Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଖୋର୍ଦ୍ଧାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଖୋର୍ଦ୍ଧାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

June 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧାରେ ଗୋଦାବରୀଶ
ଖୋର୍ଦ୍ଧାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ଖୋର୍ଦ୍ଧା ଜିଲ୍ଲା କୁମାରବସ୍ତ ସ୍ଥିତ ଶ୍ରୀ ଲୋକନାଥ ଦେବ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚ଼ରଣ ମାଝି ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟରେ ୨୦୪ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗଦେଇଥିଲେ।
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ପ୍ରତିଷ୍ଠା ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଦିଗରେ ଏକ ଦୂରଦର୍ଶୀ ପଦକ୍ଷେପ। ଏହି ବିଦ୍ୟାଳୟଗୁଡ଼ିକ ଭବିଷ୍ୟତରେ ହଜାର ହଜାର ଛାତ୍ରଛାତ୍ରୀଙ୍କ ସ୍ୱପ୍ନକୁ ନୂତନ ଦିଗ ଦେବା ସହିତ ଜ୍ଞାନ, ସଚେତନତା ଓ ସାମାଜିକ ପ୍ରଗତିର ନୂତନ ଅଧ୍ୟାୟ ରଚନା କରିବ ବୋଲି ଦୃଢ଼ ବିଶ୍ୱାସ‌ କରାଯାଇଛି।
ଏହି ଅବସରରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ଜଟଣୀ ବିଧାୟକ ଶ୍ରୀ ବିଭୁତି ଭୂଷଣ ବଳବନ୍ତରାୟ, ଖୋର୍ଦ୍ଧା ଜିଲ୍ଲାପରିଷଦର ଅଧ୍ୟକ୍ଷ ଶ୍ରୀମତୀ ରୂପଶ୍ରୀ ରାଣୀ ଗୁମାନସିଂ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଡଃ ଏନ୍. ତିରୁମାଲା ନାଏକ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ, ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ପ୍ରମୁଖ ଉପସ୍ଥିତ ଥିଲେ।
ଖୋର୍ଦ୍ଧାରେ ଗୋଦାବରୀଶ ମୋହନ ଚରଣ ମାଝି
Share. Facebook Twitter LinkedIn Email WhatsApp Copy Link

Related Posts

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026
Latest News

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ବିବାହରେ କାହିଁକି ହୁଏ ଅହେତୁକ ବିଳମ୍ବ? ଜାଣନ୍ତୁ କାରଣ ଏବଂ ସରଳ ପ୍ରତିକାର

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.