖବର

ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ସମ୍ପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

April 17, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ସମ୍ପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ସମ୍ପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ଉପରେ ସମୀକ୍ଷା କରି ସାରର ଲାଷ୍ଟ ମାଇଲ ଡେଲିଭରୀ ଉପରେ ଗୁରୁତ୍ବ ଆରୋପ କରିଛନ୍ତି। ପ୍ରତ୍ୟେକ ଚାଷୀ, କ୍ଷୁଦ୍ର ହୁଅନ୍ତୁ ବା ନାମମାତ୍ର, ସମସ୍ତେ ଯେପରି ଆବଶ୍ୟକତା ଅନୁଯାୟୀ ସାର ପାଇବେ, ତାକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ସୂଚନାଯୋଗ୍ୟ ଯେ, ପଶ୍ଚିମ ଏସିଆରେ ଲାଗି ରହିଥିବା ଯୁଦ୍ଧ ଜନିତ ପରିସ୍ଥିତି ଯୋଗୁ ସାର ପ୍ରସ୍ତୁତି ବାଧାପ୍ରାପ୍ତ ହୋଇଛି। ତେଣୁ, ଖରିଫ ୠତୁରେ ଯେପରି ଚାଷୀ ଉଚିତ୍ ମୂଲ୍ୟରେ ଆବଶ୍ୟକତା ଅନୁଯାୟୀ ସାର ପାଇବେ, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଜି ଜିଲ୍ଲାପାଳ ମାନଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଙ୍ଗ ଜରିଆରେ ଆଲୋଚନା କରି ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ କୃଷି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାରର ଉପଲବ୍ଧତା ସମ୍ପର୍କରେ ଉପସ୍ଥାପନା ରଖି କହିଥିଲେ ଚଳିତ ବର୍ଷ କେନ୍ଦ୍ର ସରକାର ବିଭିନ୍ନ ସାର ପାଇଁ ୧୧,୪୨,୯୫୦ ମେଟ୍ରିକ ଟନର ସାର ଯୋଗାଇଦେବେ। ଏପ୍ରିଲ ମାସ ପାଇଁ ୭୯,୬୩୦ ମେଟ୍ରିକ ଟନ ସାର ଆବଶ୍ୟକ ଥିବାବେଳେ, ଏପ୍ରିଲ ୧୫ ସୁଦ୍ଧା ୩,୬୧,୪୯୦ ମେଟ୍ରିକ ଟନ ସାର ଉପଲବ୍ଧ ଅଛି। ରାଜ୍ୟରେ ସାର ହୋଲସେଲର ବିକ୍ରେତା ମାନଙ୍କ ସଂଖ୍ୟା ୧୦୨୯ ଥିବାବେଳେ ଖୁଚୁରା ବିକ୍ରେତାଙ୍କ ସଂଖ୍ୟା ୧୨,୦୯୩ ଅଛି। ବିଭିନ୍ନ ସାର ଯୋଗାଣ କମ୍ପାନୀଙ୍କ ପକ୍ଷରୁ ସାର ଯୋଗାଣ ମଧ୍ୟ ଠିକ୍ ରହିଛି।
ରାଜ୍ୟ  ସରକାରଙ୍କ ପକ୍ଷରୁ ବିଭିନ୍ନ ଡିଲର ପଏଣ୍ଟ ଯାଞ୍ଚ କରାଯାଇ ୬ଟି ଲାଇସେନ୍‌ସ ବାତିଲ୍ କରାଯାଇଛି। ବୈଠକରେ ସୂଚନା ଦିଆଯାଇଥିଲା ଯେ, କେନ୍ଦ୍ର ସରକାରଙ୍କ ସାର ବିଭାଗ ପକ୍ଷରୁ ଏକ ଇଣ୍ଟିଗ୍ରେଟେଡ୍ ଫର୍ଟିଲାଇଜର ମ୍ୟାନେଜମେଣ୍ଟ ସିଷ୍ଟମ (IFMS)  ଆରମ୍ଭ କରାଯାଇଛି। ଏଥିରେ ପ୍ରତ୍ୟେକ ଜିଲ୍ଲାର ଦୈନିକ ସାର ଉପଲବ୍ଧତା ଓ ଆବଣ୍ଟନ ସମ୍ପର୍କରେ ସୂଚନା ପ୍ରଦାନ କରାଯାଉଛି।
ଜିଲ୍ଲାପାଳ ମାନଙ୍କ ସହିତ ସାର ଯୋଗାଣ ପରିସ୍ଥିତି ସମ୍ପର୍କରେ ଆଲୋଚନା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ରାଜ୍ୟରେ ବର୍ତ୍ତମାନ ୧.୭୭ ଲକ୍ଷ ମେଟ୍ରିକ ଟନ ୟୁରିଆ ଓ ୬୦ ହଜାର ମେଟ୍ରିକ ଟନରୁ ଅଧିକ DAP ସାର ମହଜୁଦ ଅଛି। ତେବେ ପରିସଂଖ୍ୟାନରେ ସୀମିତ ନରହି ଲାଷ୍ଟ ମାଇଲ ଡେଲିଭରୀ ଉପରେ ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେ କହିଥିଲେ ଯେ, ଛୋଟ ଚାଷୀ ହେଉ ବା ନାମମାତ୍ର, ବର୍ତ୍ତମାନ ସମୟରେ  ପ୍ରତ୍ୟେକ ଚାଷୀ ଯେପରି ଆବଶ୍ୟକତା ଅନୁରୂପ ସାର ପାଇବ ତାହାକୁ ଜିଲ୍ଲାପାଳ ମାନେ ସୁନିଶ୍ଚିତ କରନ୍ତୁ। ଏଥିପାଇଁ ମୁଖ୍ୟମନ୍ତ୍ରୀ ୬ଟି ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି।
୧- କଳାବଜାରୀ ଓ ସାର ମହଜୁଦକାରୀ ମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ କରିବାକୁ ନିର୍ଦ୍ଦେଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପାଇକାରୀ ଓ ଖୁଚୁରା ବିକ୍ରେତାଙ୍କ ଗୋଦାମକୁ ସମୟ ସମୟରେ ଯାଞ୍ଚ କରାଯାଉ। ଜିଲ୍ଲାପାଳ ମାନେ ହଠାତ ପରିଦର୍ଶନରେ ଯାଇ ଯାଞ୍ଚ କରନ୍ତୁ। ବେନିୟମ ସାର ମହଜୁଦକାରୀଙ୍କ ବିରୋଧରେ FIR କରି ସେମାନଙ୍କ ଲାଇସେନ୍ସ ବାତିଲ କରାଯାଉ ବୋଲି ସେ କହିଥିଲେ।
୨- ସାର ଯୋଗାଣର ଏହି ପରିସ୍ଥିତି ସମୟରେ ଯେପରି ପଡୋଶୀ ରାଜ୍ୟକୁ ସାର ଚୋରାଚାଲଣ ନହୁଏ ସେଥିପାଇଁ ପୋଲିସ ଓ କୃଷି ବିଭାଗ ମିଳିତ ଭାବେ ସୀମାନ୍ତ ଅଞ୍ଚଳର ଚେକପୋଷ୍ଟ ଗୁଡିକ ଉପରେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେ କହିଥିଲେ ଯେ, Fertiliser Movement Control Order ଅନୁଯାୟୀ ପ୍ରତ୍ୟେକ ସନ୍ଦେହ ଜନକ ଗାଡିର ଯାଞ୍ଚ ହେବା ଜରୁରୀ।
୩- ବେଳେବେଳେ ଶିଳ୍ପ କ୍ଷେତ୍ରରେ ରେଜିନ୍, ପ୍ଲାଇଉଡ କିମ୍ବା ପଶୁଖାଦ୍ୟ ଶିଳ୍ପକୁ ଚାଷପାଇଁ ଉଦ୍ଦିଷ୍ଟ ସବସିଡ୍‌ଯୁକ୍ତ ୟୁରିଆ ଚୋରାଚାଲଣ ହେବାର ଆଶଙ୍କା ଥାଏ। ତେଣୁ, ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ ଗୁଡିକ ଏହାର ଯାଞ୍ଚ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।
୪-  ପଞ୍ଚାୟତ ସ୍ତରରେ ସାରର ଉପଲବ୍ଧତା ଏବଂ ଯୋଗାଣ ବ୍ୟବସ୍ଥାକୁ ସୁନିୟନ୍ତ୍ରୀତ କରିବା କରିବା ପାଇଁ ପ୍ରତ୍ୟେକ ପଞ୍ଚାୟତରେ ନିରୀକ୍ଷଣ ସମିତି (ନିଗ୍‌ରାନୀ ସମିତି) ଗଠନ କରାଯାଉଛି। ସୂଚନାଯୋଗ୍ୟ ରାଜ୍ୟରେ ୬୭୯୪ଟି ଗ୍ରାମପଞ୍ଚାୟତ ଥିବା ବେଳେ, ତନ୍ମଧ୍ୟରୁ ୬୨୨୯ଟି ପଞ୍ଚାୟତରେ ଏହା ଗଠନ କରାଯାଇଛି। ବାକି ୫୬୫ଟି ପଞ୍ଚାୟତରେ ବାକି ଅଛି।  ଏହାକୁ ଦୁଇ-ତିନ ଦିନ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ଖରିଫ ୠତୁ ମୋହନ ଚରଣ ମାଝୀ ଲୋକସେବା ଭବନ ସାର ଉପଲବ୍ଧତା
Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

