Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

August 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ରଥଯାତ୍ରା
ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ୟୁନେସ୍କୋ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନିତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଚାଲିଛି ଉଦ୍ୟମ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖି ଏହା ଉପରେ ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ସେ ଲେଖିଛନ୍ତି ଯେ, ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ତରଫରୁ ରଥଯାତ୍ରାକୁ ୟୁନେସ୍କୋ ବିଶ୍ବ ସାଂସ୍କୃତିକ ଐତିହ୍ୟରେ ସ୍ଥାନିତ ପାଇଁ ତଥ୍ୟପ୍ରମାଣ ପ୍ରଦାନ କରାଯାଇଛି। ତାହାକୁ ଅନୁଧ୍ୟାନ କରି ବିହିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ କେନ୍ଦ୍ର ସରକାରଙ୍କୁ ଆବେଦନ କରାଯାଇଛି। କେନ୍ଦ୍ର ଏହାକୁ ଅନୁଧ୍ୟାନ କରି ୟୁନେସ୍କୋକୁ ପଠାଇଥାନ୍ତି। ଇତିମଧ୍ୟରେ ମନ୍ଦିର ପ୍ରଶାସନ ରଥଯାତ୍ରାର ସମସ୍ତ ତଥ୍ୟ ଓ ଭିଡିଓ ପ୍ରଦାନ କରାଯାଇଛି। ଏପରିକି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ଅରବିନ୍ଦ ପାଢୀ ମଧ୍ୟ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହିତ କଥା ହୋଇଛନ୍ତି। ଆସନ୍ତା ନଭେମ୍ବର ମାସରେ ୟୁନେସ୍କୋର ବୈଠକରେ ବିଶ୍ବର ବିଭିନ୍ନ ସାଂସ୍କୃତିକ ଐତିହ୍ୟ ଉପରେ ବିଚାର କରାଯିବ।

ବର୍ତ୍ତମାନ ଦେଶର ଉତ୍ତର ପ୍ରଦେଶର କୁମ୍ଭମେଳା, ହିମାଚଳପ୍ରଦେଶର ରମ୍ମନ, ପଶ୍ଚିମବଂଗର ଦୁର୍ଗାପୂଜା ବର୍ତ୍ତମାନ ବିଶ୍ବ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନିତ ହୋଇସାରିଛି। ହେଲେ ବହୁ ପ୍ରାଚୀନ ଯୁଗର ଚାଲିଆସିଥିବା ପୁରୀ ରଥଯାତ୍ରାକୁ ଏ ପର୍ଯ୍ୟନ୍ତ ଏହି ତାଲିକାରେ ସାମିଲ ହୋଇପାରି ନାହିଁ।

PuriRathYatra ବିଶ୍ବ ଐତିହ୍ୟ ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

August 4, 2026

ଭୁବନେଶ୍ବର ରେଳ ଷ୍ଟେସନ୍ରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା ଆରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026
Latest News

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

August 4, 2026

ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

August 4, 2026

ଭୁବନେଶ୍ବର ରେଳ ଷ୍ଟେସନ୍ରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା ଆରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 4, 2026

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.