Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା
ବିଶେଷ ଖବର

ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା

May 2, 2026No Comments4 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା
ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା

ଭୁବନେଶ୍ୱର: ଜାତୀୟ ଶିକ୍ଷା ନୀତି (NEP-2020) ର କାର୍ଯ୍ୟାନ୍ୱୟନ ନେଇ ସ୍ଥାନୀୟ କନଭେନସନ ସେଣ୍ଟର ଠାରେ ଆୟୋଜିତ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଶୈକ୍ଷିକ ପରିବେଶରେ ଏକ ‘ବୈପ୍ଲବିକ ପରିବର୍ତ୍ତନ’ର ଆହ୍ୱାନ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଭାରତର ‘ଜ୍ଞାନର ପେଣ୍ଠସ୍ଥଳୀ’ ଭାବେ ଗଢ଼ିତୋଳିବାକୁ ଏକ ଦୂରଦର୍ଶୀ ରୋଡ୍‌ମ୍ୟାପ୍ ଉପସ୍ଥାପନ କରିଛନ୍ତି।

କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବହୁ ବର୍ଷ ଧରି ଶିକ୍ଷା କ୍ଷେତ୍ରରେ ଥିବା ଜଡ଼ତାକୁ ଦୂର କରିବା ଆମ ସରକାରଙ୍କ ପ୍ରାଥମିକତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ପ୍ରଣୀତ ଏହି ଶିକ୍ଷା ନୀତି କେବଳ ଏକ ସରକାରୀ ଦସ୍ତାବିଜ୍ ନୁହେଁ, ବରଂ ଏହା ଭାରତକୁ ବିଶ୍ୱର ‘ନଲେଜ୍ କ୍ୟାପିଟାଲ୍’ ଭାବେ ପ୍ରତିଷ୍ଠିତ କରିବାର ଏକ ମହତ୍ ମିଶନ। ଶିକ୍ଷା କେବଳ ପୁସ୍ତକଗତ ଜ୍ଞାନ ନୁହେଁ, ବରଂ ଏହା ମାନବ ସଭ୍ୟତାର ପ୍ରଗତିର ମୂଳଦୁଆ। ଆମ ପିଲାମାନେ ଯେପରି ‘Industry-Ready’ ହେବେ ଏବଂ ବିଶ୍ୱସ୍ତରରେ ପ୍ରତିଯୋଗିତା କରିପାରିବେ, ସେଥିପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଶିକ୍ଷାକୁ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ଭାବେ ଦର୍ଶାଇ ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଶିକ୍ଷା କ୍ଷେତ୍ର ପାଇଁ ୪୧,୨୭୩ କୋଟି ଟଙ୍କାର ଏକ ବିଶାଳ ପାଣ୍ଠି ବ୍ୟୟବରାଦ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ମତରେ, ଏହି ପୁଞ୍ଜି ବିନିଯୋଗ ଓଡ଼ିଶାର ଯୁବପିଢ଼ିଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଏକ ମଜବୁତ ମୂଳଦୁଆ ସଦୃଶ ହେବ। ଏହି ପଦକ୍ଷେପ ମାଧ୍ୟମରେ ରାଜ୍ୟର ଶିକ୍ଷା ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ଗ୍ରାମାଞ୍ଚଳ ଓ ସହର ମଧ୍ୟରେ ଥିବା ଶୈକ୍ଷିକ ପାର୍ଥକ୍ୟକୁ ଦୂର କରିବା ପାଇଁ ସରକାର ‘ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ମହତ୍ୱାକାଂକ୍ଷୀ ପ୍ରକଳ୍ପ ପାଇଁ ୧୨,୦୦୦ କୋଟି ଟଙ୍କା ବ୍ୟୟ କରାଯାଉଥିବା ବେଳେ ରାଜ୍ୟର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏହି ବିଦ୍ୟାଳୟଗୁଡ଼ିକରେ ସହରାଞ୍ଚଳ ଭଳି ଉନ୍ନତ ଶ୍ରେଣୀଗୃହ, ବିଜ୍ଞାନାଗାର ଓ ଉନ୍ନତ କ୍ରୀଡ଼ା ସୁବିଧା ଉପଲବ୍ଧ ହେବ, ଯାହା ଗାଁର ମେଧାବୀ ଛାତ୍ରଛାତ୍ରୀଙ୍କୁ ନିଜ ଅଞ୍ଚଳରେ ହିଁ ଗୁଣାତ୍ମକ ଶିକ୍ଷା ପାଇବାରେ ସହାୟକ ହେବ। ସରକାରଙ୍କର ଏହି ପଦକ୍ଷେପ ଗ୍ରାମାଞ୍ଚଳ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଆଣିବ ବୋଲି ଆଶା କରାଯାଉଛି।

