Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେଲେ ୧୦ଜଣ ମନ୍ତ୍ରୀ,୯୫ ପ୍ରତିଶତ ସମାଧାନ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେଲେ ୧୦ଜଣ ମନ୍ତ୍ରୀ,୯୫ ପ୍ରତିଶତ ସମାଧାନ

August 24, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେଲେ ୧୦ଜଣ ମନ୍ତ୍ରୀ,୯୫ ପ୍ରତିଶତ ସମାଧାନ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ଆମ ଶାସନ ବ୍ୟବସ୍ଥାର ମୂଳନୀତି ହେଉଛି- ସହାନୁଭୂତି, ସମବେଦନା ଓ ସହୃଦୟତା। ଲୋକଙ୍କ ସମସ୍ୟା ଶୁଣି, ତା’ର ସମାଧାନ କରିବା ଆମ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ବୋଲି ଆଜି ୨୦ତମ ରାଜ୍ୟସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମ ଆଗରେ ବିବୃତି ରଖି କହିଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ସକାଳେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୧୦ଜଣ ବରିଷ୍ଠ ମନ୍ତ୍ରୀ ଏବଂ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କ ସମସ୍ୟାକୁ ସହୃଦୟତାର ସହ ଶୁଣି ତା’ର ସମାଧାନ କରିବାକୁ ଆମ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଉଛନ୍ତି। ଯେଉଁଠି ଲୋକଙ୍କ ସମସ୍ୟା ଅଛି, ଆମ ସରକାର ସେଠାରେ ନିଶ୍ଚୟ ପହଞ୍ଚିଥାନ୍ତି। ବନ୍ୟା, ବାତ୍ୟା, ମରୁଡି ଆଦି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସବୁବେଳେ ଲୋକଙ୍କ ପାଖରେ ଆମେ ପହଞ୍ଚୁଛୁ ଓ ସେମାନଙ୍କୁ ସହାୟତା ପ୍ରଦାନ କରୁଛୁ। ୨୦୨୪ ମସିହାର ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ରୂପେ ଘୋଷଣା କରି ଆମେ ସହାୟତା ପ୍ରଦାନ କରିଥିଲୁ। ଚଳିତ ବନ୍ୟା ପାଇଁ ମଧ୍ୟ ସହାୟତା ପ୍ୟାକେଜ ପ୍ରଦାନ କରିଛୁ। ଆମ ସରକାର ଲୋକଙ୍କ ସୁଖ ଦୁଃଖରେ ଅଛି ଓ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ରାଜ୍ୟସ୍ତରରେ ଅନୁଷ୍ଠିତ ୧୯ଟି ପାଳିରେ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା ୧୫,୩୨୭ ଅଭିଯୋଗ ମଧ୍ୟରୁ ୧୪,୫୧୯ ଅର୍ଥାତ ୯୫ ପ୍ରତିଶତ ଅଭିଯୋଗର ସଫଳ ସମାଧାନ କରାଯାଇସାରିଛି।

ଏଥି ସହିତ ଜିଲ୍ଲାସ୍ତରରେ ଜିଲ୍ଲାପାଳ ଓ ଏସ୍.ପି ମାନେ ନିୟମିତ ଭାବେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣୁଥିବା ବେଳେ ତହସିଲ ଓ ବ୍ଲକ ସ୍ତରରେ ମଧ୍ୟ ଅଭିଯୋଗ ଶୁଣାଣି ନିୟମିତ ରୂପେ ଚାଲିଛି। ଜିଲ୍ଲାସ୍ତରରେ ଜୁଲାଇ ମାସ ଶେଷ ସୁଦ୍ଧା ୨,୬୯,୩୯୪ ଅଭିଯୋଗ ଶୁଣାଣି ହୋଇ ୮୭ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି। ଜିଲ୍ଲାସ୍ତରରେ ଅନେକ ସମସ୍ୟାର ସମାଧାନ ହୋଇଯାଉଥିବାରୁ ଲୋକଙ୍କୁ ଆଉ ଅଯଥା ହଇରାଣ ହେବାକୁ ପଡୁନାହିଁ। ପ୍ରଶାସନିକ ବ୍ୟବସ୍ଥାରେ ଏହି ପରିବର୍ତ୍ତନ ଫଳରେ ସରକାରଙ୍କ ଉପରେ ସାଧାରଣ ଲୋକଙ୍କ ଭରସା ଓ ଆସ୍ଥା ବହୁଗୁଣିତ ହୋଇଛି।

ସବୁଥର ପରି ଆଜି ମୁଖ୍ୟମନ୍ତ୍ରୀ ସକାଳେ ପ୍ରଥମେ ଆସି ବାହାରେ ଅପେକ୍ଷା କରିଥିବା ଭିନ୍ନକ୍ଷମ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ।

ବିଭିନ୍ନ ଦୁରାରୋଗ୍ୟ ରୋଗରେ ପୀଡ଼ିତ ୧୬ ଜଣଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୧୪.୫୦ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର କରିଛନ୍ତି। ଆଜି ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ଜରିଆରେ ୬୦୦ରୁ ଉର୍ଦ୍ଧ୍ୱ ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୂତି ଭୁଷଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଜଙ୍ଗଲ, ପରିବେଶ ଓ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।

ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.