June 18, 2026

ଆଜିଠାରୁ ୨୨ ପର୍ଯ୍ୟନ୍ତ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ ରାଷ୍ଟ୍ରପତି

June 18, 2026

ବଢିଲା ଖରା ଛୁଟି

June 17, 2026

ଶ୍ରୀମନ୍ଦିରରେ ଭେଜାଲ ଘିଅ କାରବାର? ଜବତ ଘଟଣା ପରେ ଉଠିଲା ବଡ଼ ପ୍ରଶ୍ନ

June 17, 2026
Latest News

ସାଇବର ଅପରାଧ ହେଲ୍ପଲାଇନ୍ ୧୯୩୦ର ସମୀକ୍ଷା କଲେ ଅମିତ ଶାହ

June 18, 2026

ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

June 18, 2026

ଆଜିଠାରୁ ୨୨ ପର୍ଯ୍ୟନ୍ତ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ ରାଷ୍ଟ୍ରପତି

June 18, 2026

ବିସ୍ତୃତ ରାଶିଫଳ: ଜୁନ ୧୮ ତାରିଖ ବୁଧବାରରେ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜଳମୟ

June 18, 2026

‘ଛାତ୍ରଙ୍କ ଭବିଷ୍ୟତ ପାଇଁ ଲଢ଼େଇ’ : କୋଟାରୁ ମୋଦି ସରକାର ବିରୋଧରେ ରାହୁଲଙ୍କ ଶିକ୍ଷା ଆନ୍ଦୋଳନ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.