Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ
ବିଶେଷ ଖବର

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଥର ରଥଯାତ୍ରା
ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ
ଭୁବନେଶ୍ବର: ରଥଯାତ୍ରା ନେଇ ଭୁବନେଶ୍ବରର ଓଡ଼ିଶା ଅତିଥି ଭବନ ଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକ। ଏଥିରେ ଅଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଅଧ୍ୟକ୍ଷତା କରି ଚଳିତ ବର୍ଷ ହେବାକୁ ଥିବା ମହାପ୍ରଭୁଙ୍କ ସ୍ନାନଯାତ୍ରା, ରଥଯାତ୍ରା, ଆଡ଼ପ ମଣ୍ଡପ ବିଜେ, ବାହୁଡ଼ା ଯାତ୍ରା, ସୁନାବେଶ, ଅଧରପଣା ଏବଂ ନିଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ ଉତ୍ସବର ଶୃଙ୍ଖଳିତ ଆୟୋଜନ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚ଼ନା କରାଯାଇଛି।
ଚଳିତ ରଥଯାତ୍ରାର ଶୃଙ୍ଖଳିତ ଆୟୋଜନ ନେଇ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ, ପୁରୀ ଜିଲ୍ଲା ପୋଲିସ, ଦଇତାପତି ନିଯୋଗ ଏବଂ ଅନ୍ୟ ସଂପୃକ୍ତ ସଂସ୍ଥାର ପ୍ରତିନିଧିମାନଙ୍କ ସହ ଆଲୋଚନା କରାଯାଇଥିଲା। ଏଥିରେ ଶୃଙ୍ଖଳିତ ନୀତିକାନ୍ତି ସହ ନିର୍ଦ୍ଧାରିତ ସମୟରେ ପହଣ୍ଡି, ରଥଟଣା, ଆଡ଼ପ ମଣ୍ଡପ ବିଜେ, ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ବ୍ୟବସ୍ଥା, ଭକ୍ତଙ୍କ ସୁବିଧା ନିମନ୍ତେ ଆବଶ୍ୟକ ବ୍ୟବସ୍ଥା, ନୀତିନିର୍ଘଣ୍ଟ ନେଇ ଆଗୁଆ ସୂଚନା, ଭିଡ଼ ନିୟନ୍ତ୍ରଣ, ଆବଶ୍ୟକୀୟ ସ୍ୱତନ୍ତ୍ର ବାରିକେଡ଼ିଂ ବ୍ୟବସ୍ଥା, ସେବାୟତ, ନିଯୋଗ ଏବଂ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀଙ୍କୁ ଦାୟିତ୍ୱ ବାବଦରେ ସଚେତନତା ସୃଷ୍ଟି କରିବା ନେଇ ଆଲୋଚନା କରାଯାଇଥିଲା।
ଏହି ଅବସରରେ ଶ୍ରୀମନ୍ଦିର‌ ମୁଖ୍ୟ ପ୍ରଶାସକ ଡ଼ଃ ଅରବିନ୍ଦ ପାଢ଼ୀ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା, ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରତୀକ ସିଂ, ଦଇତାପତି ନିଯୋଗ ସଭାପତି ଶ୍ରୀ ଗଣେଶ ଦାସ ମହାପାତ୍ର, ସାଧାରଣ ସମ୍ପାଦକ ଶ୍ରୀ ରାମକୃଷ୍ଣ ଦାସ ମହାପାତ୍ରଙ୍କ ସମେତ ଆଇନ ବିଭାଗ ଓ ପୁରୀ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ଏବଂ ଦଇତାପତି ନିଯୋଗର କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।
Rath Yatra Rath Yatra 2026 ରଥଯାତ୍ରା ରଥଯାତ୍ରା 2026 ରଥଯାତ୍ରା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଫିଟନେସ ନ ଥିବାରୁ ବସ ଜବତ

July 7, 2026

ନୟାଗଡ଼ରେ ଯୁବକଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ: ଭିଡ଼ ହିଂସାରେ ପିଟିପିଟି ହତ୍ୟା ଅଭିଯୋଗ

July 7, 2026

Pandian in Venezueal: ଭେନଜୁଏଲା ଭୂକମ୍ପ ଅଞ୍ଚଳରେ ପାଣ୍ଡିଆନ, ରାଜ୍ୟ ରାଜନୀତିରେ ପ୍ରବଳ ଚର୍ଚ୍ଚା

July 7, 2026

ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି

July 7, 2026
Latest News

ଫିଟନେସ ନ ଥିବାରୁ ବସ ଜବତ

July 7, 2026

ନୟାଗଡ଼ରେ ଯୁବକଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ: ଭିଡ଼ ହିଂସାରେ ପିଟିପିଟି ହତ୍ୟା ଅଭିଯୋଗ

July 7, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍

July 7, 2026

Pandian in Venezueal: ଭେନଜୁଏଲା ଭୂକମ୍ପ ଅଞ୍ଚଳରେ ପାଣ୍ଡିଆନ, ରାଜ୍ୟ ରାଜନୀତିରେ ପ୍ରବଳ ଚର୍ଚ୍ଚା

July 7, 2026

ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.