Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ପଦକ୍ଷେପ, ୧୨୮ ଜଣ ଡାକ୍ତରଙ୍କ ଉପରେ ନେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ପଦକ୍ଷେପ, ୧୨୮ ଜଣ ଡାକ୍ତରଙ୍କ ଉପରେ ନେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

June 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ବଡ ପଦକ୍ଷେପ
ମୁଖ୍ୟମନ୍ତ୍ରୀଙ୍କ ବଡ ପଦକ୍ଷେପ, ୧୨୮ ଜଣ ଡାକ୍ତରଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ଦୀର୍ଘଦିନ ଧରି ଡାକ୍ତରଖାନା ନଆସି, ରୋଗୀ ସେବାରୁ ବିରତ ରହୁଥିବା ଡାକ୍ତର ମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

ଓଡିଶାର ବିଭିନ୍ନ ଡାକ୍ତରଖାନାରେ ୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନ ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି। ସେମାନଙ୍କ ସ୍ଥିତି ବିଷୟରେ ଜଣାଇବା ପାଇଁ ଖବରକାଗଜରେ ଇସ୍ତାହାର ମଧ୍ୟ ଦିଆଯାଇଥିଲା। ସେମାନଙ୍କର ଏହି ଅନଧିକୃତ ଉପସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି କନ୍ଧମାଳ ପୋଲିସ ହସ୍ପିଟାଲର ପୂର୍ବତନ ମେଡିକାଲ ଅଫିସର ଡାକ୍ତର ବିଚକ୍ଷଣା ପାଣିଗ୍ରାହୀଙ୍କୁ ମୁଖ୍ୟମନ୍ତ୍ରୀ ସରକାରୀ ସେବାରୁ ବହିଷ୍କୃତ କରିଛନ୍ତି। ଡାକ୍ତର ପାଣିଗ୍ରାହୀ ୨୦୧୨ ପରଠାରୁ ଅନଧିକୃତ ଭାବେ ଅନୁପସ୍ଥିତ ରହିଛନ୍ତି। ବିଭାଗ ପକ୍ଷରୁ ତାଙ୍କୁ ବିଭିନ୍ନ ସମୟରେ ଅନୁପସ୍ଥିତିର କାରଣ ଦର୍ଶାଇବା ଏବଂ କାର୍ଯ୍ୟରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ, ସେ ତାହାର ଅନୁପାଳନ କରିନଥିଲେ। ରୋଗୀ ସେବାରେ ତାଙ୍କର ଏହି ଅନାଗ୍ରହ ଯୋଗୁ ତାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବାକୁ ଗୁରୁତ୍ବ ଦେଇ ନୂଆ ନୂଆ ଡାକ୍ତରଖାନା ଖୋଲୁଛନ୍ତି, ଡାକ୍ତରଖାନା ଗୁଡିକର ଆଧୁନିକୀକରଣ କରାଯାଉଛି ଏବଂ ସ୍ବାସ୍ଥ୍ୟ ଶିକ୍ଷା ପାଇଁ ନୂଆ ନୂଆ ମେଡିକାଲ କଲେଜ ମଧ୍ୟ ଖୋଲାଯାଉଛି। ତଥାପି ନିଯୁକ୍ତି ପାଇବା ପରେ ଅନେକ ଡାକ୍ତର କାର୍ଯ୍ୟରେ ଯୋଗନଦେଇ ଅନୁପସ୍ଥିତ ରହୁଛନ୍ତି। ଏହାକୁ କୌଣସି ପରିସ୍ଥିତିରେ ଗ୍ରହଣ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଡାକ୍ତରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.