Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ
ବିଶେଷ ଖବର

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

May 13, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ
କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଆଜି କେନ୍ଦୁଝର ଶଙ୍କରପୁର ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଯୋଗ ଦେଇ ୩୮ଜଣ ନବ ଦମ୍ପତିଙ୍କୁ ଆଶୀର୍ବାଦ ପ୍ରଦାନ କରିଛନ୍ତି।

କାର୍ଯ୍ୟକ୍ରମରେ କେନ୍ଦୁଝର ସାଂସଦ ଶ୍ରୀଯୁକ୍ତ ଅନନ୍ତ ନାୟକ, ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ତେଲକୋଇ ଡାକ୍ତର ଫକୀର ମୋହନ ନାଏକ, ଜିଲ୍ଲାପାଳ ବିଶାଲ ସିଂହ, ବନଖଣ୍ଡ ଅଧିକାରୀ ଧନରାଜ ଏଚଡ଼ି, ଅତିରିକ୍ତ ଜିଲ୍ଲାପାଳ ମନ୍ଦରଧର ମହାଳିକ ଏବଂ ଡାକ୍ତର ପ୍ରିୟଙ୍କା ମାରାଣ୍ଡି ପ୍ରମୁଖ ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି ଗସ୍ତ ଅବସରରେ ଉପମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଦରବାର ହଲ୍‌ଠାରେ ଜିଲ୍ଲାରେ ଚାଲୁ ରହିଥିବା ବିକାଶମୂଳକ ପ୍ରକଳ୍ପ ଏବଂ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମଗୁଡ଼ିକର ଅଗ୍ରଗତି ସମୀକ୍ଷା କରିଥିଲେ। ଏହି ସମୀକ୍ଷା ବୈଠକରେ ସାଂସଦ ଅନନ୍ତ ନାୟକ, ବିଧାୟକ ଡାକ୍ତର ଫକୀର ମୋହନ ନାଏକଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ଶ୍ରୀମତୀ ପରିଡ଼ା ଜିଲ୍ଲାର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ନିଜସ୍ୱ କୋଠା ନିର୍ମାଣ, ପାନୀୟ ଜଳ, ବିଦ୍ୟୁତ ସଂଯୋଗ ଏବଂ ଶୌଚାଳୟ ଭଳି ଭିତ୍ତିଭୂମିର ସ୍ଥିତି ଅନୁଧ୍ୟାନ କରିଥିଲେ।

ସେହିପରି ଫେସ୍ ରେକଗ୍ନିସନ ସିଷ୍ଟମ ମାଧ୍ୟମରେ ବଣ୍ଟନ, ଶିଶୁ ପୋଷଣ ନିରୀକ୍ଷଣ ଏବଂ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ସହ ଆବେଦନଗୁଡ଼ିକର କ୍ଷେତ୍ର ଭିତ୍ତିକ ସତ୍ୟାପନର ସମୀକ୍ଷା କରାଯାଇଥିଲା। ମିଶନ ଶକ୍ତି, ସାମର୍ଥ୍ୟ, ଶକ୍ତି ସଦନ ଏବଂ ପାଳନା କ୍ରେଚ୍ ସେବା ସହ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ କରିବା ପାଇଁ ଚାଲୁଥିବା ସଚେତନତା ଅଭିଯାନ ଉପରେ ମଧ୍ୟ ବିସ୍ତୃତ ଆଲୋଚନା ହୋଇଥିଲା। ଜିଲ୍ଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଚାଲୁଥିବା ମହିଳା ଓ ଶିଶୁ ବିକାଶ ପ୍ରକଳ୍ପ ଏବଂ ଶିଶୁ ଯତ୍ନ ଅନୁଷ୍ଠାନରେ ଥିବା ପିଲାମାନଙ୍କର ପୁନର୍ବାସ ଓ ଶିକ୍ଷାଗତ ସହାୟତା ଉପରେ ଉପମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।

ଅନ୍ୟପକ୍ଷରେ, ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ମା’ ତାରିଣୀ ମନ୍ଦିର, ସାନଘାଗରା, ବଡ଼ଘାଗରା ଏବଂ ଖଣ୍ଡାଧାରଠାରେ ପାର୍କିଂ, ଚାଲିବା ରାସ୍ତା, ଶୌଚାଳୟ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସ୍ଥିତି ପରଖାଯାଇଛି। ସମସ୍ତ ବିକାଶମୂଳକ କାର୍ଯ୍ୟକୁ ସମୟସୀମା ମଧ୍ୟରେ ଶେଷ କରିବା ସହ ହିତାଧିକାରୀଙ୍କୁ ସଠିକ୍ ସେବା ପ୍ରଦାନ ପାଇଁ ନିୟମିତ ଅନୁଧ୍ୟାନ କରିବାକୁ ଶ୍ରୀମତୀ ପରିଡ଼ା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

କନ୍ୟା ବିବାହ ଯୋଜନା କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ପ୍ରଭାତି ପରିଡା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପବିତ୍ର ରାଧାଷ୍ଟମୀ: ଶ୍ରୀମନ୍ଦିରରେ ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନ

September 19, 2026

ଓସ୍କାର -୨୦୨୭ ଦୌଡ଼ରେ ମରାଠୀ ସିନେମା ‘ଗୋନ୍ଧଲ’

September 19, 2026

କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ

September 19, 2026

ସିନେମା ପ୍ରମାଣପତ୍ର ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି

September 19, 2026
Latest News

ଆଜି ପବିତ୍ର ରାଧାଷ୍ଟମୀ: ଶ୍ରୀମନ୍ଦିରରେ ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନ

September 19, 2026

ବିବାହ ପ୍ରସ୍ତାବକୁ ମନା କରିବାରୁ ଭୟଙ୍କର କାଣ୍ଡ: ମହିଳାଙ୍କ ମୁଣ୍ଡରେ କୁରାଢ଼ି ଚୋଟ, ଯୁବକ ଗିରଫ

September 19, 2026

ପାକ୍ ମସଜିଦ୍‌ରେ ଆତ୍ମଘାତୀ ବିସ୍ଫୋରଣ: ୨୭ ମୃତ, ୭୦ରୁ ଊର୍ଦ୍ଧ୍ୱ ଆହତ

September 19, 2026

ଓସ୍କାର -୨୦୨୭ ଦୌଡ଼ରେ ମରାଠୀ ସିନେମା ‘ଗୋନ୍ଧଲ’

September 19, 2026

ଭାରତ-ପାକ୍ ହ୍ୟାଣ୍ଡ୍‌ସେକ୍ ବିବାଦ: ସରକାରଙ୍କ ନିଷ୍ପତ୍ତିକୁ ମାନିବାକୁ ହେବ-କପିଳଦେବ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.