ସାମାଜିକ ନ୍ୟାୟ ଏବଂ ସମାନତାକୁ ଗୁରୁତ୍ୱ ଦେଇ ସରକାର ଉଚ୍ଚଶିକ୍ଷା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ଉଚ୍ଚଶିକ୍ଷା ନିମନ୍ତେ SEBC ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ୧୧.୨୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରାଯାଇଛି। ଏହା ବ୍ୟତୀତ ଅନୁସୂଚିତ ଜନଜାତି (ST) ବର୍ଗର ଛାତ୍ରଛାତ୍ରୀଙ୍କ ପାଠପଢ଼ା ଛାଡ଼ିବା ହାର ବା ‘ଡ୍ରପ୍-ଆଉଟ୍’ ରୋକିବା ପାଇଁ ‘ଶହୀଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା’ ମାଧ୍ୟମରେ ସିଧାସଳଖ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଏହି ସାମାଜିକ ସଂସ୍କାର ମୂଳକ ପଦକ୍ଷେପ ସମାଜର ଶେଷ ଧାଡ଼ିରେ ଥିବା ପିଲାମାନଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଅନ୍ୟପଟେ, ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ଏବଂ ମାତୃଭାଷାରେ ଶିକ୍ଷାଦାନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଅଭିନବ ପ୍ରୟାସ କରିଛନ୍ତି। ବୈଷୟିକ ଏବଂ ଉଚ୍ଚଶିକ୍ଷା ପାଠ୍ୟକ୍ରମକୁ ଓଡ଼ିଆ ଭାଷାରେ ପ୍ରଚଳନ କରିବା ପାଇଁ ରାଜ୍ୟ ସରକାର ଇଗ୍ନୋ (IGNOU) ସହ ଏକ ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର ସ୍ୱାକ୍ଷର କରିଛନ୍ତି। ଏହାଦ୍ୱାରା ଭାଷାଗତ ପ୍ରତିବନ୍ଧକ ଦୂର ହେବା ସହ ଛାତ୍ରଛାତ୍ରୀମାନେ ନିଜ ମାତୃଭାଷାରେ ଜଟିଳ ବିଷୟଗୁଡ଼ିକୁ ସହଜରେ ବୁଝିପାରିବେ। ଏହି ସମସ୍ତ ପଦକ୍ଷେପ ଓଡ଼ିଶାକୁ ଆଗାମୀ ଦିନରେ ଦେଶର ଶ୍ରେଷ୍ଠ ‘ଜ୍ଞାନ ଭିତ୍ତିକ ସମାଜ’ ଭାବେ ଗଢ଼ିତୋଳିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ଉଚ୍ଚ ପ୍ରଶଂସା କରି କହିଛନ୍ତି ଯେ, ସମଗ୍ର ଭାରତ ବର୍ଷରେ ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ସଂସ୍କୃତି ଓ ଶିକ୍ଷାର ଅପୂର୍ବ ସମନ୍ୱୟ ଦେଖିବାକୁ ମିଳେ। ଆଦିକବି ସାରଳା ଦାସ, ବ୍ୟାସକବି ଫକୀରମୋହନ ଓ ସନ୍ଥକବି ଭୀମ ଭୋଇଙ୍କ ଭଳି ମହାପୁରୁଷଙ୍କ ଦର୍ଶନ ଓଡ଼ିଶାକୁ ଏକ ସଭ୍ୟ ସମାଜ ଭାବେ ବିଶ୍ୱ ଦରବାରରେ ପରିଚିତ କରିଛି।

