Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବ୍ରହ୍ମପୁରରେ ଦୁଇ ଯୁବକ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା: ରାଜ୍ୟ ସରକାରକୁ ଘେରିଲେ ନବୀନ
ବିଶେଷ ଖବର

ବ୍ରହ୍ମପୁରରେ ଦୁଇ ଯୁବକ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା: ରାଜ୍ୟ ସରକାରକୁ ଘେରିଲେ ନବୀନ

May 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଗତକାଲି ବ୍ରହ୍ମପୁରଠାରେ ଦୁଇ ଯୁବକ ଯୁବତୀଙ୍କୁ ରାସ୍ତାଉପରେ କିଛି ଯୁବକ ଠେଙ୍ଗାରେ ପିଟି ପିଟି ମାରୁଥିବାର ଦେଖିବାକୁ ମିଳିଥିଲା। ଏହାକୁ ନେଇ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବେଗ ପ୍ରକାଶ କରିଛନ୍ତି। ରାଜ୍ୟର ଆଇନ ଶ୍ରୁଙ୍ଖଳା ପରିସ୍ଥିତି ଉପରେ ନବୀନ ଚିନ୍ତା ପ୍ରକାଶ କରିବା ସହିତ ରାଜ୍ୟ ସରକାରଙ୍କୁ କଡା ଆକ୍ରମଣ କରିଛନ୍ତି। 

ସାମାଜିକ ଗଣମାଧ୍ୟମ ‘ଏକ୍ସ’ ରେ ନବୀନ ବିଜେଡ଼ି ସୁପ୍ରିମୋ ଲେଖିଛନ୍ତି ଯେ, “ଅରାଜକତାର ଭୟଙ୍କର ଚିତ୍ର ଓଡ଼ିଶା ଦେଖୁଛି, ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି। ବ୍ରହ୍ମପୁରର ବିଚ୍ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ପିଟି ପିଟି ମରଣାନ୍ତକ ଆକ୍ରମଣ କରାଯିବାର ଦୃଶ୍ୟ ଅତ୍ୟନ୍ତ ଅମାନୁଷିକ। ସାରା ଓଡ଼ିଶାବାସୀଙ୍କୁ ଏହା ଆତଙ୍କିତ ଓ ବିଚଳିତ କରିଛି। ଲାଗୁଛି ବିଜେପି ସରକାର ଓଡ଼ିଶାକୁ ଅପରାଧୀଙ୍କ ହାତକୁ ଟେକି ଦେଇଛି। ଭୟଶୂନ୍ୟ ହୋଇ ଅପରାଧିମାନେ ଅତ୍ୟନ୍ତ ନୃଶଂସ କାଣ୍ଡ ଘଟାଉଛନ୍ତି। କୁଆଡ଼େ ଯାଉଛି ପୋଲିସ ପ୍ରଶାସନ, କୁଆଡ଼େ ଯାଉଛି ଆଇନ କାନୁନର ବ୍ୟବସ୍ଥା?”

ନବୀନ ପଟ୍ଟନାୟକ ଆହୁରୀ ଲେଖିଛନ୍ତି ଯେ, “ବିଜେପି ସରକାର ଉତ୍ସବରେ ମାତି ସାଧାରଣ ଜନତାଙ୍କ ସୁରକ୍ଷାକୁ ଆଉ କେତେ ବିପନ୍ନ କରିବ? ଓଡ଼ିଶା କେତେ ଆଉ ଲଜ୍ଜିତ ହେବ? ମିଛ ବାହାସ୍ଫୋଟରେ ସରକାର ଚାଲେନି, ଲୋକଙ୍କୁ ସୁରକ୍ଷା ଦରକାର। ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ଗୁଣ୍ଡାରାଜ୍ ଶାସନ ପାଇଁ ଓଡ଼ିଶା ସାରା ଦେଶରେ ନିନ୍ଦିତ ହେଉଛି। ବିଜେପି ସରକାର ଅପରାଧୀଙ୍କୁ ସୁରକ୍ଷା ଦେବା ଛାଡୁ। ତୁରନ୍ତ ଦୋଷୀଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ନେଇ ସାଧାରଣ ଲୋକଙ୍କ ସୁରକ୍ଷା ସୁନିଶ୍ଚିତ କରୁ।” 

brahmapur Gundaraj naveen pattanaik Odisha
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.