Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଦେଉ ନଥିବା କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ
ବିଶେଷ ଖବର

ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଦେଉ ନଥିବା କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

August 30, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଦେଉ ନଥିବା କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ
ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଦେଉ ନଥିବା କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ
ଭୁବନେଶ୍ୱର: କୋର୍ଟର ନିର୍ଦ୍ଦେଶ ସତ୍ୱେ ସ୍ୱାମୀଙ୍କ ଠାରୁ ଭରଣପୋଷଣ ପାଉ ନଥିବା ମହିଳା ଏବଂ ସନ୍ତାନସନ୍ତତିଙ୍କ ଚିନ୍ତା ଦୂର ହୋଇଛି। ଏଭଳି ପୁରୁଷ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ଅନେକ ପୁରୁଷ କର୍ମଚାରୀ ସେମାନଙ୍କର ସ୍ତ୍ରୀ ବା ସନ୍ତାନସନ୍ତତିଙ୍କୁ ଭରଷପୋଷଣ ସହାୟତା (Maintenance Grant) ଦେଉନାହାନ୍ତି। ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ (Alimony) ମଧ୍ୟ ଦେଉନାହାନ୍ତି। ଏଥିପାଇଁ ବିଭିନ୍ନ କୋର୍ଟରେ ବିଚାର ହୋଇ, କୋର୍ଟ ତରଫରୁ ସ୍ପଷ୍ଟ ନିର୍ଦ୍ଦେଶ ଥିବା ସତ୍ୱେ ପୁରୁଷ କର୍ମଚାରୀ ଏହି ଭରଣପୋଷଣ ଦେବାରେ ଅବହେଳା କରୁଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟେକ ଅଭିଯୋଗ ଶୁଣାଣି ସମୟରେ ହାରାହାରି ୨-୩ଟି ମାମଲା ଅଭିଯୋଗ ପ୍ରକୋଷ୍ଠକୁ ଆସୁଅଛି। ତେଣୁ, ମୁଖ୍ୟମନ୍ତ୍ରୀ ଏହା ଉପରେ କଡ଼ା ଆଭିମୁଖ୍ୟ ନେଇ ଏହି ଅର୍ଥକୁ ସଂମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ କାଟି ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସରକାରୀ କର୍ମଚାରୀ ହୋଇ ଅଦାଲତର ଅବମାନନା କରିବା ଏବଂ ତା’ସହିତ ପତ୍ନୀ ଓ ପିଲାମାନଙ୍କ ପ୍ରତି ଏଭଳି ଅବିଚାର କରିବା ରାଜ୍ୟ ସରକାରଙ୍କ ପକ୍ଷେ ଆଦୌ ଗ୍ରହଣୀୟ ନୁହେଁ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ସଂମ୍ପୃକ୍ତ ମହିଳା ଓ ସନ୍ତାନସନ୍ତତିଙ୍କ ଭରଣପୋଷଣ ପାଇଁ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ନିର୍ଦ୍ଦେଶନାମା ଅନୁଯାୟୀ ଭରଣପୋଷଣ (Alimony) ପ୍ରଦାନ ପାଇଁ ଅଦାଲତଙ୍କ ନିର୍ଦ୍ଦେଶନାମା ପାଇବା ପରେ ବିଭାଗୀୟ DDO (Drawing & Disbursement Officer) ସଂମ୍ପୃକ୍ତ ସରକାରୀ କର୍ମଚାରୀଙ୍କ ମାସିକ ଦରମା ବିଲ୍ ପ୍ରସ୍ତୁତ କରିବା ସମୟରେ  ଭରଣପୋଷଣ ପାଇଁ ଅଦାଲତ ଯେଉଁ ପରିମାଣର ଅର୍ଥ ନିର୍ଦ୍ଧାରିତ କରିଛନ୍ତି, ସେହି ପରିମାଣର ଅର୍ଥକୁ ଦରମାରୁ କାଟି ସଂମ୍ପୃକ୍ତ କର୍ମଚାରୀଙ୍କ ପତ୍ନୀ ବା ସନ୍ତାନସନ୍ତତିଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଇଲୋକ୍ଟୋନିକ୍ ସୂତ୍ରରେ ଜମା କରିବେ।
ଆଗାମୀ ଦିନରେ ଏହିପରି ଅଦାଲତଙ୍କ ନିର୍ଦ୍ଦେଶିତ ଭରଣପୋଷଣ ସମ୍ପର୍କିତ ବିଷୟକୁ ରାଜ୍ୟ ସରକାରଙ୍କ ସମନ୍ୱିତ ଓ ସ୍ୱୟଂଚାଳିତ ବ୍ୟବସ୍ଥା (HRMS)ରେ ଯୋଡ଼ାଯାଇ ଏହି ବ୍ୟବସ୍ଥାକୁ ଆହୁରି ଉନ୍ନତ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହାଦ୍ୱାରା ଅଦାଲତଙ୍କ ନିର୍ଦ୍ଦେଶର ଅନୁପାଳନ ହେବା ସହିତ ସଂମ୍ପୃକ୍ତ ମହିଳା ବା ସେମାନଙ୍କ ସନ୍ତାନସନ୍ତତିଙ୍କ ଦୁର୍ଦ୍ଦଶା ମଧ୍ୟ ଅନେକ ପରିମାଣରେ ଦୂର ହୋଇପାରିବ।
Maintenance Grant ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଭରଣପୋଷଣ ସହାୟତା ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ ମୋହନ ଚରଣ ମାଝୀ ସରକାରୀ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

୯୦% ଜମି ନଥିଲେ ମିଳିବନି ଗ୍ରୀନ୍ ସିଗନାଲ୍‌

November 6, 2026

ବଢ଼ିଲା ୩୧୮ମେଡିକାଲ୍ ପିଜି ସିଟ୍‌: ଥିଲା ୬୨୦, ହେଲା ୯୩୮

November 6, 2026

କଟକରେ କାଳୀ ମେଢ଼ ଭସାଣି ପାଇଁ ଆସନ୍ତା ୧୧ରୁ ଗାଡ଼ି ଚଳାଚଳ କଟକଣା କଡ଼ାକଡ଼ି

November 6, 2026

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଯୋଜନାର ୩ୟ ପର୍ଯ୍ୟାୟ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

November 6, 2026
Latest News

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ: ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

November 7, 2026

୯୦% ଜମି ନଥିଲେ ମିଳିବନି ଗ୍ରୀନ୍ ସିଗନାଲ୍‌

November 6, 2026

ବଢ଼ିଲା ୩୧୮ମେଡିକାଲ୍ ପିଜି ସିଟ୍‌: ଥିଲା ୬୨୦, ହେଲା ୯୩୮

November 6, 2026

୪୬.୮୬ ଲକ୍ଷ ଟଙ୍କା ହଡ଼ପ ମାମଲା: ଶେଷରେ ଧରାପଡ଼ିଲେ ଫେରାର ସରପଞ୍ଚ, ପୁରୁଷ ବନ୍ଧୁଙ୍କ ସହ ଜେଲ୍‌ ଗଲେ!

November 6, 2026

କଟକରେ କାଳୀ ମେଢ଼ ଭସାଣି ପାଇଁ ଆସନ୍ତା ୧୧ରୁ ଗାଡ଼ି ଚଳାଚଳ କଟକଣା କଡ଼ାକଡ଼ି

November 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.