ସେ ଆହୁରି କହିଛନ୍ତି ଯେ, ଓଡ଼ିଶାର ପ୍ରାୟ ୭୦ ପ୍ରତିଶତ ଜନସଂଖ୍ୟା ୪୪ ବର୍ଷ ବୟସ ମଧ୍ୟରେ, ଯାହା ନବସୃଜନ (Innovation) ପାଇଁ ଏକ ବିରାଟ ସୁଯୋଗ। ଶିକ୍ଷା ଏବେ କେବଳ ଡିଗ୍ରୀ ମଧ୍ୟରେ ସୀମିତ ନାହିଁ, ବରଂ ଏହା ଦକ୍ଷତା ବୃଦ୍ଧି (Capability building) ର ମାଧ୍ୟମ ପାଲଟିଛି। ଓଡ଼ିଶାର ବର୍ତ୍ତମାନର GER (Gross Enrolment Ratio) ୨୩ ପ୍ରତିଶତ ଥିବାବେଳେ, ୨୦୩୬ ସୁଦ୍ଧା ଏହାକୁ ଜାତୀୟ ହାର (୨୯%) ଠାରୁ ଅଧିକ କରିବାକୁ ସେ ଆହ୍ୱାନ ଦେଇଛନ୍ତି।

ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓଡ଼ିଶାର ଶିକ୍ଷା ବ୍ୟବସ୍ଥାକୁ ନେଇ ଏକ ନୂତନ ଦିଗଦର୍ଶନ ପ୍ରଦାନ କରିଛନ୍ତି। ଏହି କର୍ମଶାଳା କେବଳ ଏକ ଆଲୋଚନା ଚକ୍ର ନୁହେଁ, ବରଂ ଏହା ବିକଶିତ ଓଡ଼ିଶା ଗଠନ ପାଇଁ ଏକ ‘ଚିନ୍ତନ ଶିବିର’ ବୋଲି ସେ ମତ ପ୍ରକାଶ କରିଛନ୍ତି। ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ସୂରଜ ଶିକ୍ଷା କ୍ଷେତ୍ରରେ ହୋଇଥିବା ପ୍ରଗତି ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟ ସରକାର PM-USHA ଯୋଜନା ମାଧ୍ୟମରେ ୭୦୦ କୋଟିରୁ ଅଧିକ ଅନୁଦାନ ପାଇବାରେ ସଫଳ ହୋଇଛନ୍ତି। ଶିକ୍ଷାର ମାନକୁ ସୁଧାରିବା ପାଇଁ ରାଜ୍ୟ ସରକାର ୧୪ଟି ବିଶ୍ୱବିଦ୍ୟାଳୟରେ ନୂତନ କୂଳପତି ନିଯୁକ୍ତ କରିଛନ୍ତି।

ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଯୁବପିଢ଼ି ଓ ଛାତ୍ରୀମାନଙ୍କ ସଶକ୍ତିକରଣ ପାଇଁ ମୁଖ୍ୟମନ୍ତ୍ରୀ ଇଣ୍ଟର୍ନସିପ୍ ନିର୍ଦ୍ଦେଶିକା ପୁସ୍ତକ ଉନ୍ମୋଚନ କରିବା ସହ ‘ଶକ୍ତିଶ୍ରୀ’ (ShaktiShree) ମୋବାଇଲ୍ ଆପ୍‌ର ଉଦ୍‌ଘାଟନ କରିଛନ୍ତି।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀଯୁକ୍ତ ଅରବିନ୍ଦ ଅଗ୍ରୱାଲ ସମସ୍ତ ଅତିଥିଙ୍କୁ ସ୍ୱାଗତ କରିବା ସହ ଏହି କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ପରିଶେଷରେ, ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ଶ୍ରୀଯୁକ୍ତ କାଳୀ ପ୍ରସନ୍ନ ମହାପାତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ଅତିଥି, ଶିକ୍ଷାବିତ, କୁଳପତି ଏବଂ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଥିଲେ।

‘ଶକ୍ତିଶ୍ରୀ’ ଆପ୍‌ ଲୋକାର୍ପିତ NEP-2020 ଜାତୀୟ ସ୍ତରୀୟ କର୍ମଶାଳା ଧର୍ମେନ୍ଦ୍ର ପ୍ରଧାନ ନଲେଜ୍ କ୍ୟାପିଟାଲ୍ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ଜିତୁ ମୁଣ୍ଡା ଘଟଣା : ନିର୍ମଳାଙ୍କୁ ଚିଠି ଲେଖିଲେ ନବୀନ

May 2, 2026

ଯାଜପୁର ମେଡିକାଲରେ ଉତ୍ତେଜନା

May 2, 2026
Latest News

ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା

May 2, 2026

ଛତିଶଗଡ଼ର କାଙ୍କେରରେ ଆଇଇଡି ବିସ୍ଫୋରଣ: ତିନି ଯବାନ ସହିଦ

May 2, 2026

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.