Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ
ବିଶେଷ ଖବର

ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

April 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ
ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର: ଆଧୁନିକ ଓଡ଼ିଶାର ଅନ୍ୟତମ ନିର୍ମାତା ତଥା ଓଡ଼ିଆ ସ୍ୱାଭିମାନର ପ୍ରତୀକ ମହାନ ଜନନାୟକ ବିଜୁ ପଟ୍ଟନାୟକ ଜଣେ କିମ୍ବଦନ୍ତୀ ପୁରୁଷ ଥିଲେ। ସେ ନିଜର ଦୁଃସାହସିକତା, ନିର୍ଭୀକତା, ସେବାଭାବ ଓ ତ୍ୟାଗମୟ ଜୀବନ ମାଧ୍ୟମରେ ଓଡ଼ିଆ ଜାତିର ଗୌରବକୁ ସୁଦୃଢ଼ କରିଥିଲେ। ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ଅବସରରେ ଆଜି ସାରା ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଞ୍ଜଳି ଅର୍ପଣ ସହିତ ବିଜୁବାବୁଙ୍କ ଅବଦାନକୁ ସ୍ମରଣ କରାଯାଇଥିଲା। ସ୍ୱାଧୀନତା ସଂଗ୍ରାମୀ, ଦୁଃସାହସିକ ବୈମାନିକ, ଲୋକପ୍ରିୟ ରାଜନୀତିଜ୍ଞ ଓ ସମାଜସେବକ ଭାବେ ତାଙ୍କର ଅସାଧାରଣ ଅବଦାନ ସଦା ସ୍ମରଣୀୟ ରହିବ ବୋଲି ଏହି ଅବସରରେ ବକ୍ତାମାନେ ମତ ପ୍ରକାଶ କରିଥିଲେ।

ଏହି କ୍ରମରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜୟଦେବ ଭବନ, ଭୁବନେଶ୍ୱରରେ ଆୟୋଜିତ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ଅବସରରେ ସାନ୍ଧ୍ୟ ସମାରୋହ ପାଳିତ ହୋଇଥିଲା। ଏହି ଅବସରରେ ବିଭାଗର ନିର୍ଦ୍ଦେଶକ ଅନୁଜ କୁମାର ଦାସପଟ୍ଟନାୟକ, ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂହ, ଉପ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ବିତ୍ତ ପରାମର୍ଶଦାତା ପୃଥ୍ୱୀରାଜ ପାଣି ଓ ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନଙ୍କ ଦ୍ୱାରା ବିଜୁବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଯାଇଥିଲା।

ପରେପରେ ଭଜନ ସମାରୋହ ଆୟୋଜିତ ହୋଇଥିଲା ଏବଂ ଓଡ଼ିଶାର ଲବ୍ଧପ୍ରତିଷ୍ଠିତ କଣ୍ଠଶିଳ୍ପୀ ସୌରଭ ନାୟକଙ୍କ ସହ ଗାୟିକା ଯଶସ୍ୱିନୀ ନାୟକ ଓ ଗୋପାଳଙ୍କ ଦ୍ୱାରା ଭକ୍ତି ସଂଗୀତ ପରିବେଷଣ କରାଯାଇଥିଲା। ସଙ୍ଗୀତରେ ତବଲାରେ ରାକେଶ, ଢୋଲକରେ ସାଗର, ଅକ୍ଟୋପ୍ୟାଡରେ ଅଭିଲାଶ ଏବଂ କିବୋର୍ଡରେ ବସନ ମିଶ୍ର ସହଯୋଗ କରିଥିଲେ। କାର୍ଯ୍ୟକ୍ରମର ସଂଯୋଜନା ବିନୋଦ ଓ ସୁନୀତାଙ୍କ ଦ୍ୱାରା କରାଯାଇଥିଲା। ଏହି ସମଗ୍ର ପରିବେଷଣ ଉପସ୍ଥିତ ଦର୍ଶକମାନଙ୍କୁ ଭାବବିହ୍ୱଳ କରିଥିଲା।

ସାନ୍ଧ୍ୟ ସମାରୋହରେ ବିଭିନ୍ନ ସ୍ତରର ବିଶିଷ୍ଟ ବ୍ୟକ୍ତିବର୍ଗ, ସାମାଜିକ ସଂଗଠନର କର୍ମକର୍ତ୍ତା, ବୁଦ୍ଧିଜୀବୀ, ଛାତ୍ରଛାତ୍ରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇ ବରପୁତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଜୟଦେବ ଭବନ ବିଜୁ ପଟ୍ଟନାୟକ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ କଳହର ଭୟଙ୍କର ପରିଣତି: ସ୍ତ୍ରୀ ଓ ବୋହୂଙ୍କୁ ଛୁରାମାଡ଼

July 9, 2026

ଡେୟାରୀ କ୍ଷେତ୍ରକୁ ମିଳିଲା ଡିଜିଟାଲ୍ ଗତି; ଏକାଧିକ ପୋର୍ଟାଲ ଓ ଏସଓପିର ଉଦ୍‌ଘାଟନ କଲେ କେନ୍ଦ୍ର ମନ୍ତ୍ରୀ

July 9, 2026

ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତ

July 9, 2026

ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ: ଯୋଗଦେଲେ ଉପରାଷ୍ଟ୍ରପତି

July 9, 2026
Latest News

ଅଷ୍ଟ୍ରେଲିଆରେ ଭାରତୀୟ ପ୍ରବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

July 10, 2026

ବିସ୍ତୃତ ରାଶିଫଳ: ଆଜି ଜୁଲାଇ ୧୦ ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶି ପାଇଁ ଅଛି ଶୁଭ ଖବର

July 10, 2026

ପାରିବାରିକ କଳହର ଭୟଙ୍କର ପରିଣତି: ସ୍ତ୍ରୀ ଓ ବୋହୂଙ୍କୁ ଛୁରାମାଡ଼

July 9, 2026

ଡେୟାରୀ କ୍ଷେତ୍ରକୁ ମିଳିଲା ଡିଜିଟାଲ୍ ଗତି; ଏକାଧିକ ପୋର୍ଟାଲ ଓ ଏସଓପିର ଉଦ୍‌ଘାଟନ କଲେ କେନ୍ଦ୍ର ମନ୍ତ୍ରୀ

July 9, 2026

ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତ

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.