Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ବିଶେଷ ଖବର

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବେଆଇନ ନିଶା କାରାବାର
ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ଭୁବନେଶ୍ୱର: ବେଆଇନ ନିଶାଦ୍ରବ୍ୟ ଓ ମାଦକ କାରବାର ବିରୋଧରେ ନିୟମିତ ଚଢ଼ାଉ ଏବଂ ବ୍ୟାପକ ଜନସଚେତନତା କାର୍ଯ୍ୟକ୍ରମ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ଅବକାରୀ ମନ୍ତ୍ରୀ।  ଭୁବନେଶ୍ବରର ନିର୍ମାଣ ସୌଧଠାରେ ଅବକାରୀ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଅବକାରୀ ଅଧିକ୍ଷକ ସମ୍ମିଳନୀରେ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହି ନିର୍ଦ୍ଦେଶ ଜାରୀ କରିଛନ୍ତି।
ବେଆଇନ ନିଶା କାରବାର କେବଳ ଜନଧନ ଓ ଜୀବନହାନିର କାରଣ ନୁହେଁ, ବରଂ ସମାଜରେ ଆଇନ-ଶୃଙ୍ଖଳା ଜନିତ ବିଭିନ୍ନ ସମସ୍ୟା ସୃଷ୍ଟି କରୁଛି।ତେଣୁ ଏଭଳି ଅପରାଧିକ କାର୍ଯ୍ୟକଳାପରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ କଠୋର ପଦକ୍ଷେପ ଗ୍ରହଣ କରିବାର ଆବଶ୍ୟକତା ରହିଛି। ଗୁଇନ୍ଦା ରିପୋର୍ଟକୁ ଆଧାର କରି ନିୟମିତ ଚଢ଼ାଉ ସହ ପେସାଦାର ଅପରାଧୀଙ୍କ ବିରୋଧରେ ପ୍ରମାଣ ଯୋଗାଡ଼ କରି ନ୍ୟାୟାଳୟରେ ଦଣ୍ଡବିଧାନ ପାଇଁ ପ୍ରକ୍ରିୟା ଆରମ୍ଭ କରିବା ଏବଂ ସମ୍ପୃକ୍ତ ଅପରାଧୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅବକାରୀ ଅଧିକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି।
ଏହି ବୈଠକରେ ଅବକାରୀ ଅଧିକାରୀ ଓ କର୍ମଚାରୀଙ୍କ ନିୟମିତ ପ୍ରଶିକ୍ଷଣ, ନୂତନ ନିଯୁକ୍ତି, ବିଭିନ୍ନ ଜୋନ୍‌ର ସମସ୍ୟାର ସମାଧାନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ତତସହିତ ଗଞ୍ଜେଇ ଚାଷ ରୋକିବା ସହ ଅନ୍ୟ ବିଭାଗ ସମନ୍ୱୟରେ ସ୍ଥାନୀୟ ଅଧିବାସୀଙ୍କୁ ବିକଳ୍ପ ରୋଜଗାର ପନ୍ଥା ଆପଣେଇବାର ବାଟ ଦେଖାଇବା ଉପରେ ଆଲୋଚନା କରାଯାଇଥିଲା।
ଏହି ସମ୍ମିଳନୀରେ ଅବକାରୀ ବିଭାଗର କମିଶନର ଶ୍ରୀମତୀ ପି. ଅନ୍ୱେଷା ରେଡ୍ଡୀ, ଓଡ଼ିଶା ରାଜ୍ୟ ପାନୀୟ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଦେବେନ କୁମାର ପ୍ରଧାନ, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅର୍ଚ୍ଚନା ଦାସ ପଟ୍ଟନାୟକ ଓ ଶ୍ରୀ ଦେବାଶିଷ ପଟ୍ଟନାୟକ, ଅତିରିକ୍ତ କମିଶନର ଶ୍ରୀ ରୁଦ୍ର ନାରାୟଣ ମହାନ୍ତିଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଅବକାରୀ ବିଭାଗ ଅବକାରୀ ବିଭାଗର ଚଢ଼ାଉ ପୃଥ୍ବୀରାଜ ହରିଚନ୍ଦନ ବେଆଇନ ନିଶା କାରାବାର
Share. Facebook Twitter LinkedIn Email WhatsApp Copy Link

Related Posts

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026
Latest News

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ବିବାହରେ କାହିଁକି ହୁଏ ଅହେତୁକ ବିଳମ୍ବ? ଜାଣନ୍ତୁ କାରଣ ଏବଂ ସରଳ ପ୍ରତିକାର

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.