Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: କନ୍ଧମାଳର ସନ୍ଥ, ପୂଜ୍ୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଅମ୍ଳାନ ସୃତିକୁ ଉଜ୍ଜୀବିତ କରି ରଖିବା ପାଇଁ ତଥା କନ୍ଧମାଳର ଜନଜାତିଙ୍କ ପାଇଁ ତାଙ୍କ ସେବା ଓ ତ୍ୟାଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କନ୍ଧମାଳରେ ପ୍ରତିଷ୍ଠିତ ‘ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ, ଫୁଲବାଣୀ’କୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହା ସହିତ ଜଲେଶପଟ୍ଟାରେ ଥିବା ତାଙ୍କର ଆଶ୍ରମ, ଆଶ୍ରମ ସ୍କୁଲ ଏବଂ କନ୍ୟାଶ୍ରମର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ CMSA ପାଣ୍ଠିରୁ ୧୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସ୍ୱାମୀଜୀଙ୍କ ଆଶ୍ରମର ଐତିହ୍ୟକୁ ସୁରକ୍ଷିତ ତଥା ସ୍ମରଣୀୟ କରିବା ପାଇଁ ଏହି ଅର୍ଥ ବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏଥିରେ ୫ କୋଟି ଟଙ୍କା ବିନିଯୋଗରେ ଛାତ୍ରୀମାନଙ୍କ ପାଇଁ ୩୦୦ ଆସନ ବିଶିଷ୍ଟ ଏକ ଛାତ୍ରୀ ନିବାସ ପ୍ରତିଷ୍ଠା କରାଯିବ। ୩ କୋଟି ଟଙ୍କା ବିନିଯୋଗରେ ସ୍ୱାମୀଜୀଙ୍କ ଐତିହ୍ୟ ସ୍ଥଳର ସଂରକ୍ଷଣ କରାଯିବ । ଏହା ସହିତ ଜଲେଶପଟ୍ଟା ଆଶ୍ରମ, ଆଶ୍ରମ ସ୍କୁଲ ଓ କନ୍ୟାଶ୍ରମ ଛାତ୍ରୀ ନିବାସକୁ ଜଳ ଯୋଗାଣ ପାଇଁ ୬୦ ଲକ୍ଷ ଟଙ୍କାରେ ଏକ ମେଗା ରିଭର ଲିଫ୍ଟ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ।

ଏହା ସହିତ ଶୌଚାଳୟ ନିର୍ମାଣ, ଛାତ୍ରୀ ନିବାସ ପାଇଁ ଅତିରିକ୍ତ ଗୃହ ନିର୍ମାଣ, ପ୍ରାଚୀର ନିର୍ମାଣ, ଶ୍ରେଣୀଗୃହ, ହଷ୍ଟେଲ ବିଲ୍‌ଡିଂର ନବୀକରଣ ଆଦି ପାଇଁ ମଧ୍ୟ ଅର୍ଥର ବ୍ୟବସ୍ଥା କରାଯାଇଛି ।

ଫୁଲବାଣୀ ସରକାରୀ ମେଡିକାଲ କଲେଜ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୋହନ ମାଝୀ ସ୍ବାମୀ ଲକ୍ଷଣାନନ୍ଦ ସରସ୍ବତୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026

ଗୁଜରାଟରେ ଦେଶର ପ୍ରଥମ ବନ୍ଦର-ଭିତ୍ତିକ ‘ଇ-ମିଥାନଲ୍’ ପ୍ଲାଣ୍ଟ: ୩୫୦୦ରୁ ଅଧିକ ସୃଷ୍ଟି ହେବ ନିଯୁକ୍ତି

September 27, 2026
Latest News

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026

କମର୍ସିଆଲ୍ ବିମାନରେ ଯାତ୍ରୀଙ୍କୁ କାହିଁକି ଦିଆଯାଏନି ପାରାଚ୍ୟୁଟ୍? ଜାଣନ୍ତୁ ଏହା ପଛର ୫ଟି ବଡ଼ କାରଣ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.